-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||     

HOME   ଜିଲ୍ଲା

ଓଡ଼ିଶାକୁ ସାତଟି ଜାତୀୟ ପଞ୍ଚାୟତ ପୁରସ୍କାର ପ୍ରଦାନ

11-Dec-2024



ନୂଆଦିଲ୍ଲୀ(ପ୍ରେରଣା ଖବର): ନୂଆଦିଲ୍ଲୀ ସ୍ଥିତ ବିଜ୍ଞାନ ଭବନଠାରେ ପଞ୍ଚାୟତିରାଜ ମନ୍ତ୍ରାଳୟ ପକ୍ଷରୁ ଆୟୋଜିତ ଜାତୀୟ ପଞ୍ଚାୟତ ପୁରସ୍କାର ପ୍ରଦାନ ମହାସମରୋହ ଅନୁଷ୍ଠିତ ହୋଇଯାଇଛି।  ଏହି କାର୍ଯ୍ୟକ୍ରମରେ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୀର୍ଘସ୍ଥାୟୀ ବିକାଶ ଲକ୍ଷ୍ୟ ହାସଲ ଦିଗରେ ଉଲ୍ଲେଖନୀୟ ଅବଦାନକୁ ସ୍ୱୀକୃତି ଦେଇ ୧୫ଟି ବର୍ଗରେ ମନୋନୀତ ୪୫ଟି ପଞ୍ଚାୟତିରାଜ ସଂସ୍ଥାକୁ ଜାତୀୟ ପଞ୍ଚାୟତ ପୁରସ୍କାର ପ୍ରଦାନ କରିଛନ୍ତି । ଗଞ୍ଜାମ ଜିଲ୍ଲା ରଙ୍ଗେଇଲୁଣ୍ଡା ବ୍ଲକ୍ କେଲୁଆପଲ୍ଲୀକୁ ସୁସ୍ଥ ଗ୍ରାମପଞ୍ଚାୟତ ଭାବେ ଦୀନଦୟାଲ ଉପାଧ୍ୟୟ ପଞ୍ଚାୟତ ସତତ ବିକାଶ ପୁରସ୍କାର ପାଇଅଛି । ସେହିପରି ଆତ୍ମନିର୍ଭରଶୀଳ ଭିତ୍ତିଭୂମି ନିର୍ମାଣ ପାଇଁ ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ବ୍ଲକ୍ ସାହାପୁର ପଞ୍ଚାୟତ ସାରା ଦେଶରେ ଦ୍ୱିତୀୟ ସ୍ଥାନ ହାସଲ କରିଛି ।
ଓଡ଼ିଶା ସୁନ୍ଦରଗଡ଼ ଜିଲ୍ଲା ବଣାଇଗଡ଼ ବ୍ଲକ୍ କେନ୍ଦ୍ରକିଲୋ ପଞ୍ଚାୟତକୁ କାର୍ବନ୍ ନିଉଟ୍ରାଲ ବିଶେଷ ପଞ୍ଚାୟତ ବର୍ଗରେ ଦ୍ୱିତୀୟ ପୁରସ୍କାର ପ୍ରଦାନ କରାଯାଇଅଛି । ଦେଶରେ ଦ୍ୱିତୀୟ ସ୍ଥାନରେ ରହିଥିବା ଏହି ପଞ୍ଚାତକୁ ପୁରସ୍କାର ରାଶି ରୂପେ ୭୫

ଲକ୍ଷ  ଟଙ୍କା ଲେଖାଏଁ ପ୍ରଦାନ କରାଯାଇଅଛି । ସୁନ୍ଦରଗଡ଼ ଜିଲ୍ଲାର କୋଇଡ଼ା ବ୍ଲକ୍ ଅନ୍ତର୍ଗତ କଶିରା ଗ୍ରାମପଞ୍ଚାୟତ ଜାତୀୟ ସ୍ତରରେ ତୃତୀୟ ସ୍ଥାନ ହାସଲ କରି ଗ୍ରାମ ଉର୍ଜା ସ୍ୱରାଜ ବିଶେଷ ପଞ୍ଚାୟତ ପୁରସ୍କାର ରାଷ୍ଟ୍ରପତିଙ୍କଠାରୁ ଗ୍ରହଣ କରିଅଛି । ଏହି ପଞ୍ଚାୟତକୁ ୫୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ମିଳିଛି ।
ଓଡ଼ିଶାର ପଞ୍ଚାୟତିରାଜ  ଓ ପାନୀୟଜଳ ବିଭାଗ ଅଧିନସ୍ଥ ସର୍ବୋଚ୍ଚ ପ୍ରଶିକ୍ଷଣ ପ୍ରଦାନକାରୀ ପ୍ରତିଷ୍ଠାନ ରୂପେ ରାଜ୍ୟ ଗ୍ରାମ୍ୟ ଉନ୍ନୟନ ପଞ୍ଚାୟତିରାଜ ପ୍ରତିଷ୍ଠାନ ଜାତୀୟସ୍ତରରେ ଦ୍ୱିତୀୟ ସ୍ଥାନ ଅଧିକାର କରିଛି । ପଞ୍ଚାୟତ କ୍ଷମତା ନିର୍ମାଣ ସର୍ବୋତ୍ତମ ସଂସ୍ଥାନ ପୁରସ୍କାର ବର୍ଗରେ ଏହି ପ୍ରତିଷ୍ଠାନକୁ ମଧ୍ୟ ୭୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ମିଳିଛି । ଓଡ଼ିଶାର ଛତ୍ରପୁର ସାରା ଦେଶରେ ପ୍ରଥମ ସ୍ଥାନ ହାସଲ କରିବା ସହିତ ଶେଷ୍ଠ ବ୍ଲକ୍ ପଞ୍ଚାୟତ ରୂପେ ନାନାଜୀ ଦେଶମୁଖ ସର୍ବୋତ୍ତମ ପଞ୍ଚାୟତ ସତତ ବିକାଶ ପୁରସ୍କାର ରୂପେ ୨ କୋଟି ଟଙ୍କାର ପୁରସ୍କାର ହାସଲ କରିଛି । ସେହିପରି ଜାତୀୟ ସ୍ତରରେ କୋରାପୁଟ ଦ୍ୱିତୀୟ ଶ୍ରେଷ୍ଠ ଜିଲ୍ଲା ପଞ୍ଚାୟତ ରୂପେ ୩ କୋଟି ଟଙ୍କାର ପୁରସ୍କାର ହାସଲ କରିଅଛି । ମାନ୍ୟବର କେନ୍ଦ୍ର ପଞ୍ଚାୟତିରାଜ ମନ୍ତ୍ରୀ ରାଜୀବ ରଞ୍ଜନ ସିଂହ ଓରଫ ଲଲନ ସିଂ ‘ପୁରସ୍କାରପ୍ରାପ୍ତ ପଞ୍ଚାୟତଗୁଡ଼ିକର କାର୍ଯ୍ୟ ଉପରେ ଅଭିନବ ଓ ସର୍ବଶ୍ରେଷ୍ଠ ପ୍ରୟାସ ଶ୍ରେଷ୍ଠ ଅଭ୍ୟାସ’ ଶୀର୍ଷକ ଏକ ପୁସ୍ତିକା ଉନ୍ମୋଚନ କରିଛନ୍ତି । ଜାତୀୟ ପଞ୍ଚାୟତ ପୁରସ୍କାର ମାଧ୍ୟମରେ ପ୍ରଦାନ କରାଯାଉଥିବା ସ୍ୱୀକୃତିର ଉଦ୍ଦେଶ୍ୟ ହେଉଛି ଅନ୍ୟ ପଞ୍ଚାୟତଗୁଡ଼ିକୁ ଶ୍ରେଷ୍ଠ ଅଭ୍ୟାସ ଗ୍ରହଣ କରିବା ସହ ଭାରତର ଗାଁ ଗୁଡ଼ିକରେ ସାମଗ୍ରିକ ବିକାଶ ପ୍ରକ୍ରିୟାକୁ ଅଧିକ ମଜବୁତ କରି ସଭିଁଙ୍କୁ ଅନୁପ୍ରାଣିତ କରିବା ।
​ସୂଚନା ଅନୁଯାୟୀ, ଏହି ପ୍ରତିଯୋଗିତାରେ ଦେଶରେ ୧ ଲକ୍ଷ ୯୪ ହଜାର ଗ୍ରାମ ପଞ୍ଚାୟତ ଅଂଶଗ୍ରହଣ କରିଥିଲେ ।

ଦୀର୍ଘସ୍ଥାୟୀ ବିକାଶ ଲକ୍ଷ୍ୟର ସ୍ଥାନୀୟକରଣ ପରିପ୍ରେକ୍ଷୀରେ ୯ ଗୋଟି ବିଷୟ ଯଥା:  ଦାରିଦ୍ର‌୍ୟମୁକ୍ତ ଓ ଉନ୍ନତ ଜୀବିକାଯୁକ୍ତ ଗ୍ରାମପଞ୍ଚାୟତ, ସୁସ୍ଥ ଗ୍ରାମପଞ୍ଚାୟତ, ଶିଶୁ ଅନୁକୂଳ ଗ୍ରାମପଞ୍ଚାୟତ, ପର୍ଯ୍ୟାପ୍ତ ଜଳ ଉପଲବ୍ଧ ଗ୍ରାମପଞ୍ଚାୟତ, ସବୁଜ ଓ ସ୍ୱଚ୍ଛ ଗ୍ରାମପଞ୍ଚାୟତ, ଆତ୍ମନିର୍ଭରଶୀଳ ଭିତ୍ତିଭୂମିଯୁକ୍ତ ଗ୍ରାମପଞ୍ଚାୟତ,ସାମାଜିକ ରୂପେ ସୁରକ୍ଷିତ ଓ ସାମାଜିକ ନ୍ୟାୟ ସଂଗଗ ଗ୍ରାମପଞ୍ଚାୟତ, ସୁଶାସନଯୁକ୍ତ ଗ୍ରାମପଞ୍ଚାୟତ ଓ ମହିଳାଅନୁକୂଳ ଗ୍ରାମପଞ୍ଚାୟତ ବର୍ଗରେ ଏହି ପୁରସ୍କାର ଗୁଡ଼ିକ ପ୍ରତ୍ୟେକ ବର୍ଷ ପ୍ରଦାନ କରଯାଉଅଛି । ଚଳିତ ବର୍ଷ ଓଡ଼ିଶା ମୋଟ୍ ୭ଟି ବର୍ଗରେ ୮ କୋଟି ୫୦ ଲକ୍ଷ ଟଙ୍କା ହାସଲ କରି ସର୍ବଭାରତୀୟ ସ୍ତରରେ ସୁନାମ ଅର୍ଜନ କରିଛି । 

ଏହି କାର୍ଯ୍ୟକ୍ରମରେ  ଓଡ଼ିଶା ସରକାର ଙ୍କ ବରିଷ୍ଠ ଅଧିକାରୀ ଶ୍ରୀ ଗିରିଶ ଏସ.ଏନ. (କମିଶନର ତଥା ଶାସନ ସଚିବ), ସୁରେନ୍ଦ୍ର କୁମାର ମୀନା (ନିର୍ଦେଶକ ରାଜ୍ୟ ଗ୍ରାମ ଉନ୍ନୟନ ଓ ପଂଚାୟତ ରାଜ ପ୍ରତିଷ୍ଠାନ) , କିର୍ତ୍ତୀଭାସନ (ଜିଲ୍ଲାପାଳ କୋରାପୁଟ), ଦିବ୍ୟଜ୍ୟୋତି ପରିଡା (ଜିଲ୍ଲାପାଳ ଗଞ୍ଜାମ), ଅମୀତା ପାତ୍ର (ଉପନିର୍ଦେଶକ), ବ୍ରଜ କିଶୋର ପଣ୍ଡା (ଅର୍ଥ ପରିଚାଳକ), ପ୍ରଦୀପ୍ତ କୁମାର ମହାପାତ୍ର (ପ୍ରଶିକ୍ଷକ), ଅମ୍ବୁଜା କୁମାର ବିଶୋଇ (ସୂଚନା-ଶିକ୍ଷା-ସଂଚାର ପରାମର୍ଶ ଦତ୍ତା),ବିମ୍ବାଧର ସେଠୀ (ଯୁଗ୍ମ ସଚିବ) ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026
  ଜିଲ୍ଲା  
ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   04-Oct-2026
  ଜିଲ୍ଲା  
ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ   04-Oct-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   04-Oct-2026
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026

You Might Also Like