-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ମାହେଶ୍ଵରୀ କ୍ରିକେଟ୍ କପ୍ ଟୁର୍ଣ୍ଣାମେଣ୍ଟ , ସରାପାଲି ଚାମ୍ପିଅନ 

29-Dec-2024



ନାକଟିଦେଉଳ (କନ୍ଦର୍ପ ବେହେରା): ନାକଟିଦେଉଳ ବ୍ଲକ ଅନ୍ତର୍ଗତ ଉପରମୁଣ୍ଡା ଖେଳପଡ଼ିଆରେ ମାହେଶ୍ୱରୀ ସ୍ପୋର୍ଟିଂ କ୍ଲବ ଆନୁକୂଲ୍ୟରେ ଛଅ ଦିନ ଧରି ଚାଲିଥିବା ମାହେଶ୍ୱରୀ କ୍ରିକେଟ କପ ଟୁର୍ଣ୍ଣାମେଣ୍ଟ ଆଜି ଉଦଯାପିତ ହୋଇଯାଇଛି | ଏହି ଟୁର୍ଣ୍ଣାମେଣ୍ଟରେ ବ୍ଲକର ସମୁଦାୟ ୧୬ଟି ଦଳ ଅଂଶଗ୍ରହଣ କରିଥିବା କରିଥିବା ବେଳେ ଆଜି ଫାଇନାଲ ମ୍ୟାଚ ସରାପାଲି ଓ ଶିମିଳିପାଳ ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା | ଶିମିଳିପାଳ ଦଳ ପ୍ରଥମେ ବ୍ୟାଟିଂ କରି ୧୮ଓଭରରେ୧୧୭ ରନ ସଂଗ୍ରହ କରିଥିବାବେଳେ ଜବାବରେ ସରାପାଲି ଦଳ ୧୬ଓଭରରେ୧୧୮ ରନ ସଂଗ୍ରହ କରି ଚାମ୍ପିଅନ ହୋଇଥିଲା | ମ୍ୟାଚର ପ୍ରାରମ୍ଭରେ ମାହେଶ୍ୱରୀ ସଙ୍ଘର ପ୍ରତିଷ୍ଠାତା ସ୍ବର୍ଗତ ହରେନ କୁମାର ସାହୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ନୀରବ ପ୍ରାର୍ଥନା କରାଯାଇଥିଲା | ମ୍ୟାନ ଅଫ ଦି ମ୍ୟାଚ ଭାବେ ସରାପାଲି ଦଳର ଚୈତନ୍ୟ ବାରିକ ଓ ମ୍ୟାନ ଅଫ ଦି ସିରିଜ ଭାବେ ଶିମିଳିପାଳ ଦଳର ସୌରଭ ପ୍ରଧାନ ପୁରସ୍କୃତ ହୋଇଥିଲେ l ଆଲୋକ କୁମାର ପ୍ରଧାନ ଓ ଉଦିତ ଶେଖର ସାହୁ ଖେଳ ପରିଚାଳନା କରିଥିଲେ l ଏହି ଅବସରରେ ଅନୁଷ୍ଠିତ ପୁରସ୍କାର ବିତରଣୀ ସଭାରେ ମୁଖ୍ୟ ଅତିଥି ଭାବେ ଯୁବ ସମାଜ ସେବୀ ନୀଳାମ୍ବର ସାହୁ(ମଣ୍ଟୁ ), ସମ୍ମାନିତ ଅତିଥି ଭାବେ ବନାଞ୍ଚଳ ଅଧିକାରୀ ଧିରେନ କୁମାର ସାହୁ, ପ୍ରଧାନ ଶିକ୍ଷକ ବ୍ରଜଚନ୍ଦ୍ର ସାହୁ, ହୁସେନ କୁମାର ସାହୁ, ଗ୍ରାମସେବକ ଶରତ ବାରିକ, ସମାଜସେବୀ ରମେଶ ପ୍ରଧାନ, ନେତ୍ରାନନ୍ଦ ରାଉଳ, ଭକ୍ତ ବଲ୍ଲଭ ପ୍ରଧାନ, ଧୀରେନ୍ଦ୍ର ରାଉଳ ପ୍ରମୁଖ ଯୋଗ ଦେଇ ବିଜେତା ଓ ଉପ ବିଜେତା ଦଳକୁ ନଗଦ ରାଶି ସହ ଟ୍ରଫି ପ୍ରଦାନ କରିଥିଲେ |ସ୍ପୋର୍ଟିଂ କ୍ଲବର ବରିଷ୍ଠ ସଦସ୍ୟ ଉଦିତ ଶେଖର ସାହୁ ସ୍ୱାଗତ ଭାଷଣ ସହ ବିବରଣୀ ପାଠ କରିଥିଲେ | ମାହେଶ୍ୱରୀ ସ୍ପୋର୍ଟିଂ କ୍ଲବର ୱାରୀଶ ପ୍ରଧାନ, ତୁହିନ କାନ୍ତ ରାଉଳ, ସମୀର ସାହୁ, ଅଜିତ ସାହୁ, ଦେବାଶିଷ ସାହୁ, ପ୍ରତାପ ରାଉଳ, ରାଧେଶ୍ୟାମ ମାଝୀ, ଓମପ୍ରକାଶ ମାଝୀଙ୍କ ସମେତ ସମସ୍ତ ସଦସ୍ୟ ସହଯୋଗ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like