-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||     

HOME   ଜିଲ୍ଲା

ଅଫିସରଙ୍କ ତୁଟୁନି ବିଜେଡ଼ି ପ୍ରୀତି, ଭତା ଟଙ୍କା ହଡ଼ପ ପାଇଁ ପିଇଓଙ୍କ ମସୁଧା

14-Nov-2024



ବୌଦ୍ଧ/ହରଭଙ୍ଗା(ଦେବବ୍ରତ ଦାସ): ବିଜେଡ଼ି ଶାସନରେ ଅଫିସରଙ୍କ ମାନମାନି ଚରମସୀମାରେ ପହଂଚିବା ସହ ବିଜେଡ଼ି କୁଜି ନେତାଙ୍କ କବ୍ଜାରେ ରହୁଥିଲେ ସରକାରୀ ଅଫିସର । ଯାହାର ସିଧାସଳଖ ପ୍ରଭାବ ସାଧାରଣ ଜନତା ଙ୍କ ଉପରେ ପଡି ଅନେକ ହନ୍ତ ସନ୍ତ ହେବା ଏହାର ପ୍ରତିକାର ଭୋଟ ବାକ୍ସରେ ଜବାବ ଦେଲେ । ହେଲେ ବର୍ତ୍ତମାନ ବି କେତେକ ଅଫିସରଙ୍କ ମାନମୁଖୀ ବିଜେପି ଶାସନକୁ ଇଙ୍ଗିତ କରିଛି । ଏଭଳି ଅଭିଯୋଗ ଆସିଛି ବୌଦ୍ଧ ବିଧାୟକ ସରୋଜ ପ୍ରଧାନଙ୍କ ପଂଚାୟତ ତିଲେଶ୍ୱରରୁ ।  ସୂଚନା ଅନୁଯାୟୀ ଚଳିତ ବର୍ଷ ଫେବୃଆରୀ ମାସରେ ତିଲେଶ୍ବର ଗ୍ରାମର ଦୋଳଗୋବିନ୍ଦ ନାଏକଙ୍କ 
ବାର୍ଦ୍ଧକ୍ୟ ଭତ୍ତା ଆବେଦନ କରିଥିଲେ । ଶ୍ରୀ ନାଏକ ପଂଚାୟତ ନିର୍ବାହୀ ଅଧିକାରୀ ଲଡୁ ସାହୁଙ୍କୁ ପ୍ରତ୍ୟକ ମାସରେ ଭତା ହେଲା ନାହିଁ ବୁଝି ଆସୁଥିଲେ । ତେବେ ଗତକାଲି ବ୍ଲକ କାର୍ଯ୍ୟାଳୟରେ ବୁଝିବା ପରେ ତାଙ୍କ ଭତା ଗତ ୩ ମାସ ତଳୁ ହୋଇଥିବା ଜାଣିବାକୁ ପାଇଥିଲେ । ଏଥି ସହିତ ତାଙ୍କୁ ଅନୁପସ୍ଥିତ ଦର୍ଶାଇ ପିଇଓ ଶ୍ରୀ ସାହୁ ଭତା ଟଙ୍କା ହଡ଼ପ ପାଇଁ ମସୁଧା କରୁଥିବା ଅଭିଯୋଗ କରିଛନ୍ତି ଶ୍ରୀ ନାଏକ । ତେବେ ପିଇଓ ଜଣଙ୍କ ସରପଞ୍ଚଙ୍କ ସ୍ୱାମୀଙ୍କ ଇଙ୍ଗିତରେ ରାଜନୈତିକ ଉଦ୍ଦେଶ୍ୟ ରଖି ଏଭଳି କରୁଥିବା ଅଭିଯୋଗ କରିଛନ୍ତି । ତେବେ ପୂର୍ବରୁ ମଧ୍ୟ ଶ୍ରୀ ନାଏକଙ୍କୁ ସରପଞ୍ଚ ଓ ତାଙ୍କ ସ୍ୱାମୀ ଏକ ପରିଚୟ ପତ୍ରରେ ଦସ୍ତଖତ ଦେଇନଥିଲେ । ଏହି ଘଟଣା ଜାଣିବା ପରେ ସେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଏ ସମ୍ପର୍କରେ ଲିଖିତ ଅଭିଯୋଗ କରିବେ ବୋଲି କହିଛନ୍ତି । ଅନ୍ୟପଟେ ପିଇଓ ଲଡୁ ସାହୁଙ୍କୁ ପଚାରିବାରୁ ନିଜ ମୁଣ୍ଡରୁ ଦୋଷ ଖସାଇ ମୁଁ ଜାଣି ପାରି ନାହିଁ ନଚେତ ଭତାଟଙ୍କା ଦେଇଥାନ୍ତି । ଆମେ ୱାର୍ଡ ମେମ୍ବର , ପିଅନ ଜରିଆରେ ଖବର କରୁ ମାତ୍ର ଏହି କ୍ଷେତ୍ରରେ ଆମେ ଖବର ଦେଇନାହୁଁ। ନିଜର ଭୁଲ ସ୍ୱୀକାର କରିବା ସହ ଘଟଣାକୁ ଅଧିକ ଉପରକୁ ନନେବାକୁ ନିବେଦନ କରିବା ସହ ଖୁବଶୀଘ୍ର ଭତା ଟଙ୍କା ଦିଆଯିବ ବୋଲି ଖାମଖିଆଲି ଭାବେ କହିଥିଲେ । ଏନେଇ ହରଭଙ୍ଗା ବିଡ଼ିଓ ଶରତ କୁମାର ସେଠୀଙ୍କୁ ପଚାରିବାରୁ ଘଟଣା ସମ୍ପର୍କରେ ତଦନ୍ତ କରି ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026

You Might Also Like