-+91-9937148622 |
prerana_bgr@rediffmail.com |
Friday 1st May 2026 |
R.N.I. Regd No. ODIODI/2010/46693
Breaking News
22-Dec-2024
ବାଲିଗୁଡ଼ା: (ସୁଶୀଳ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ମେଡିକାଲ ସମ୍ମୁଖ ଗଳି ତଥା ଥାନା ଓ କାଳୀ ମନ୍ଦିର ନିକଟରେ ଶନିବାର ଅପରାହ୍ନରେ ହୁତୁହୁତୁ ହୋଇ ଜଳିଗଲା ଘରୋଇ ବସ୍ କ୍ରିଷ୍ଣା । ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ବେଳେ ବସଟି ରଭିତର ପାଖ ସମ୍ପୂର୍ଣ୍ଣ ପୋଡି ଯାଇଥିବା ବେଳେ ବାହାର ର ମଧ୍ୟ ଅଧିକାଂଶ ଭାଗ ପୋଡ଼ି ନଷ୍ଟ ହୋଇ ଯାଇଥିବା ଜଣା ପଡ଼ିଛି । ସୂଚନା ପ୍ରକାରେ ଦୀର୍ଘ ୪ମାସ ହେବ ଘରୋଇ ଯାତ୍ରୀ ବାହୀ ବସ କ୍ରିଷ୍ଣା ନଂ. ଓଆର-୧୮-ବି-୧୦୩୪ ଟି ରୁଟରେ ନଯାଇ ପଣସପଡି ଯିବା ରାସ୍ତା କଡ଼ରେ ଠିଆ ହୋଇ ରହିଥିଲା । ତେବେ ଦୀର୍ଘ ଦିନ ଧରି ରାସ୍ତା କଡରେ ଠିଆ ହୋଇଥିବା ବସରେ କିଭଳି ନିଆଁ ଲାଗିଲା ସେନେଇ ଏଯାବତ୍ କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ । ସେପଟେ କେଉଁ କାରଣରୁ ବସରେ ନିଆଁ ଲାଗିଲା ସେନେଇ ବାଲିଗୁଡ଼ା ପୋଲିସ୍ ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି ।