-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||     

HOME   ରାଜ୍ୟ

ରାଷ୍ଟ୍ରପତିଙ୍କୁ ସାହିତ୍ୟ ଏକାଡେମୀ ପ୍ରକାଶିତ ହରେକୃଷ୍ଣ ମହତାବଙ୍କ ପୁସ୍ତକ ପ୍ରଦାନ

22-Nov-2024



ନୂଆଦିଲ୍ଲୀ(ପ୍ରେରଣା ଖବର):କେନ୍ଦ୍ର ସରକାରଙ୍କ ସଂସ୍କୃତି ବିଭାଗ ପକ୍ଷରୁ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନ ପରିସରରେ ଉକ୍ରଳ କେଶରୀ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ଉତ୍ସବ ଅନୁଷ୍ଠିତ ହୋଇଛି ।

ଏହି ଅବସରରେ ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ତରଫରୁ ପ୍ରକାଶିତ ହରେକୃଷ୍ଣ ମହତାବଙ୍କ ଓଡ଼ିଆ ନିବନ୍ଧ ସଂକଳନ ‘ଗାଁ ମଜଲିସ’ର ଇଂରାଜୀ ଓ ହିନ୍ଦୀ ଅନୁବାଦର ପ୍ରଥମ କପି ତଥା ଜୀବନୀ ପୁସ୍ତକର ନୂତନ ସଂସ୍କରଣ ପ୍ରଦାନ କରାଯାଇଥିଲା । ସାହିତ୍ୟ ଏକାଡେମୀ ଦ୍ୱାରା ପୁରସ୍କୃତ ‘ଗାଁ ମଜଲିସ-  ତୃତୀୟ ଭାଗ’ର ଇଂରାଜୀ ଅନୁବାଦ କରିଛନ୍ତି ତରୁଣ କୁମାର ସାହୁ ଏବଂ ହିନ୍ଦୀ ଅନୁବାଦ କରିଛନ୍ତି ସୁଜାତା ଶିବେନ । ହରେକୃଷ୍ଣ ମହତାବଙ୍କ ଜୀବନୀ ରଚନା କରିଛନ୍ତି ପ୍ରଫେସର ବୈଷ୍ଣବ ଚରଣ ସାମଲ । ଏହି ଅବସରରେ ସାହିତ୍ୟ ଏକାଡେମୀ ପକ୍ଷରୁ ହରେକୃଷ୍ଣ ମହତାବଙ୍କ ରଚିତ ପୁସ୍ତକଗୁଡ଼ିକର ଏକ ପ୍ରଦର୍ଶନୀ ଆୟୋଜିତ ହୋଇଥିଲା । ମାନନୀୟା ରାଷ୍ଟ୍ରପତି ଏହି ପ୍ରଦର୍ଶନୀ ମଧ୍ୟ ପରିଦର୍ଶନ କରିଥିଲେ । ରାଷ୍ଟ୍ରପତିଙ୍କୁ ପୁସ୍ତକଗୁଡ଼ିକ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ ସାହିତ୍ୟ ଏକାଡେମୀର ସଚିବ ଡକ୍ଟର କେ. ଶ୍ରୀନିବାସରାଓ । ରାଷ୍ଟ୍ରପତିଙ୍କ ପରିଦର୍ଶନ ସମୟରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ କଟକର ସାଂଦଦ ତଥା ହରେକୃଷ୍ଣ ମହତାବଙ୍କ ପୁତ୍ର ଭର୍ତ୍ତୃହରି ମହତାବ ଉପସ୍ଥିତ ଥିଲେ ।

ସମାରୋହରେ ମାନନୀୟା ରାଷ୍ଟ୍ରପତି ବକ୍ତବ୍ୟ ପ୍ରଦାନ କରିବା ପୂର୍ବକ ହରେକୃଷ୍ଣ ମହତାବଙ୍କ ସ୍ମୃତିରେ ଏକ ଡାକଟିକଟ ଉନ୍ମୋଚନ କରିଥିଲେ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଥିଲେ ଯେ ଆଜିର ଯୁବ ପିଢ଼ି ନବଓଡ଼ିଶାର ନିର୍ମାତା ହରେକୃଷ୍ଣ ମହତାବଙ୍କ ରଚିତ ପୁସ୍ତକମାନ ପଢ଼ିବା ଜରୁରୀ ଏବଂ ଏ ଦିଗରେ ସାହିତ୍ୟ ଏକାଡେମୀ ଦ୍ୱାରା ପ୍ରକାଶିତ ପୁସ୍ତକଗୁଡ଼ିକ ସହାୟକ ହେବ ।


News Comment




Photo in News

Advertisment
Lastest News
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026

You Might Also Like