-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||     

HOME   ଜିଲ୍ଲା

ଶିଶୁ ଦିବସ ଓ ବାର୍ଷିକ ଉତ୍ସବ ବିପୁଳ ଉତ୍ସାହ ଉଦ୍ଦୀପନାରେ ପାଳିତ

14-Nov-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଶୁକ୍ରବାର ସରକାରୀ ଉଚ୍ଚ ବିଦ୍ୟାଳୟ ବିଜେପୁରରେ ଶିଶୁ ଦିବସ ସମାରୋହ ଓ ବାର୍ଷିକ ଉତ୍ସବ ବହୁ ଉତ୍ସାହ ଉଦ୍ଦୀପନାରେ ପାଳିତ ହୋଇଯାଇଛି। ଏହି ଦିବସ ଉପଲକ୍ଷେ ବିଭିନ୍ନ କାର୍ଯ୍ୟକ୍ରମ ସକାଳ ୭ ଟା ସମୟରୁ ଆରମ୍ଭ ହୋଇ ସନ୍ଧ୍ଯା ୬ ଟା ପର୍ଯ୍ୟନ୍ତ ଚାଲିଥିଲା। ଛାତ୍ରଛାତ୍ରୀମାନେ ବିଦ୍ୟାଳୟକୁ ପ୍ରବେଶ କରିବା ସମୟରେ ଶିକ୍ଷକ ଶିକ୍ଷୟିତ୍ରୀମାନେ ସେମାନଙ୍କ ମଥାରେ ଚନ୍ଦନ, ସିନ୍ଦୁର ଲଗାଇ ଥିଲେ। ଜବାହରଲାଲ ନେହେରୁଙ୍କ ଅତି ପ୍ରିୟ ଗୋଲାପ ଫୁଲ ଦେଇ ଛାତ୍ରଛାତ୍ରୀମାନଙ୍କୁ ସ୍ଵାଗତ କରାଯାଇଥିଲା।ପ୍ରଧାନ ଶିକ୍ଷକ ଅନ୍ୟ ଶିକ୍ଷକଶିକ୍ଷୟିତ୍ରୀମାନଙ୍କୁ ମଧ୍ଯ ସ୍ବାଗତ କରିଥିଲେ।ପରେ ପ୍ରଧାନ ଶିକ୍ଷକ ଶ୍ରୀ ଯୁକ୍ତ ମନୋଜ ବେହେରାଙ୍କ ଅଧ୍ୟକ୍ଷତାରେ ଏକ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ବିଜେପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ ନାରାୟଣ ଭୁଏ,ବିଜେପୁର ବରିଷ୍ଠ ନାଗରିକ ମଞ୍ଚ ର ସଭାପତି ନବ କୁମାର ସାହୁ, ବିଶିଷ୍ଟ ଶିକ୍ଷାବିତ ସ୍ବାଧୀନ କୁମାର ସାହୁ,ବିଦ୍ୟାଳୟର ପୂର୍ବତନ ଛାତ୍ର  ତଥା ଅବସରପ୍ରାପ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଘନଶ୍ୟାମ ସାହୁ,ଡାକ୍ତର ତହସିଲ ସାହୁ,ବିଦ୍ୟାଳୟର ମୋ ସ୍କୁଲ ଅଭିଯାନର ସଭାପତି ଶ୍ରୀଯୁକ୍ତ ମନୋଜ କୁମାର ପଣ୍ଡା ଅତିଥି ଭାବରେ ଯୋଗଦେଇଥିଲେ। ଛାତ୍ରୀମାନେ ସ୍ବାଗତ ସଙ୍ଗୀତ ପରିବେଷଣ କରିଥିଲେ।

ମଞ୍ଚାସୀନ ଅତିଥିଗଣ  ଶିଶୁ ଦିବସ ଉପରେ ନିଜ ନିଜର ମତାମତ ରଖି ଛାତ୍ରଛାତ୍ରୀମାନଙ୍କୁ ସୁ-ନାଗରିକ ହେବା ପାଇଁ ମାର୍ଗ ଦର୍ଶନ ଦେଇଥିଲେ ଏବଂ ବିଦ୍ୟାଳୟ ତଥା ଛାତ୍ରଛାତ୍ରୀମାନଙ୍କର ଉଜ୍ଜ୍ବଳ ଭବିଷ୍ୟତ କାମନା କରିଥିଲେ। ଶିକ୍ଷକ ଶ୍ରୀଯୁକ୍ତ ରବି ଶଙ୍କର ଗୁରୁ ସଭାକୁ ପରିଚାଳନା କରିଥିଲେ । ଶିକ୍ଷକ ନିର୍ମଳ ସାହୁ  ଧନ୍ୟବାଦ ଅର୍ପଣ କରିଥିଲେ। ଏହା ପରେ ଛାତ୍ରଛାତ୍ରୀମାନଙ୍କୁ ବିଦ୍ୟାଳୟ ତଥା ବରିଷ୍ଠ ନାଗରିକ ମଞ୍ଚ  ତରଫରୁ ଉପହାର ପ୍ରଦାନ କରାଯାଇଥିଲା।  ଏହା ପରେ ସମସ୍ତ ଛାତ୍ରଛାତ୍ରୀମାନଙ୍କୁ ଭୁରି ଭୋଜନରେ ଆପ୍ଯାୟିତ କରାଯାଇଥିଲା । ଭୋଜନ ପରେ  ଛାତ୍ରଛାତ୍ରୀମାନଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରା ଯାଇଥିଲା।

ଏହି କାର୍ଯ୍ୟକ୍ରମଟିକୁ ସମସ୍ତେ ମନଭରି ଉପଭୋଗ କରିଥିଲେ।ଶିକ୍ଷକ ଶ୍ରୀଯୁକ୍ତ ନିର୍ମଳ ସାହୁଙ୍କ ଦ୍ବାରା ରଚିତ ତଥା ଶିକ୍ଷକ ଶ୍ରୀଯୁକ୍ତ ରବିଶଙ୍କର ଗୁରୁଙ୍କ ଦ୍ବାରା ନିର୍ଦ୍ଦେଶିତ ନାଟକ 'ଉକିଆ' ଛାତ୍ରଛାତ୍ରୀମାନଙ୍କ ଦ୍ବାରା ପ୍ରଦର୍ଶିତ ହୋଇଥିଲା।ଏହା ନିଶା ନିବାରଣ କରିବା ପାଇଁ ଏକ ସଚେତନତା ଧର୍ମୀ ନାଟକ ଥିଲା। ଏହା ସମସ୍ତଙ୍କ ମନକୁ ଛୁଇଁ ପାରିଥିଲା।ଛାତ୍ରଛାତ୍ରୀମାନଙ୍କ ଦ୍ବାରା ସଂଗୀତ, ନୃତ୍ଯ ପରିବେଷଣ କରାଯାଇଥିଲା।ସାଂସ୍କୃତିକ କାର୍ଯ୍ୟକ୍ରମ ପରେ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା।ଦିନ ତମାମ ଚାଲି  ଥିବା ବିଭିନ୍ନ କାର୍ଯ୍ୟକ୍ରମ ରେ ବିଦ୍ୟାଳୟର ଶିକ୍ଷକ ଜୟନ୍ତ ପଧାନ, ଶଙ୍କର ପଟେଲ, ପୁରନ୍ଦର ବେହେରା,ନିର୍ମଳ ସାହୁ, ଜିତେନ୍ଦ୍ର ପଧାନ ,ସୁବ୍ରତ ପଧାନ, ରାହୁଲ ମହାନନ୍ଦିଆ, ରୂପକ ପଧାନ, ଭବାନି ଶଙ୍କର ସାହୁ, ହେମସାଗର ସାହୁ,ଉପେନ୍ଦ୍ର ଖମାରୀ,ବୁଦ୍ଧଦେବ ଦାସ, ନିରଞ୍ଜନ ରଣା, ଶିକ୍ଷୟିତ୍ରୀ ରଶ୍ମୀରେଖା ମେହେର, ବନ୍ଦନା ପଧାନ  ଫିରୋଜା ବାନୁ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026

You Might Also Like