-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ସରକାରୀ ହାଇସ୍କୁଲ ବରଗଡ଼ରେ ନବନିଯୁକ୍ତ ମାଧ୍ୟମିକ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସଂକଳ୍ପ ପ୍ରଶିକ୍ଷଣ କର୍ମଶାଳା ଉଦଯାପିତ

15-Dec-2024



ବରଗଡ:(ନିରଞ୍ଜନ ତ୍ରିପାଠୀ))-ବରଗଡ଼ ଜିଲ୍ଲା ଶିକ୍ଷା ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ସରକାରୀ ବାଳିକା ହାଇସ୍କୁଲ ବରଗଡ଼ରେ ନବ ନିଯୁକ୍ତ ମାଧ୍ୟମିକ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଶିକ୍ଷଣ ଦକ୍ଷତା, କୌଶଳ ସମ୍ବନ୍ଧୀୟ ଜ୍ଞାନର ଅଭିବୃଦ୍ଧି ନିମନ୍ତେ ପଞ୍ଚଦିବସୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ "ସଂକଳ୍ପ "ଉଦଯାପିତ ହୋଇଯାଇଛି।ଉଦଯାପନୀ ଉତ୍ସବରେ ସ୍ଥାନୀୟ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସୁଶ୍ରୀ ଶ୍ରୀମତି ଶାନ୍ତି ସୁନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ମୁଖ୍ୟ ଅତିଥି ଭାବରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଜ୍ୟୋତିକାନ୍ତ ସାହୁ, ସମ୍ମାନିତ ଅତିଥି ଭାବରେ ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଦିଲ୍ଲୀପ କୁମାର ମେହେର ଯୋଗ ଦେଇଥିଲେ।ସାଧନକର୍ମୀ ଭାବରେ ଅଭିଜ୍ଞ ଶିକ୍ଷକ ବୀରେନ୍ଦ୍ର ଦାଶ,ସଞ୍ଜୟ ଖମାରୀ, ଯତୀନ୍ଦ୍ର ମେହେର ଏବଂ ଭୀଷ୍ମଦେବ ପଧାନ ଜାତୀୟ ଶିକ୍ଷାନୀତି -୨୦୨୦, କ୍ୟାରିୟର କାଉନସେଲିଂ,ଡିଜିଟାଲ କୌଶଳ ଓ  ପ୍ରଯୋଗ ଆଦି ବିଭିନ୍ନ ପ୍ରସଙ୍ଗରେ ତାଲିମ ପ୍ରଦାନ କରିଥିଲେ।ଏହି ସଙ୍କଳ୍ପ ପ୍ରଶିକ୍ଷଣ ଶିବିରର ଦ୍ଵିତୀୟ ଓ ତୃତୀୟ ପର୍ଯ୍ୟାୟରେ ଅମ୍ବାଭୋନା, ଭଟଲି ଏବଂ ବରଗଡ଼ ବ୍ଲକରେ ନବନିଯୁକ୍ତ ଶିକ୍ଷକ ଶିକ୍ଷୟିତ୍ରୀ ତାଲିମ ନେଇଥିଲେ। ମୁଖ୍ୟ ଅତିଥି ଶ୍ରୀଯୁକ୍ତ ସାହୁ ବିଦ୍ୟାଳୟର ଉନ୍ନୟନମୂଳକ କାର୍ଯ୍ୟକ୍ରମରେ ନିଜକୁ ନିୟୋଜିତ କରିବା ପାଇଁ ସମସ୍ତ ପ୍ରଶିକ୍ଷାର୍ଥୀମାନଙ୍କୁ ପରାମର୍ଶ ଦେଇଥିଲେ।ସଙ୍କଳ୍ପ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ହାସଲ କରିଥିବା ଜ୍ଞାନ ଓ କୌଶଳକୁ ସମସ୍ତ ପ୍ରଶିକ୍ଷାର୍ଥୀ ବିଦ୍ୟାଳୟରେ କାର୍ଯ୍ୟକାରୀ କରିବା ପାଇଁ ପରାମର୍ଶ ଦେଇଥିଲେ।ସାଧନକର୍ମୀ ଶିକ୍ଷକ ସଞ୍ଜୟ ଖମାରୀ, ବୀରେନ୍ଦ୍ର ଦାଶ ସଂକଳ୍ପ ପ୍ରଶିକ୍ଷଣର ଆବଶ୍ୟକତା ବିଷୟରେ ନିଜସ୍ଵ ମତାମତ ପ୍ରଦାନ କରିଥିଲେ। ସାଧନକର୍ମୀ ଯତୀନ୍ଦ୍ର ମେହେର ପ୍ରଶିକ୍ଷଣ ଉପରେ ଆଧାରିତ କବିତା ପାଠ କରିଥିବା ବେଳେ ପ୍ରଶିକ୍ଷାର୍ଥୀ ସୁରେଖା ସେଠ୍ ଏବଂ ରାଜଶ୍ରୀ ପୁରୋହିତ ନିଜ ଅନୁଭୂତି ଉପସ୍ଥାପନ କରିଥିଲେ। ସମସ୍ତ ସାଧନକର୍ମୀ ଓ ପ୍ରଶିକ୍ଷାର୍ଥୀମାନଙ୍କୁ ମାନପତ୍ର ପ୍ରଦାନ କରାଯାଇଥିଲା।ଶିକ୍ଷୟିତ୍ରୀ ଆଦ୍ୟାଶା ନାଏକ ସଭାକାର୍ଯ୍ୟ ପରିଚାଳନା କରିଥିବାବେଳେ ପେଡାଗୋଜିକାଲ କୋର୍ଡିନେଟର ଶ୍ରୀମତି ପୁଷ୍ପାଞ୍ଜଳି ଦାଶ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like