-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||     

HOME   ଜିଲ୍ଲା

ବରପାଲି ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟରେ ୫୧ ତମ ରାଜ୍ୟ ସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀ

20-Dec-2024



ବରପାଲି,(ସୁଦାମ ଦୀପ )
ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜନ୍ମମାଟି ବରପାଲି ସରକାରୀ ବାଳକ ଉଚ୍ଚବିଦ୍ୟାଳୟ ଖେଳପଡିଆ ପରିସରରେ ୫୧ ତମ ରାଜ୍ୟସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀ ଉଦ୍ଘାଟିତ ହୋଇଯାଇଛି। ବରଗଡ଼ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋଏଲଙ୍କ ସଭାପତିତ୍ବରେ ଆୟୋଜିତ ସମାରୋହରେରେ ସ୍କୁଲ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ମୁଖ୍ୟଅତିଥି ଭାବରେ ଯୋଗ ଦେଇଥିଲେ। ସମ୍ମାନୀତ ଅତିଥି ଭାବରେ ବିଜେପୁର ବିଧାୟକ ସନତ ଗଡତିଆ, ଅତାବିରା ବିଧାୟକ ନିହାର ମହାନନ୍ଦ, ବରଗଡ଼ ବିଧାୟକ ଅଶ୍ୱିନୀ ଷଡ଼ଙ୍ଗୀ, ଭଟଲି ବିଧାୟକ ଇରାସିଶ ଆଚାର୍ଯ୍ୟ,ପଦମପୁର ବିଧାୟିକା ବର୍ଷାରାଣୀ ସିଂ ବରିହା, ଜିଲ୍ଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ, ଆର୍ ଡି ସି ବିକାଶ ପ୍ରଧାନ, ଏ ଡି ଏମ ମହେନ୍ଦ୍ର ମହାପାତ୍ର,ପୂର୍ବତନ ଡି ଇ ଓ ସୁବୋଧ ଦାଶ, ଜିଲ୍ଲା ଶିକ୍ଷାଅଧିକାରୀ ରାଧାକାନ୍ତ ଛତ୍ରୀ,ସହ ଜିଲ୍ଲା ଶିକ୍ଷାଅଧିକାରୀ ଜ୍ୟୋତିକାନ୍ତ ସାହୁ, ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଧିରୋଜ୍ ପଟ୍ଟନାୟକ,ଡି ଆଇ ଇ ଟି ଅଧ୍ୟକ୍ଷ ରଜନୀକାନ୍ତ ଦାଶ, ଜର୍ଜ ହାଇସ୍କୁଲର ପ୍ରଧାନ ଶିକ୍ଷକ ସୁଶ୍ରୀ ଶାଶ୍ଵତୀ ଦାଶ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ଉଦବୋଧନ ଦେଇଥିଲେ। ମୁଖ୍ୟଅତିଥି ତାଙ୍କର ଅଭିଭାଷଣରେ ସ୍କୁଲ ଓ ଗଣଶିକ୍ଷା ବିଭାଗ ତରଫରୁ ନିଆଯିବାକୁ ଥିବା ଉନ୍ନୟନ ମୂଳକ ପଦକ୍ଷେପ ସମ୍ବନ୍ଧରେ ସୂଚନା ଦେବା ସହ ବିଭିନ୍ନ ବର୍ଗର ଶିକ୍ଷକ 
ମାନଙ୍କ ସମସ୍ୟା ଗୁଡିକର ସମାଧାନ ଅତି ଶୀଘ୍ର କରାଯିବା ପାଇଁ ସୂଚନା ପ୍ରଦାନ କରିଥିଲେ।ଅତିଥି ମାନଙ୍କୁ ସ୍ଥାନୀୟ ସରସ୍ଵତୀ ବିଦ୍ୟାମନ୍ଦିରର ବ୍ୟାଣ୍ଡ ଗ୍ରୁପ୍ ସ୍ବାଗତ କରି ମଞ୍ଚ ପର୍ଯ୍ୟନ୍ତ ପାଛୋଟି ଆଣି ଥିଲେ। ପ୍ରଥମେ ମା ସମଲେଶ୍ଵରୀ, ଜଗନ୍ନାଥ ଓ ଏହି ମାଟିର ବରପୁତ୍ର ସ୍ଵଭାବ କବିଙ୍କ ଫୋଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଦୀପ ପ୍ରଜ୍ଜ୍ୱଳନ କରାଯାଇଥିଲା। ସରକାରୀ ବାଳିକା ଉଚ୍ଚବିଦ୍ୟାଳୟର ଛାତ୍ରୀ ମାନେ ସ୍ବାଗତ ସଙ୍ଗୀତ ଗାନ କରିଥିଲେ। ଜିଲ୍ଲା ଶିକ୍ଷାଅଧିକାରୀ ଓ ଜିଲ୍ଲା ବିଜ୍ଞାନ ନିରୀକ୍ଷକଙ୍କ ଉଦ୍ଦେଶ୍ୟ ଜ୍ଞାପନ ତଥା ଏହାର ଆଭିମୁଖ୍ୟ ସମ୍ବନ୍ଧରେ ଉଦବୋଧନ ଦେବା ପରେ ସ୍ଵଭାବ କବିଙ୍କ କାଳଜୟୀ କବିତା "ବିଶ୍ବ ଦେଖ ମଧୁମୟରେ ଜୀବନ" ସାମୁହିକ ଭାବରେ ଗାନ କରାଯାଇଥିଲା। ଏହି କାର୍ଯ୍ୟକ୍ରମର ଆୟୋଜନରେ ବରଗଡ଼ ଜିଲ୍ଲାର ସମସ୍ତ ବାରଟି ବ୍ଲକର ବି ଇ ଓ ଏବଂ ଜିଲ୍ଲାର ବିଜ୍ଞ ତଥା ସୁଦକ୍ଷ ବିଜ୍ଞାନ ଶିକ୍ଷକ ମାନଙ୍କର ସହଯୋଗ , ବରପାଲି ସ୍ଥିତ ବିଭିନ୍ନ ବିଦ୍ୟାଳୟର ସମସ୍ତ କର୍ମଚାରୀଙ୍କ ନିରବଚ୍ଛିନ୍ନ ପ୍ରୟାସ ଫଳରେ ଓଡିଶାର ତିରିଶଟି ଜିଲ୍ଲାରୁ ଆସିଥିବା 
ସମସ୍ତ ବାଲ୍ ବୈଜ୍ଞାନିକ , ଗାଇଡ ଶିକ୍ଷକ ଓ ଜିଲ୍ଲା ବିଜ୍ଞାନ ନିରୀକ୍ଷକ ମାନଙ୍କୁ ଆତିଥେୟତା ପ୍ରଦାନ ପୂର୍ବକ ସମସ୍ତଙ୍କର ରହିବା ଓ ଖାଇବାର ସୁବ୍ୟବସ୍ଥା କରାଯାଇଥିଲା। ଭେଡେନ ବ୍ଲକ ଗର୍ଭଣା ପ୍ରାଥମିକ ବିଦ୍ୟାଳୟର  କୁନି ଛାତ୍ର ମାନେ ପରିବେଶ ସୁରକ୍ଷା ଓ ସମୟାନୁବର୍ତିତା ଉପରେ ଚିତ୍ତାକର୍ଷକ ପାଲା ପରିବେଷଣ କରିଥିଲେ। ସଭାକାର୍ଯ୍ଯଟିକୁ ସଂଯୋଜନା କରିଥିଲେ ଶ୍ରୀ ରାଜେଶ ଖମାରୀ ଓ ଶ୍ରୀ ଦ୍ଵାଦଶ ପ୍ରଧାନ।ପରିଶେଷରେ ଏସ ସି ଇ ଆର୍ ଟି ର ସହ ନିର୍ଦ୍ଦେଶିକା ଶ୍ରୀମତି ପ୍ରଲିପ୍ତା ମିଶ୍ର  ଧନ୍ୟବାଦ୍ ଅର୍ପଣ କରିଥିଲେ। ସଭାକାର୍ଯ୍ୟ ପରେ ମାନ୍ୟବର ମନ୍ତ୍ରୀଙ୍କ ଦ୍ଵାରା ରକେଟ ଉତକ୍ଷେପଣ କରାଯାଇଥିଲା ।ଏହା ଜିଲ୍ଲା ବିଜ୍ଞାନ କେନ୍ଦ୍ରର ଦାୟିତ୍ୱରେ ଥିବା ଶ୍ରୀ ଗୋପୀନାଥ ପ୍ରଧାନଙ୍କ ପ୍ରତ୍ୟକ୍ଷ ତତ୍ବାବଧାନ ରେ ସ୍ଥାପିତ କରଯାଇଥିଲା। ମୁଖ୍ୟ ଅତିଥି ଙ୍କ ଦ୍ଵାରା ପ୍ରଦର୍ଶନୀ ଷ୍ଟଲ୍ ରେ ଫିତାକଟା ଯାଇ ବିଜ୍ଞାନ ମେଳାର ଶୁଭାରମ୍ଭ କରଯାଇଥିଲା। ଏହି ପ୍ରଦର୍ଶନୀରେ  ସମୁଦାୟ ୨୧୦ ଟି ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶିତ ହେଉଛି ଯାହାକି ଆଗାମୀ ଡିସେମ୍ବର ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026

You Might Also Like