-+91-9937148622 |
prerana_bgr@rediffmail.com |
Friday 25th September 2026 |
R.N.I. Regd No. ODIODI/2010/46693
Breaking News
15-Nov-2024
ବୀରମହାରାଜପୁର,( ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡର କୁଞ୍ଜାପାଲି ଆଶ୍ରମ ବିଦ୍ୟାଳୟ ପରିସରରେ ଶୁକ୍ରବାର ଜନଜାତି ଗୌରବ ଦିବସ ପାଳିତ ହୋଇଯାଇଛି lଏଥିରେ ସ୍ବତନ୍ତ୍ର ଗ୍ରାମସଭା ଓ ତାଲିମ ଶିବିର ଅନୁଷ୍ଠିତ ହୋଇଥିଲା। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶୁଭ୍ରାଂଶୁ ଶେଖର ପଣ୍ଡାଙ୍କ ସଭାପତିତ୍ବରେ ଆୟୋଜିତ ସଭାରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶୁଶ୍ରୀ ପ୍ରିୟଦର୍ଶିନୀ ମିର୍ଦ୍ଧା ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିବା ବେଳେ ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ମାଝି, ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ ସମେତ ଅନ୍ୟାନ୍ୟ ଅଧିକାରୀ ମାନେ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଜନନାୟକ ବିର୍ସା ମୁଣ୍ଡାଙ୍କ ଜୀବନୀ ତଥା ବଳିଦାନ ଉପରେ ଆଲୋକପାତ କରିଥିଲେ l ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା l ପରେ ଛାତ୍ରଛାତ୍ରୀଙ୍କ ଦ୍ଵାରା ସାଂସ୍କୃତିକ କାର୍ଯକ୍ରମ ଆୟୋଜିତ ହୋଇଥିଲା l ଶିକ୍ଷକ ସୁଜିତ୍ କର୍ମୀ ମଞ୍ଚ ପରିଚାଳନା କରିଥିବା ବେଳେ ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ, ଅଭିଭାବକା ଏବଂ ଛାତ୍ରଛାତ୍ରୀ ମାନେ ଉପସ୍ଥିତ ରହିଥିଲେ l ଶେଷରେ ମାନସ ରଞ୍ଜନ କଲେତ ଧନ୍ୟବାଦ୍ ଦେଇଥିଲେ l