Bhubaneswar/08/10- ଭୁବନେଶ୍ୱର: ଆନ୍ଧ୍ରପ୍ରଦେଶର ଦକ୍ଷିଣ ଉପକୂଳ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାବେଳେ ଏଠାରୁ ଆଭ୍ୟନ୍ତରୀଣ ଓଡ଼ିଶା ଦେଇ ପଶ୍ଚିମବଙ୍ଗ ପର୍ଯ୍ୟନ୍ତ ଏକ ଟ୍ରଫ ଲାଇନ ରହିଛି। ଏହାର ପ୍ରଭାବରେ ରାଜ୍ୟର କିଛି ଅଞ୍ଚଳରେ ମେଘୁଆ ପାଗ ସହିତ ବର୍ଷା ହୋଇଛି।

       ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି ବୁଲେଟିନରେ କୁହାଯାଇଛି ଯେ ଆସନ୍ତା ୯ତାରିଖରେ ଉତ୍ତର ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ବବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଲଘୁଚାପ ସୃଷ୍ଟି ହେବାର ପରବର୍ତ୍ତୀ ୨୪ଘଣ୍ଟାରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତର ରୂପ ନେବ। ଆସନ୍ତା ୧୧ତାରିଖ ଅପରାହ୍ନ କିମ୍ବା ସନ୍ଧ୍ୟା ସୁଦ୍ଧା ଅବପାତ ପଶ୍ଚିମ-ଉତ୍ତର-ପଶ୍ଚିମରେ ମୁହାଁଇବା ସହିତ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳ ମଧ୍ୟବର୍ତ୍ତୀ ଅଞ୍ଚଳ ଦେଇ ଗତି କରିବାର ସମ୍ଭାବନା ରହିଛି।*

ଏହାର ପ୍ରଭାବରେ ୧୧ତାରିଖରେ ମାଲକାନଗିରି, କୋରାପୁଟ, ଗଜପତି, ରାୟଗଡ଼ା, ଗଞ୍ଜାମ ଆଦି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଥିସହିତ ପୁରୀ, କନ୍ଧମାଳ ,ଖୋର୍ଦ୍ଧା, ଜଗତସିଂହପୁର, କଳାହାଣ୍ଡି ଓ ନବରଙ୍ଗପୁର ଜିଲାରେ ମଧ୍ୟ ପ୍ରବଳ ବର୍ଷା ହେବ। ଏହିସବୁ ଜିଲାକୁ ୟେଲୋ ୱାର୍ଣ୍ଣିଂ କରାଯାଇଛି।

  ଲଘୁଚାପ ଅବପାତରେ ପରିଣତ ହେବା ସହିତ ୧୧ତାରିଖ ସୁଦ୍ଧା ସମୁଦ୍ର ଉପକୂଳରେ ୪୫ରୁ ୫୫ କିମି ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ସମୁଦ୍ର ଅଶାନ୍ତ ରହିବ। ତେଣୁ ଆସନ୍ତା ୧୦ ତାରିଖଠାରୁ ମତ୍ସ୍ୟଜୀବୀ ସମୁଦ୍ରକୁ ନଯିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରିଦିଆଯାଇଛି। ଯେଉଁ ମତ୍ସ୍ୟଜୀବୀ ସମୁଦ୍ରକୁ ଯାଇଛନ୍ତି ସେମାନେ ୧୦ ତାରିଖ ପୂର୍ବରୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି।*

*ବିଭିନ୍ନ ମଡ଼େଲ ଆଧାରରେ ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ଯେ ଆସନ୍ତା ୯ତାରିଖରେ ଉତ୍ତର ଆଣ୍ଡାମାନ ସାଗର ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ୨୪ ଘଣ୍ଟା ପରେ ଉତ୍ତର ପଶ୍ଚିମରେ ଗତି କରି ୧୦ତାରିଖ ମଧ୍ୟାହ୍ନ ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗରରେ ରହିବ। ପରେ ପଶ୍ଚିମ-ଉତ୍ତର-ପଶ୍ଚିମରେ ଗତି କରି ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳକୁ ମୁହାଁଇବା ସହିତ ଅଧିକ ଘନୀଭୂତ ହେବ। ୧୧ତାରିଖ ସକାଳ ସୁଦ୍ଧା ଅବପାତରେ ପରିଶତ ହେବା ପରେ ୧୨ ସକାଳ ସୁଦ୍ଧା ବିଶାଖାପାଟଣା ଓ ରାଜମହେନ୍ଦ୍ରୀ ମଧ୍ୟବର୍ତ୍ତୀ ଅଞ୍ଚଳରେ ସ୍ଥଳଭାଗଠାରୁ ଦୂରରେ ରହିବ। ଆସନ୍ତା ୧୩ତାରିଖ ସକାଳେ ଏହା ବିଶାଖାପାଟଣାର ଦକ୍ଷିଣରେ ସ୍ଥଳଭାଗ ଛୁଇଁପାରେ। ୧୩ତାରିଖରେ ଏହା ଦୁର୍ବଳ ହେବ। ଏହାର ପ୍ରଭାବରେ ୧୦ ରାତିରୁ ପାଗରେ ପରିବର୍ତ୍ତନ ହେବ। ୧୧ରୁ ୧୪ ପର୍ଯ୍ୟନ୍ତ ପୁରୀଠାରୁ ଦକ୍ଷିଣରେ ପୁରୀ ସମେତ ଗଞ୍ଜାମ, ନୟାଗଡ଼ରେ ସବୁଠୁ ଅଧିକ ବର୍ଷା ହେବ। ପୁରୀର ଉତ୍ତରରେ ଥିବା ଉପକୂଳ ଜିଲା ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଯାଜପୁର ଓ ଢ଼େଙ୍କାନାଳରେ ମଧ୍ୟ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଅନ୍ୟାନ୍ୟ ଜିଲାରେ ମଧ୍ୟମରୁ ପ୍ରବଳ ବର୍ଷା ହେବ। ଭୁବନେଶ୍ୱରରେ ୧୧ରେ ମଧ୍ୟମ, ୧୨ ଓ ୧୩ରେ ପ୍ରବଳ ଓ ୧୪ରୁ ୧୬ ପର୍ଯ୍ୟନ୍ତ ସ୍ୱଳ୍ପରୁ ମଧ୍ୟମ ବର୍ଷା ହୋଇପାରେ। ଅକ୍ଟୋବର ତୃତୀୟ ସପ୍ତାହରେ ଆଉ ଏକ ଲଘୁଚାପ ଆଣ୍ଡାମାନ ସାଗରରେ ହେବ ଏବଂ ଏହି ସମୟରେ ଅପେକ୍ଷାକୃତ ଅଧିକ ବର୍ଷାର ସମ୍ଭାବନା ରହିଛି। ତେବେ ୯ତାରିଖରେ ଲଘୁଚାପ ସୃଷ୍ଟି ହେବା ପରେ ଏହାର ଗତିପଥ ଓ ପ୍ରଭାବ ବିଷୟରେ ଅଧିକ ସ୍ପଷ୍ଟ ହେବ ।

    "/>

-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||     

HOME    ଅନ୍ୟାନ୍ୟ

୯ରେ ଲଘୁଚାପ, ୧୧ରେ ଅବପାତ

08-Oct-2020

Bhubaneswar/08/10- ଭୁବନେଶ୍ୱର: ଆନ୍ଧ୍ରପ୍ରଦେଶର ଦକ୍ଷିଣ ଉପକୂଳ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାବେଳେ ଏଠାରୁ ଆଭ୍ୟନ୍ତରୀଣ ଓଡ଼ିଶା ଦେଇ ପଶ୍ଚିମବଙ୍ଗ ପର୍ଯ୍ୟନ୍ତ ଏକ ଟ୍ରଫ ଲାଇନ ରହିଛି। ଏହାର ପ୍ରଭାବରେ ରାଜ୍ୟର କିଛି ଅଞ୍ଚଳରେ ମେଘୁଆ ପାଗ ସହିତ ବର୍ଷା ହୋଇଛି।

       ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି ବୁଲେଟିନରେ କୁହାଯାଇଛି ଯେ ଆସନ୍ତା ୯ତାରିଖରେ ଉତ୍ତର ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ବବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଲଘୁଚାପ ସୃଷ୍ଟି ହେବାର ପରବର୍ତ୍ତୀ ୨୪ଘଣ୍ଟାରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତର ରୂପ ନେବ। ଆସନ୍ତା ୧୧ତାରିଖ ଅପରାହ୍ନ କିମ୍ବା ସନ୍ଧ୍ୟା ସୁଦ୍ଧା ଅବପାତ ପଶ୍ଚିମ-ଉତ୍ତର-ପଶ୍ଚିମରେ ମୁହାଁଇବା ସହିତ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳ ମଧ୍ୟବର୍ତ୍ତୀ ଅଞ୍ଚଳ ଦେଇ ଗତି କରିବାର ସମ୍ଭାବନା ରହିଛି।*

ଏହାର ପ୍ରଭାବରେ ୧୧ତାରିଖରେ ମାଲକାନଗିରି, କୋରାପୁଟ, ଗଜପତି, ରାୟଗଡ଼ା, ଗଞ୍ଜାମ ଆଦି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଥିସହିତ ପୁରୀ, କନ୍ଧମାଳ ,ଖୋର୍ଦ୍ଧା, ଜଗତସିଂହପୁର, କଳାହାଣ୍ଡି ଓ ନବରଙ୍ଗପୁର ଜିଲାରେ ମଧ୍ୟ ପ୍ରବଳ ବର୍ଷା ହେବ। ଏହିସବୁ ଜିଲାକୁ ୟେଲୋ ୱାର୍ଣ୍ଣିଂ କରାଯାଇଛି।

  ଲଘୁଚାପ ଅବପାତରେ ପରିଣତ ହେବା ସହିତ ୧୧ତାରିଖ ସୁଦ୍ଧା ସମୁଦ୍ର ଉପକୂଳରେ ୪୫ରୁ ୫୫ କିମି ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ସମୁଦ୍ର ଅଶାନ୍ତ ରହିବ। ତେଣୁ ଆସନ୍ତା ୧୦ ତାରିଖଠାରୁ ମତ୍ସ୍ୟଜୀବୀ ସମୁଦ୍ରକୁ ନଯିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରିଦିଆଯାଇଛି। ଯେଉଁ ମତ୍ସ୍ୟଜୀବୀ ସମୁଦ୍ରକୁ ଯାଇଛନ୍ତି ସେମାନେ ୧୦ ତାରିଖ ପୂର୍ବରୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି।*

*ବିଭିନ୍ନ ମଡ଼େଲ ଆଧାରରେ ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ଯେ ଆସନ୍ତା ୯ତାରିଖରେ ଉତ୍ତର ଆଣ୍ଡାମାନ ସାଗର ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ୨୪ ଘଣ୍ଟା ପରେ ଉତ୍ତର ପଶ୍ଚିମରେ ଗତି କରି ୧୦ତାରିଖ ମଧ୍ୟାହ୍ନ ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗରରେ ରହିବ। ପରେ ପଶ୍ଚିମ-ଉତ୍ତର-ପଶ୍ଚିମରେ ଗତି କରି ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳକୁ ମୁହାଁଇବା ସହିତ ଅଧିକ ଘନୀଭୂତ ହେବ। ୧୧ତାରିଖ ସକାଳ ସୁଦ୍ଧା ଅବପାତରେ ପରିଶତ ହେବା ପରେ ୧୨ ସକାଳ ସୁଦ୍ଧା ବିଶାଖାପାଟଣା ଓ ରାଜମହେନ୍ଦ୍ରୀ ମଧ୍ୟବର୍ତ୍ତୀ ଅଞ୍ଚଳରେ ସ୍ଥଳଭାଗଠାରୁ ଦୂରରେ ରହିବ। ଆସନ୍ତା ୧୩ତାରିଖ ସକାଳେ ଏହା ବିଶାଖାପାଟଣାର ଦକ୍ଷିଣରେ ସ୍ଥଳଭାଗ ଛୁଇଁପାରେ। ୧୩ତାରିଖରେ ଏହା ଦୁର୍ବଳ ହେବ। ଏହାର ପ୍ରଭାବରେ ୧୦ ରାତିରୁ ପାଗରେ ପରିବର୍ତ୍ତନ ହେବ। ୧୧ରୁ ୧୪ ପର୍ଯ୍ୟନ୍ତ ପୁରୀଠାରୁ ଦକ୍ଷିଣରେ ପୁରୀ ସମେତ ଗଞ୍ଜାମ, ନୟାଗଡ଼ରେ ସବୁଠୁ ଅଧିକ ବର୍ଷା ହେବ। ପୁରୀର ଉତ୍ତରରେ ଥିବା ଉପକୂଳ ଜିଲା ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଯାଜପୁର ଓ ଢ଼େଙ୍କାନାଳରେ ମଧ୍ୟ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଅନ୍ୟାନ୍ୟ ଜିଲାରେ ମଧ୍ୟମରୁ ପ୍ରବଳ ବର୍ଷା ହେବ। ଭୁବନେଶ୍ୱରରେ ୧୧ରେ ମଧ୍ୟମ, ୧୨ ଓ ୧୩ରେ ପ୍ରବଳ ଓ ୧୪ରୁ ୧୬ ପର୍ଯ୍ୟନ୍ତ ସ୍ୱଳ୍ପରୁ ମଧ୍ୟମ ବର୍ଷା ହୋଇପାରେ। ଅକ୍ଟୋବର ତୃତୀୟ ସପ୍ତାହରେ ଆଉ ଏକ ଲଘୁଚାପ ଆଣ୍ଡାମାନ ସାଗରରେ ହେବ ଏବଂ ଏହି ସମୟରେ ଅପେକ୍ଷାକୃତ ଅଧିକ ବର୍ଷାର ସମ୍ଭାବନା ରହିଛି। ତେବେ ୯ତାରିଖରେ ଲଘୁଚାପ ସୃଷ୍ଟି ହେବା ପରେ ଏହାର ଗତିପଥ ଓ ପ୍ରଭାବ ବିଷୟରେ ଅଧିକ ସ୍ପଷ୍ଟ ହେବ ।

News Comment

Photo in News

Advertisment
Lastest News
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026

You Might Also Like