-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ପ୍ରହସନ ପାଲଟିଛି "ମୋ ଜଙ୍ଗଲ ଜମି ଯୋଜନା"

12-Nov-2024



ବଲାଙ୍ଗୀର(ପ୍ରେରଣା ଖବର): ପ୍ରଶାସନିକ ଆନ୍ତରିକତା ଅଭାବରୁ ବଲାଙ୍ଗୀର ଜିଲ୍ଲାରେ ପ୍ରହସନ ପାଲଟିଛି ମୋ ଜଙ୍ଗଲ ଜମି ଯୋଜନା।ବିଭାଗୀୟ ଅଧିକାରୀ ଙ୍କ ଅବହେଳା ତଥା ଅସହଯୋଗ ମନୋଭାବ ଯୋଗୁଁ ଏହି ଯୋଜନାର ସୁଫଳ ପାଇବାରୁ ସାଧାରଣ ଲୋକେ ବଞ୍ଚିତ ରହିଥିବା ଅଭିଯୋଗ ହେଉଛି।ଅନୁସୂଚିତ ଜନଜାତି ଓ ଅନ୍ୟାନ୍ୟ ପାରମ୍ପରିକ ବନବାସୀଙ୍କ( ଜଙ୍ଗଲ ଅଧିକାର ସ୍ଵୀକୃତି ଆଇନ -୨୦୦୬) ଅଧିକାର କୁ ସୁନିଶ୍ଚିତ କରିବା ଲକ୍ଷ୍ୟରେ ବଲାଙ୍ଗୀର ଜିଲ୍ଲାରେ କାର୍ଯ୍ୟକାରୀ ହେଉଛି "ମୋ ଜଙ୍ଗଲ ଜମି ଯୋଜନା"।ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ,ସଂଖ୍ୟାଲଘୁ ସମ୍ପ୍ରଦାୟ ତଥା ପଛୁଆବର୍ଗ କଲ୍ୟାଣ ବିଭାଗ ତରଫରୁ ଜିଲ୍ଲାର ୧୪୨୫ ଟି ଗ୍ରାମରେ ଜଙ୍ଗଲ ଅଧିକାର କମିଟି ଗଠନ କରାଯାଇ ଏହି ଯୋଜନାକୁ କାର୍ଯ୍ୟକାରୀ କରାଯିବା ସକାଶେ ପ୍ରାବଧାନ ରହିଛି।ସରକାରୀ ତଥା ବେସରକାରୀ ସ୍ତରରେ ଏଥିପାଇଁ କୋଟି କୋଟି ଟଙ୍କା ସରକାର ବ୍ୟୟ କରୁଛନ୍ତି। ଏଥିପାଇଁ ଗତବର୍ଷ ନଭେମ୍ବର ୧୦ ଓ ୧୬ ତାରିଖରେ ଜିଲ୍ଲାର ପ୍ରତ୍ୟେକ ଗ୍ରାମରେ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଜଙ୍ଗଲ ଅଧିକାର କମିଟି ଗଠନ କରାଯାଇଥିବା ସରକାରୀ ସୂତ୍ରରୁ ଜଣାଯାଇଛି। ତେବେ ଅସଲରେ ଯୋଜନା ପ୍ରଣୟନର ବର୍ଷକ ପରେ ମଧ୍ୟ ଅନେକ ଗ୍ରାମରେ ଜଙ୍ଗଲ ଅଧିକାର କମିଟି ଗଠନ ମଧ୍ୟ ହୋଇପାରି ନାହିଁ। ଜିଲ୍ଲା ରେ ବସବାସ କରୁଥିବା ହଜାର ହଜାର ଅନୁସୂଚିତ ଜନଜାତି ଓ ଅନ୍ୟାନ୍ୟ ପାରମ୍ପରିକ ବନବାସୀଙ୍କ ବ୍ୟକ୍ତିଗତ,ଗୋଷ୍ଠିଗତ ଓ ଗୋଷ୍ଠୀ ଜଙ୍ଗଲ ସମ୍ବଳ ଅଧିକାର ସମ୍ବନ୍ଧୀୟ ଦାବିଗୁଡ଼ିକୁ ଅଣଦେଖା କରାଯାଉଥିବା ନେଇ ଜଙ୍ଗଲ ଅଧିକାର କମିଟି ଗୁଡ଼ିକ ପକ୍ଷରୁ ଅଭିଯୋଗ ହେଉଛି।ଜିଲ୍ଲାର ୧୪୨୫ ଟି ଗ୍ରାମ ମଧ୍ୟରୁ ପ୍ରାୟ ୪ ଶହଟି ଜଙ୍ଗଲ ଅଧିକାର କମିଟି ପକ୍ଷରୁ ସେମାନଙ୍କ ଦାବି ଗୁଡ଼ିକର ସତ୍ୟା ସତ୍ୟ ନିରୂପଣ ସକାଶେ ଉଭୟ ରାଜସ୍ବ ଓ ଜଙ୍ଗଲ ବିଭାଗକୁ ସୂଚିତ କରାଯାଇଥିଲେ ମଧ୍ୟ କାମ ବିଶେଷ ଅଗ୍ରଗତି ହୋଇପାରି ନଥିବା ଜଣାଯାଇଛି।ରାଜସ୍ବ ବିଭାଗ ତଥା ଜଙ୍ଗଲ ବିଭାଗ ମଧ୍ୟରେ ଆବଶ୍ୟକ ସମନ୍ଵୟ ଅଭାବରୁ ଅନେକ ସ୍ଥାନରେ କାମ ଅଟକି ରହିଛି ।ସତ୍ୟାସତ୍ୟ ନିରୂପଣ ତଥା ଯୁଗ୍ମ ତଦନ୍ତ ପାଇଁ ତାରିଖ ନିର୍ଦ୍ଧାରିତ ହୋଇଥିଲେ ମଧ୍ୟ ବିଭାଗୀୟ କର୍ମଚାରୀ ଠିକ୍ ସମୟରେ ଉପସ୍ଥିତ ରହୁ ନାହାନ୍ତି।ଯେଉଁଠି ବି ଯୁଗ୍ମ ତଦନ୍ତ କରାଯାଉଛି,ରିପୋର୍ଟ ଦିଆଯାଉ ନାହିଁ ଅଥବା ରିପୋର୍ଟ ଦେବାରେ ଅହେତୁକ ବିଳମ୍ବ କରାଯାଉଥିବା ଅଭିଯୋଗ ହେଉଛି।ଏପରିକି ଗ୍ରାମ ସୀମାରେ ଥିବା ଜଙ୍ଗଲ ଜମିର ଜିପିଏସ ସର୍ଭେ ପାଇଁ ବଲାଙ୍ଗୀର ଉପ ଜିଲ୍ଲାପାଳ ( ପତ୍ରାଙ୍କ ସଂଖ୍ୟା -୪୪୩୭, ତା:୧୨/୦୮/୨୪ ) ନିର୍ଦ୍ଦେଶ ଦେବାର ତିନିମାସ ପରେ ମଧ୍ୟ କୌଣସି ସ୍ଥାନରେ ତାହା କାର୍ଯ୍ୟକାରୀ ହୋଇପାରି ନାହିଁ।ଉପଜିଲ୍ଲାପାଳଙ୍କ ନିର୍ଦ୍ଦେଶକୁ ମଧ୍ୟ ବିଭାଗୀୟ ଅଧିକାରୀ ଖାତିର କରୁନଥିବା ପରିଲକ୍ଷିତ ହୋଇଛି।ଏଭଳି ସ୍ଥିତିରେ ବିଭାଗୀୟ ଅଧିକାରୀଙ୍କ ଆନ୍ତରିକତାର ଅଭାବ ତଥା ଦାୟିତ୍ୱରେ ଅବହେଳା ଯୋଗୁଁ ଏହି ଯୋଜନାର ସଫଳ ରୂପାୟନ ହୋଇପାରିବା ନେଇ ଆଶଙ୍କା ପ୍ରକାଶ ପାଇଛି।ଅନୁସୂଚିତ ଜନଜାତି ଓ ଅନ୍ୟାନ୍ୟ ପାରମ୍ପରିକ ବନବାସୀଙ୍କୁ ସେମାନଙ୍କ ନ୍ୟାଯ୍ୟ ଦାବି ପ୍ରଦାନ କରାଯିବା ନେଇ ଆରମ୍ଭ ହୋଇଥିବା ଏହି ଯୋଜନା ସୁଦୂର ପରାହତ ହୋଇଛି ।ସରକାରୀ ସ୍ତରରେ ଅବହେଳା ନେଇ ବିଭିନ୍ନ ଜଙ୍ଗଲ ଅଧିକାର କମିଟି ଗୁଡ଼ିକ ପକ୍ଷରୁ ତୀବ୍ର ଅସନ୍ତୋଷ ପ୍ରକାଶ ପାଇବା ସହିତ ଆଗାମୀ ଦିନରେ ଆଇନକୁ ହାତକୁ ନେଇ ରାଜରାସ୍ତାକୁ ଓହ୍ଲାଇ ଆନ୍ଦୋଳନ କରାଯିବା ସକାଶେ ବିଭିନ୍ନ ଜଙ୍ଗଲ ଅଧିକାର କମିଟି ଗୁଡ଼ିକ ପକ୍ଷରୁ ଚେତାବନୀ ଦିଆଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like