-+91-9937148622 |
prerana_bgr@rediffmail.com |
Friday 19th June 2026 |
R.N.I. Regd No. ODIODI/2010/46693
Breaking News
27-Dec-2024
କଳାହାଣ୍ଡି(ପ୍ୟାରିଲାଲ ଦୁର୍ଗାଙ୍କ ରିପୋର୍ଟ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଏଏସ୍ଆଇ ମୁକୁନ୍ଦ ଖେମୁଣ୍ଡୁ ଗୁରୁବାର ରାତି ରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଗୋଇରାପଦର ପ୍ରଭା ପୂଝାରୀଙ୍କଠାରୁ ଏକ ମାମଲା ରଫାଦଫା କରିବାପାଇଁ ସ୍ଥାନୀୟ ଗ୍ରାମରକ୍ଷୀ ଶ୍ରୀମୁଖ ବାଗଙ୍କ ମାଧ୍ୟମରେ ୩୫ଶହ ଟଙ୍କା ଲାଞ୍ଚ ମାଗିଥିଲେ। ତେବେ ଟଙ୍କା ନେବା ବେଳେ ପୂର୍ବରୁ ପ୍ରସ୍ତୁତ ଭିଜିଲାନ୍ସ ବିଭାଗ ମାଡିବସି ଥିଲା। ହେଲେ ଏଏସ୍ଆଇ ଖେମୁଣ୍ଡୁ ଭିଜିଲାନ୍ସ ବିଭାଗକୁ ଚକ୍ମା ଦେଇ ଥାନାରୁ ଫେରାର ମାରି ଥିଲେ। ଭିଜିଲାନ୍ସ ବିଭାଗ ୩୫ ଶହ ଟଙ୍କା ଜବତ କରି ଗ୍ରାମରକ୍ଷୀଙ୍କୁ ଅଟକ ରଖି ଏଏସ୍ଆଇଙ୍କୁ ଧରିବାକୁ ଉଦ୍ୟମ ଜାରି ରଖିଛି।