-+91-9937148622 |
prerana_bgr@rediffmail.com |
Wednesday 8th July 2026 |
R.N.I. Regd No. ODIODI/2010/46693
Breaking News
11-Nov-2024
ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ସୋହେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ଏବଂ ଅରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ବରଗଡ଼ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସୁଶାନ୍ତ ସିଂ, ଉପଜିଲ୍ଲପାଳ ପଦ୍ମପୁର , ସୁଶ୍ରୀ ସ୍ନେହା ଅରୁଗୁଲା, ପଦ୍ମପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ କୁଣାଲ ମୋତିରାମ ଚହ୍ଵାନ, ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡ. ନିରୁପମା ଷଡଙ୍ଗୀ ଏବଂ ବ୍ଲକ ଅଧ୍ୟକ୍ଷା ବବି ପ୍ରଧାନ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।
ସୂଚନାଯୋଗ୍ୟକି, ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ ଆଦି ସମାସ୍ୟା ଅଧାରିତ ସମୁଦାୟ ୫୭ ଗୋଟି ଅଭିଯୋଗ ମଧ୍ୟରୁ ୪୪ ଗୋଟି ବ୍ୟକ୍ତିଗତ, ୧୧ ଗୋଟି ସାମୁହିକ ଏବଂ ୨ ଗୋଟି ମୁଖ୍ୟ ମନ୍ତ୍ରୀ ରିଲିଫ ପାଣ୍ଠି ଅଭିଯୋଗର ଶୁଣାଣି କରି ସମସ୍ତ ସମସ୍ୟା ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।