-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ କାର୍ଯ୍ୟକ୍ରମ

17-Dec-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ଜିଲ୍ଲା  ସଂସ୍କୃତି ଭବନଠାରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସଂସ୍କୃତି ବିଭାଗ ପକ୍ଷରୁ ଜାତୀୟ ଯୁବ ମହୋତ୍ସବ ୨୦୨୫ ଉପଲକ୍ଷେ ଜିଲ୍ଲା ସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଉପଜିଲ୍ଲାପାଳ ସୋନପୁର ଡ଼ଃ ସୌମ୍ୟା ରୁପା ରଥ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ବିବିଧତା ସହ ଏକତାକୁ ବାନ୍ଧି ରଖିବା ଯୁବ ମହୋତ୍ସବର ମୂଳ ଲକ୍ଷ୍ୟ ବୋଲି କହିଥିଲେ ।  ସମ୍ମାନିତ ଅତିଥି ଭାବେ ଜିଲ୍ଲା କ୍ରୀଡା ଅଧିକାରୀ ଚିତ୍ତରଞ୍ଜନ ମିଶ୍ର, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ, ଜିଲ୍ଲା ସଂସ୍କୃତି ଅଧିକାରୀ ଯମୁନା ପ୍ରଧାନ, ନେହେରୁ ଯୁବ କେନ୍ଦ୍ର ସୁବର୍ଣ୍ଣପୁର ପ୍ରତିନିଧି କୃପା ସିନ୍ଧୁ ସା ଯୋଗ ଦେଇ ଏହା ମାଧ୍ୟମରେ ଯୁବକଯୁବତୀମାନଙ୍କର ପ୍ରତିଭାର ବିକଶିତ ହୋଇପାରିବ ବୋଲି କହିଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ୬ଟି ବ୍ଲକର ୭୫ଜଣ ପ୍ରତିଯୋଗୀ ଯୋଗ ଦେଇ ଦଳଗତ ଗତ ଲୋକନୃତ୍ୟ, ଲୋକ ସଙ୍ଗୀତ, ଏକକ ଲୋକନୃତ୍ୟ, ଲୋକ ସଙ୍ଗୀତ, ପଦ୍ୟ, ଗଳ୍ପଲିଖନ, ଚିତ୍ରକଳା ଏବଂ ଔପଚାରିକ ବକ୍ତୃତା
ପ୍ରତିଯୋଗିତାରେ ଭାଗ ନେଇଥିଲେ । ୧୫ବର୍ଷରୁ ଅଧିକ ୨୯ବର୍ଷରୁ କମ୍ ଯୁବ ପ୍ରତିଯୋଗୀ ମାନେ ଭାଗ ନେଇଥିବା ବେଳେ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା । ଦଳଗତ ଲୋକନୃତ୍ୟ ପ୍ରତିଯୋଗିତାରେ ସରକାରୀ ପୋଲିଟେକନିକ ସୁବର୍ଣ୍ଣପୁର ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ  ଏକକ
ଲୋକ ନୃତ୍ୟରେ ନିରୁପମା ମାଝୀ ପ୍ରଥମ ସ୍ଥାନ ଅଧିକାର କରିଥିଲେ ।  ଦଳଗତ ଲୋକ ସଙ୍ଗୀତରେ  ସରକାରୀ ପୋଲିଟେକନିକ ସୁବର୍ଣ୍ଣପୁର ୧ମ, ରୁମକୁ ଝୁମାନା ୨ୟ ସ୍ଥାନ ଅଧିକାର
କରିଥିଲେ। ଲୋକ ସଙ୍ଗୀତ ଏକକ ପ୍ରତିଯୋଗିତାରେ  ଶ୍ରୀୟା ଦାସ ୧ମ, ଶ୍ରୀୟା ସା ୨ୟ ଓ ଯୁକ୍ତାମୟୀ ଭୁଏ ୩ୟ ସ୍ଥାନ  ଅଧିକାର କରିଥିଲେ। କବିତା 
ରଚନାରେ ଉତ୍କଳିକା ମିଶ୍ର ୧ମ, ଋତୁରାଜ ପଧାନ ୨ୟ ସ୍ଥାନ ଅଧିକାର  କରିଥିଲେ । ଗଳ୍ପ ଲିଖନ ହିନ୍ଦୀ ପ୍ରତିଯୋଗିତାରେ ମିତ୍ରଭାନୁ ପଧାନ ପ୍ରଥମ, କିଶୋର ଚନ୍ଦ୍ର ନାଏକ ଦ୍ଵିତୀୟ,ରିଶଭ ଗୁପ୍ତା ତୃତୀୟ ଏବଂ ଗଳ୍ପ ଲିଖନ ଇଂରାଜୀ ପ୍ରତିଯୋଗିତାରେ ପ୍ରଭାଶିଷ ପଧାନ ପ୍ରଥମ, ବିଦ୍ୟାଜ୍ୟୋତି କର୍ଣ୍ଣ ଦ୍ଵିତୀୟ, ଚିତ୍ରକଳାରେ ଶୁଭମ ସାହୁ ପ୍ରଥମ, ଉଗ୍ରେସନ ରଣା ଦ୍ଵିତୀୟ ଓ ମୌସମ କୁମାର ବାରିକ ତୃତୀୟ ସ୍ଥାନ ଅଧିକାର କରିଥିଲେ। ଡିକ୍ଲାମେସନ ଇଂରାଜୀ ରେ ସାଂକେତିକ ପଣ୍ଡା ପ୍ରଥମ ଓ ସୃଷ୍ଟି ମିଶ୍ର ଦ୍ଵିତୀୟ  ସେହିପରି ହିନ୍ଦୀ ଡିକ୍ଲାମେସନ ପ୍ରତିଯୋଗିତାରେ ସତ୍ୟ ନାରାୟଣ ଭୋଇ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି । ଜିଲ୍ଲାସ୍ତରୀୟ ବିଜେତା ମାନେ ରାଜ୍ୟସ୍ତରୀୟ ଯୁବ ମହୋତ୍ସବରେ ଭାଗ ନେବେ ବୋଲି ଜଣାପଡିଛି। ବିଭିନ୍ନ ପ୍ରତିଯୋଗିତାରେ  ଅମ୍ବୁଜ ବିହାରୀ ଶତପଥି, ଶାଶ୍ୱତ କୁମାର ତ୍ରିପାଠୀ, ପୂର୍ଣଚନ୍ଦ୍ର ପାଢ଼ୀ, ପ୍ରଦ୍ୟୁମ୍ନ ସାହୁ, କୃଷ୍ଣ ଚନ୍ଦ୍ର ସେନ୍ଦେରିଆ, ବାସୁଦେବ ନାଏକ, ଚୌଧୁରୀ ବିଭାର, କୃଷ୍ଣ ଚନ୍ଦ୍ର ପଣ୍ଡା, ହେମନ୍ତ ଦାସ, ଲକ୍ଷ୍ମୀ ନାରାୟଣ ସାହୁ, ଚନ୍ଦ୍ର ଶେଖର ମହାପାତ୍ର, ପ୍ରଜ୍ଞା ପରମିତା ମିଶ୍ର, ପୁରୁଷୋତ୍ତମ ସାହୁ, ଜିତେନ୍ଦ୍ର ପରଡିଆ, ଦୁର୍ୟୋଧନ ମେହେର, ଶ୍ୟାମ ସୁନ୍ଦର ମେହେର ଓ ସୁରେନ୍ଦ୍ର ମେହେର ପ୍ରମୁଖ ବିଚାରକ ଭାବେ ଦାୟିତ୍ୱ ନିର୍ବାହ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like