-+91-9937148622 |
prerana_bgr@rediffmail.com |
Tuesday 28th April 2026 |
R.N.I. Regd No. ODIODI/2010/46693
Breaking News
23-Dec-2024
ବୀରମହାରାଜପୁର, (ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସଭାଗୃହ ଠାରେ ସୋମବାର ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ୫୧ ଗୋଟି ଅଭିଯୋଗ ପୁଞ୍ଜିକରଣ ହୋଇଥିଲା। ସେଥିମଧ୍ୟରୁ ୩୯ ଗୋଟି ଅଭିଯୋଗ ବ୍ୟକ୍ତିଗତ ରହିଥିବା ବେଳେ ୧୨ ଗୋଟି ସାମୁହିକ ଅଭିଯୋଗ ଗ୍ରହଣ ହୋଇଥିଲା। ସମସ୍ତ ଅଭିଯୋଗ ଗୁଡିକ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ଥିବା ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ଏହି ଶିବିରରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଅଶ୍ୱିନୀ ମେହେର,ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ , ଅତିରିକ୍ତ ଆରକ୍ଷୀ ଅଧିକ୍ଷକ କେକେ ହରିପ୍ରସାଦ ପ୍ରମୁଖ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ଗ୍ରହଣ କରି ସମାଧାନ କରିଥିଲେ। ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶୁଶ୍ରୀ ପ୍ରିୟଦର୍ଶିନୀ ମିର୍ଦ୍ଧାଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଉପଜିଲ୍ଲାପାଳ ଲଲାଟେନ୍ଦୁ ସି ଙ୍କ ସମେତ ତହସିଲଦାର ପୁନମ ମହାପାତ୍ର ଓ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିବା ବେଳେ ବ୍ଳକ କର୍ମଚାରୀ ସହଯୋଗ କରିଥିଲେ।