-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||     

HOME   ଜିଲ୍ଲା

ରୌପ୍ୟ ଜୟନ୍ତୀ ସମାରୋହ ଉଲୁଣ୍ଡା ବ୍ଲକ ରେ ପଏଁରୀ ତିହାର ସାଂସ୍କୃତିକ କାର୍ଯ୍ୟକ୍ରମ

08-Dec-2024



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ )
ଉଲୁଣ୍ଡା ବ୍ଲକର ହିକୁଡି ଗ୍ରାମରେ ସୁବର୍ଣ୍ଣପୁର ଜିଲ୍ଲାର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ପଏଁରୀ ପକ୍ଷରୁ ବ୍ଲକ ସ୍ତରୀୟ ପଏଁରୀ ତିହାର ଧୁମାଧାମରେ ପାଳନ କରାଯାଇଛି । ଉଲୁଣ୍ଡା ବ୍ଲକ କଳା ସଂସ୍କୃତି ସଂଘର ଉପ-ସଭାପତି ଶ୍ରୀ ଶ୍ୟାମ ସୁନ୍ଦର ସୁନା ଙ୍କ ସଭାପତିତ୍ୱରେ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ସଭା ଅନୁଷ୍ଠିତ ହୋଇଥିଲା ହିକୁଡିଠାରେ । ଗାଁ ଗାଁ ରେ ଲୁକି ଯାଉଥିବା ଲୋକକଳା ଓ କଳାକାର ମାନଙ୍କୁ ଲୋକଲୋଚନକୁ ଆଣିବା ଏବଂ ସେମାନଙ୍କୁ ପଏଁରୀ ତିହାର (ପାରମ୍ପରିକ ଲୋକନୃତ୍ୟ ଓ ସଂଗୀତ ଉତ୍ସବ) ମଂଚରେ ସ୍ଥାନ ଦେଇ ତାଙ୍କର କଳା ପରିବେଷଣ କରି ଉସ୍‌ôାହିତ କରିବା ହେଉଛି ଏହି ତିହାର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ବୋଲି ଅନୁଷ୍ଠାନର ସଂପାଦକ ତଥା ଲୋକକଳା ଗବେଷକ, ନୃତ୍ୟ ନିର୍ଦ୍ଦେଶକ ଶ୍ରୀ ଚୌଧୁରୀ ବିଭାର ସୂଚନା ପ୍ରଦାନ କରିଥିଲେ । ଏହି ସଭାରେ ମୁଖ୍ୟ ଅତିଥି ଶ୍ରୀ ହରିହର କର୍ଣ୍ଣ, ପୂର୍ବତନ ସରପଞ୍ଚ, ସଭାପତି ଶ୍ରୀ ଲଡୁକିଶୋର ମଲ୍ଲିକ,ଶ୍ରୀମତୀ ରଂଜିତା ଭୋଇ, ପୂର୍ବତନ ସରପଞ୍ଚ, ଦଣ୍ଡରତ୍ନ ବିପିନ ଜାଲ, ଶ୍ରୀମତୀ ବାସନ୍ତୀ ମହାନନ୍ଦ, ଆମ୍ବେଦକର ସେବା ସଭ୍ୟ, ଉପ ସଭାପତି ଶ୍ରୀ ପ୍ରଫୁଲ୍ଲ ନାଏକ, ସହ-ସଂପାଦକ ପୃଥିରାଜ ବାଗ, କାର୍ଯ୍ୟକାରୀ ସଭ୍ୟ ସୌମ୍ୟରଞ୍ଜନ ସେଠି, ବରିଷ୍ଟ ସଦସ୍ୟ ଗୋପାଳ ମେହେର ଉପସ୍ଥିତ ଥିଲେ । ଅନୁଷ୍ଠାନର ତରଫରୁ ଶ୍ରୀ ଶ୍ୟାମ ସୁନ୍ଦର ସୁନାଙ୍କୁ “ପଏଁରି କଳା ସମ୍ମାନ”ରେ ସମ୍ମାନିତ କରାଯାଇଥିଲା । ଏହି ଅବସରରେ ଅତିଥି ମାନଙ୍କ ଦ୍ଵାର ପଏଁରୀ ତିହାର ର ପୋଷ୍ଟର ଉନ୍ମୋଚନ କରାଯାଇଥିଲା l ଏହି ତିହାରରେ ବ୍ଲକ ର ଶତାଧିକ କଳାକାର ସାମିଲ ହେଇ ଲୁକି ଯାଇଥିବା କଳା ଶୋଳ ସୁଆଙ୍ଗ ଦଣ୍ଡ ନୃତ୍ୟ , ସଂଚାର, ସଂମ୍ରଦା, ଖଜନୀ, କରମସାନି, ପ୍ରଭା ନୃତ୍ୟ, ନଚନିଆଁ, ଶବର ଶବରନି, ପତର ସଉରା, ଝୁମେର, ରାସରକେଳି, କୀର୍ତ୍ତନ ନୃତ୍ୟ ଆଦି ସୁନ୍ଦର ଭାବରେ ପରିବେଷଣ କରିଥିଲେ । ପ୍ରଥମେ ବିକେଏସଏସ ର ଉପ-ସଭାପତି ଶ୍ରୀ ସୁନା ସ୍ୱାଗତ ଭାଷଣ ଦେଇଥିବା ବେଳେ ସହ ସଂପାଦକ ପୃଥିରାଜ ବାଗ ଧନ୍ୟବାଦ୍ ଅର୍ପଣ କରିଥିଲେ । ଅନୁଷ୍ଠାନ ର ଅମିତ ସାହୁ, ଶଙ୍କର ମେହେର, ଭୂଷଣ ଦେହୁରୀ, ବୈରାଗୀ ବାଘ ସହଯୋଗ କରିଥିଲେ l ତିହାରରେ ଶତାଧିକ ଦର୍ଶକ ଉପସ୍ଥିତ ରହି କଳାକାର ମାନଙ୍କୁ  ଉତ୍ସାହିତ କରିଥିଲେ ଏବଂ ଭରପୁର ମଜା ନେଇଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   06-Oct-2026
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   06-Oct-2026
  ଜିଲ୍ଲା  
ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   06-Oct-2026
  ଜିଲ୍ଲା  
ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   06-Oct-2026
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026

You Might Also Like