-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ

20-Nov-2024



ବଲାଙ୍ଗିର(ପୂର୍ଣ୍ଣ ଶଶୀ ଶେଖର ରାଓ):  ବଲାଙ୍ଗିର ଜିଲ୍ଲାରେ ଖରିଫ‌ ବର୍ଷ ୨୦୨୪ -୨୫ ପାଇଁ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଆଜି ପୂର୍ବାହ୍ନ ରେ ଜିଲ୍ଲାପରିଷଦ ସ୍ଥିତ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ଶ୍ରୀ ଗୌରୱ ଶୀୱାଜୀ ଈସାଲୱାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ କ୍ୟାବିନେଟ ମନ୍ତ୍ରୀ ଡ଼ ମୁକେଶ ମହାଲିଙ୍ଗ, ବଲାଙ୍ଗିର ଲୋକସଭା ସାଂସଦ ସଙ୍ଗୀତା କୁମାରୀ ସିଂ ଦେଓ, ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି, କଣ୍ଟାବାଞ୍ଜି ବିଧାୟକ ଲକ୍ଷଣ ବାଗ , ଟିଟିଲାଗଡ଼ ବିଧାୟକ ନବୀନ ଜୈନ, ଅତିରିକ୍ତ ଜିଲ୍ଲାପାଳ ଡ଼ ବିଜୟାନନ୍ଦ ସେଠୀ , ମୁଖ୍ୟ ନିର୍ବାହୀ ଅଧିକାରୀ ପ୍ରଭାତ ମହାପାତ୍ର , ଜିଲ୍ଲା  ଯୋଗାଣ ଅଧିକାରୀ ଶ୍ରୀ ବେଣୁଧର ପାଣିଗ୍ରାହୀ ଉପସ୍ଥିତ ଥିଲେ । 

ଆସନ୍ତା ଡିସେମ୍ବର ୨ ତାରିଖରୁ ପର୍ଯ୍ୟାୟକ୍ରମେ ୯୫,୦୮୭ ପଞ୍ଜୀକୃତ ଚାଷୀ ମାନଙ୍କ ଠାରୁ ୧୭୬ ଗୋଟି ମଣ୍ଡି ମାଧ୍ୟମରେ (୧୫୮ ପେକ୍ସ ଏବଂ ୧୮ ଏସଏଚଜି ) ୩୪,୦୯,୦୭୩ କୁଇଣ୍ଟାଲ ଧାନ ସଂଗ୍ରହ କରାଯିବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି । ଜିଲ୍ଲାପାଳ ଚାଷୀମାନଙ୍କ ସୁବିଧା ପାଇଁ ମଣ୍ଡି ରେ ପର୍ଯ୍ୟାପ୍ତ ସୁବିଧା, ଶୀଘ୍ର ଧାନ ଉଠିବା ପାଇଁ ନିଆଯାଉଥିବା ପଦକ୍ଷେପ ଓ ଚୋରା ଚାଲାଣ ହେଉଥିବା ଧାନ ଗାଡ଼ିକୁ ଜବତ କରିବା ସହ ଗତଥର ମଣ୍ଡିରେ ଉପୁଜିଥିବା ବିଭିନ୍ନ ସମସ୍ୟାର ପୁନରାବୃତ୍ତି ନଘଟିବା ,ଚାଷୀମାନେ ଯେପରି କଟଣି ଛଟଣୀର ଶିକାର ନହେବେ ସେଥିପ୍ରତି ବିଶେଷ ଧ୍ୟାନ ଦେବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ସମସ୍ତ ମଣ୍ଡି ମାନଙ୍କରେ ଜଣେ ଲେଖାଏ ନୋଡ଼ାଲ ଅଧିକାରୀ ଏବଂ ୪-୫ ଟି ମଣ୍ଡି ରେ ଜଣେ ଲେଖାଏ ସୁପରଭାଇଜିଙ୍ଗ ଅଧିକାରୀ ଙ୍କୁ ଦାୟୀତ୍ବ ଦିଆ ଯାଇଛି । 
ଝୋଟ ବସ୍ତାର ପର୍ଯ୍ୟାପ୍ତ ଯୋଗାଣ,ମଣ୍ଡିରେ ବିଜୁଳି, ଭିତ୍ତିଭୂମି,ଆଶ୍ରୟ ସ୍ଥଳ,ଟୋକନ୍ ସମୟ ସୀମା, ଓଜନ ମେସିନ ର ଉପଲବ୍ଧି ଉପରେ ଆଲୋଚନା କରିବା ସହ ଚାଷୀ ପ୍ରତିନିଧି, ମିଲର ତଥା ପ୍ରଶାସନିକ ସହଯୋଗରେ ଚଳିତ ଖରିଫ ଧାନ ସଂଗ୍ରହକୁ ବିନା କୌଣସି ଅସୁବିଧାରେ ସମ୍ପନ୍ନ କରିବାକୁ କହିଥିଲେ ।
ରାଜ୍ୟ ସରକାରଙ୍କ ନିଷ୍ପତ୍ତିକ୍ରମେ ଚଳିତ ବର୍ଷ ଏଫ୍.ଏ.କ୍ୟୁ ଧାନ ର ସର୍ବନିମ୍ନ ସହାୟକ ମୂଲ୍ୟ ପ୍ରତି କ୍ଵିଣ୍ଟାଲ ପିଛା ୨୩୦୦/- ଟଙ୍କା ଏବଂ ଗ୍ରେଡ-ଏ ମୂଲ୍ୟ ପ୍ରତି କ୍ଵିଣ୍ଟାଲ ୨୩୨୦/- ଟଙ୍କା ରଖାଯାଇଛି । ଏହାବାଦ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ସର୍ବନିମ୍ନ ସହାୟକ ମୂଲ୍ୟ ସମେତ ୮୦୦ ଟଙ୍କାର ଅତିରିକ୍ତ ଇନପୁଟ ଆସିଷ୍ଟାନ୍ସ ମଧ୍ୟ ଦିଆଯିବ ଯାହା ସର୍ବମୋଟ 3100 ଟଙ୍କା ହେବ । ଧାନ ମିଳିବାର ୪୮ ଘଣ୍ଟା ମଧ୍ୟରେ ଯେପରି ଚାଷୀ ଟଙ୍କା ପାଇବ ସେ ବାବଦରେ ମଧ୍ୟ ଧ୍ୟାନ ଦେବାକୁ କହିଥିଲେ । 

ପ୍ରତ୍ୟେକ ଧାନ ମଣ୍ଡିରେ ଗୁଣାତ୍ମକ ମାନ ଯାଞ୍ଚ କରିବା ପାଇଁ ବ୍ୟବସ୍ଥା କରାଯିବ । ଏଥିନିମନ୍ତେ ରେଜିଷ୍ଟର ରଖାଯାଇ ମାନଯାଞ୍ଚ ତଥ୍ୟ ଓ କୃଷକ ମାନଙ୍କ ନାମ ଉଲ୍ଲେଖ ରହିବ । ଏଥିନିମନ୍ତେ ପ୍ରାଥମିକ କୃଷି ସମବାୟ ସମିତି ଓ ନିୟନ୍ତ୍ରଣ ବଜାର କମିଟି ସମ୍ପାଦକ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବେ । ସଂଗୃହୀତ ଧାନର ମାନ ନିରୀକ୍ଷଣ କରିବା ପାଇଁ ଯନ୍ତ୍ରର ବ୍ୟବହାର କରାଯିବ (ଗ୍ରେନ ଆନାଲାଇଜର )  ଏବଂ ଡିଜିଟାଲ ଆଦ୍ରତା ମାପ ଯନ୍ତ୍ର ଲଗାଯିବ ବୋଲି ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ସୂଚନା ଦେଇଥିଲେ । ଧାନର ଏଫଏକ୍ୟୁ ମାନ ବିଷୟରେ ଚାଷୀଙ୍କୁ ପୂର୍ବରୁ ସଚେତନ କରିବା, ମଣ୍ଡିକୁ ଧାନ ଆସିବାର ଯଥା ସମୟ ପୂର୍ବରୁ ଚାଷୀ ମାନଙ୍କୁ ଟୋକେନ୍ ଦେବା ବ୍ୟବସ୍ଥା କରିବା, କଳାବଜାରୀ ଭଳି ବେଆଇନ କାର୍ଯ୍ୟଗୁଡିକୁ ରୋକିବା ପାଇଁ ବୈଠକରେ ନିଷ୍ପତି ନିଆଯାଇଥିଲା I  କୌଣସି ଟୋକନ ଯେପରି କ୍ଷତି ନ ହୁଏ ସେଥିପ୍ରତି ଜିଲ୍ଲାପାଳ ଙ୍କୁ ୭ ଦିନ  ଅବଧି ବଢାଇବାକୁ ମଧ୍ୟ କ୍ଷମତା ଦିଆ ଯାଇଛି । ବାହାର ଜିଲାରୁ କିମ୍ବା ଆନ୍ତରାଜ୍ୟ ଧାନ ବିକ୍ରି ରୋକ ପାଇଁ ଆରକ୍ଷୀ ଅଧିକ୍ଷକ ବିଭିନ୍ନ ସ୍ଥାନରେ ନାକା ବନ୍ଦୀ କରିବା ତଥା ସିସିଟିଭି ଦ୍ବାରା ପୋଲିସ ବିଭିନ୍ନ ସ୍ଥାନରେ ଜଗିବ ବୋଲି ସୂଚନା ଦେଇଥିଲେ  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like