-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ଦୁତିପଡା କନ୍ୟାଶ୍ରମରେ ବ୍ଲକସ୍ତରୀୟ ସର୍ଗିଫୁଲ କାର୍ଯ୍ୟକ୍ରମ ଅନୁଷ୍ଠିତ

20-Nov-2024



ଫୁଲବାଣୀ(କ୍ଷୀରୋଦ କୁମାର ସାହାଣୀଙ୍କ ରିପୋର୍ଟ ) କନ୍ଧମାଳ ଜିଲ୍ଲାର ସମସ୍ତ ବାର ଗୋଟି ବ୍ଲକରେ ଆଜି ବ୍ଲକସ୍ତରୀୟ ସର୍ଗିଫୁଲ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ଓ ଅନୁରୂପ ଭାବେ ଖଜୁରୀପଡା ବ୍ଲକ ଅନ୍ତର୍ଗତ ଦୁତିପଡା ଆଶ୍ରମ ଉଚ୍ଚ ବିଦ୍ୟାଳୟରେ ମଧ୍ୟ ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ରଶ୍ମିତା ତ୍ରିପାଠୀଙ୍କ ପ୍ରତକ୍ଷ୍ୟ ତତ୍ୱାବଧାନରେ ଆଜି ବ୍ଲକସ୍ତରୀୟ ସର୍ଗି ଫୁଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି | ଉକ୍ତ ବ୍ଲକ ସ୍ତରୀୟ ସର୍ଗିଫୁଲ କାର୍ଯ୍ୟକ୍ରମ କୁ ପୂର୍ବାହ୍ନରେ ଖଜୁରୀପଡା ବିଡ଼ିଓ ଶ୍ରୀ ସୌମ୍ୟରଂଜନ ପାତ୍ର ଉଦଘାଟନ କରିଥିବା ବେଳେ

କାର୍ଯ୍ୟକ୍ରମର ଅନ୍ତିମ ପର୍ଯ୍ୟାୟରେ ଖଜୁରୀପଡା ବ୍ଲକ ଚେୟାରମ୍ୟାନ ସୁଶ୍ରୀ ଅନିମା କହଁର ମୁଖ୍ୟ ଅତିଥିଭାବେ ଯୋଗଦାନ କରିଥିଲେ ଓ ଅଂଶ ଗ୍ରହଣ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ଆଜିର କାର୍ଯ୍ୟକ୍ରମ ଉପରେ ଉଦବୋଧନ ଦେଇ ଉତ୍ସାହିତ କରିଥିଲେ, ଏବଂ କୃତୀ ପ୍ରତିଯୋଗୀ ମାନଙ୍କୁ ମାନ ପାତ୍ର ଓ ଟ୍ରଫି ପ୍ରଦାନ କରିଥିଲେ,ଏବଂ ଅନ୍ୟ ମାନଙ୍କ ମଧ୍ୟରେ ପୁନଃ ସନମାନୀତ ଅତିଥିଭାବେ ବିଡ଼ିଓ ସୌମ୍ୟରଂଜନ ପାତ୍ର ମଧ୍ୟ ଛାତ୍ର ଛାତ୍ରୀମାନଙ୍କୁ ଉତ୍ସାହିତ କରିବା ସହିତ କୃତୀ ପ୍ରତିଯୋଗୀ ମାନଙ୍କୁ ମାନପତ୍ର ଓ ଟ୍ରଫି ପ୍ରଦାନ କରିଥିବା ବେଳେ ରାଜେଶ କୁମାର ମୁର୍ମୁ ମଙ୍ଗଳ ସାମ୍ପ୍ରସରଣ ଅଧିକାରୀ,ଖଜୁରୀପଡା,  ଦୁତିପଡା ସରପଞ୍ଚ ଶ୍ରୀମତୀ ଜାନକୀ ଯାନୀ, ସମିତି ସଭ୍ୟ ଶୁକଦେବ ସେଠି  ଯୋଗଦାନ କରି ଥିଲେ |  ଏହି ବ୍ଲକ ସ୍ତରୀୟ ସର୍ଗିଫୁଲ କାର୍ଯ୍ୟକ୍ରମରେ ୧୨ ଟି ଆଶ୍ରମ ବିଦ୍ୟାଳୟ ର ଛାତ୍ରଛାତ୍ରୀ ମାନେ ବିଭିନ୍ନ ପ୍ରକାର ନୃତ୍ୟଗୀତ  ଓ ସଂଗୀତ, ଏକକ ଅଭିନୟରେ ଅଂଶଗ୍ରହଣ କରିଥିଲେ ଓ ନିଜର ଲୁକ୍କାୟିତ ଅନ୍ତର୍ନିହିତ ପ୍ରତିଭା, ଗୁଣାବଳୀକୁ ଲୋକ ଲୋଚନକୁ ଆଣିବାକୁ ଏକ ସୁଯୋଗ ବା ସର୍ଗିଫୁଲ କାର୍ଯ୍ୟକ୍ରମର ଏକ ସୁନ୍ଦର ମଞ୍ଚ ପାଇପାରିଥିଲେ, ଓ ନିଜର ପ୍ରତିଭାକୁ ପ୍ରଦର୍ଶନ କରିପାରିଥିଲେ |  ବାର ଗୋଟି ଆଶ୍ରମ ବିଦ୍ୟାଳୟ ମଧ୍ୟରୁ  ଚାରିଗୋଟି ଆଶ୍ରମ ଉଚ୍ଚବିଦ୍ୟାଳୟ ତଥା :- ଦୁତିପଡା, ରଣ ପାଟିଲି, ବିଳାବାଡି, ଓ କଳିଙ୍ଗ ଆଦର୍ଶ ଆବାସିକ ବିଦ୍ୟାଳୟ ସମେତ ଆଉ ଆଠଟି ଆଶ୍ରମ ବିଦ୍ୟାଳୟ ର ଛାତ୍ର ଛାତ୍ରୀମାନେ ମଧ୍ୟ୍ୟ ଏହି କାର୍ଯ୍ୟକ୍ରମରେ  ସକ୍ରିୟ ଅଂଶ ଗ୍ରହଣ କରିଥିବାର ଦେଖିବାକୁ ମିଳିଥିଲା |  ଏହି କାର୍ଯ୍ୟକ୍ରମର ମୁଖ୍ୟ ପୁରୋଧା ଭାବେ ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ରଶ୍ମିତା ତ୍ରିପାଠୀ ପରିଚାଳନା କରିଥିବା ବେଳେ ସହକାରୀ ଶିକ୍ଷୟତ୍ରୀ ଶ୍ରୀମତୀ ମମତା ପ୍ରହରାଜ , ମାନସ ରଞ୍ଜନ ପ୍ରଧାନ, ସୁବ୍ରତ କୁମାର ସାହୁ, କିଶୋର କହଁର ବିଳାବାଡି, ଶିକ୍ଷୟତ୍ରୀ ଶ୍ରୀମତୀ ପଦ୍ମିନୀ ପାଳ ଘୋଷିକା ଭାବେ ଅତି ଚମତ୍କାର ରୂପେ ମଞ୍ଚ ପରିଚାଳନା କରିଥିଲେ,| ପ୍ରତିଯୋଗିତାରେ ବିଚାରକ ଭାବେ ସୁଦ୍ରେଜୁ ଉଚ୍ଚ ବିଦ୍ୟାଳୟ ର ସହକାରୀ ଶିକ୍ଷକ ଶ୍ରୀ ବିକ୍ରମ କେଶରୀ ରଣା ଓ ପିରିକୁଡି ଉଚ୍ଚବିଦ୍ୟାଳୟର ଶିକ୍ଷୟତ୍ରୀ ସୁଶ୍ରୀ ମାମିନା ନାୟକ  ଓ ଶ୍ରୀକାନ୍ତ ସାହୁ ନିରେପେକ୍ଷ ଭାବେ ପ୍ରତିଯୋଗୀ ମାନଙ୍କ ଅଭିନୟ ର ବିଭିର୍ଣ୍ଣ ଦିଗକୁ ଲକ୍ଷ୍ୟ କରି ମୂଲ୍ୟାୟନ କରିଥିଲେ |  
      ଏହି ବ୍ଲକ ସ୍ତରୀୟ ସର୍ଗିଫୁଲ କାର୍ଯ୍ୟକ୍ରମ ରେ ସ୍ଥାନୀୟ ଦୁତିପଡା ଆଶ୍ରମ ଉଚ୍ଚ ବିଦ୍ୟାଳୟ ର ଛାତ୍ରୀମାନେ ଉଚ୍ଚ କୋଟିର ନୃତ୍ୟ ପରିବେଷଣ କରି ପ୍ରଥମ ସ୍ଥାନ ହାସଲ କରିଥିବା ବେଳେ ଖଜୁରୀପଡା ସ୍ଥିତ କଳିଙ୍ଗ ଆଦର୍ଶ ବିଦ୍ୟାଳୟ ର ଛାତ୍ର ମାନେ ଡ଼ଙ୍ଗରିୟା କନ୍ଧ ବା ଆଦିବାସୀ ଚଳଣି, ପରମ୍ପରା ଓ ସଂସ୍କୃତି ଉପରେ ଆକର୍ଷଣୀୟ ଓ ସୁନ୍ଦର ନୃତ୍ୟ ପରିବେଶଣ କରି ଦ୍ୱିତୀୟ ସ୍ଥାନ ଅଧିକାର କରିଥିବା ବେଳେ ରଣ ପାଟୁଳି ଆଶ୍ରମ ବିଦ୍ୟାଳୟ ର ଛାତ୍ରୀମାନେ ତୃତୀୟ ସ୍ଥାନ ଅଧିକାର କରି ଜିଲ୍ଲା ସ୍ତରୀୟ ପ୍ରତିଯୋଗିତା ରେ ଅଂଶ ଗ୍ରହଣ କରିବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି |  ବିଶେଷ ସୂଚନା ପ୍ରକାରେ ଆଜି କନ୍ଧମାଳ ଜିଲ୍ଲାର ସମସ୍ତ ଆଶ୍ରମ ବିଦ୍ୟାଳୟ ଗୁଡିକର ଛାତ୍ର ଛାତ୍ରୀ ମାନେ ବ୍ଲକ ସ୍ତରୀୟ ପ୍ରତିଯୋଗିତା କାର୍ଯ୍ୟକ୍ରମରେ ବିଭିର୍ଣ୍ଣ ବ୍ଲକ ରେ ଅଂଶ ଗ୍ରହଣ କରିଥିବା  ଦେଖିବାକୁ ମିଳିଛି | ଖଜୁରୀପଡା ବ୍ଲକ ସ୍ତରୀୟ ସର୍ଗିଫୁଲ କାର୍ଯ୍ୟକ୍ରମ ବିଦ୍ୟାଳୟ  ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ତ୍ରିପାଠୀ ସମେତ ସମସ୍ତ କର୍ମକର୍ତ୍ତା ମାନଙ୍କ ସକ୍ରିୟ ଅଂଶ ଗ୍ରହଣ ଓ ପ୍ରତକ୍ଷ୍ୟ ସହଯୋଗ ରେ ଅତି ସୁଚାରୁରୂପେ ଓ ସୁନ୍ଦର ଭାବେ ଅନୁଷ୍ଠିତ ହୋଇଥିବା ଦେଖିବାକୁ ମିଳିଥିଲା |


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like