-+91-9937148622 |
prerana_bgr@rediffmail.com |
Tuesday 5th May 2026 |
R.N.I. Regd No. ODIODI/2010/46693
Breaking News
30-Dec-2024
ଗଞ୍ଜାମ (କୈଳାଶ ଚନ୍ଦ୍ର ଚୌଧୁରୀ) ଭାରତ ରତ୍ନ ତଥା ପୁର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମ ଶତବାର୍ଷିକୀ ଅବସରରେ ଗଞ୍ଜାମ ଜିଲ୍ଲା ବିଜେପି ଯୁବମୋର୍ଚ୍ଚା ସଙ୍ଗଠନ ପକ୍ଷରୁ ବୃହତ ରକ୍ତଦାନ ଶିବିରର ଆୟୋଜନ ହୋଇଛି। ଜିଲ୍ଲା ଯୁବମୋର୍ଚ୍ଚା ସଭାପତି ଶିବଶଙ୍କର ନାୟକଙ୍କ ପୌରହିତ୍ୟରେ ଆୟୋଜିତ କାର୍ଯ୍ୟକ୍ରମ କୁ ରାଜ୍ୟ ଖଣି ଓ ଇସ୍ପାତ ମନ୍ତ୍ରୀ ବିଭୁତି ଭୁଷଣ ଯେନା ଓ ଦିଗପହଣ୍ଡି ବିଧାୟକ ଡଃ ସିଦ୍ଧାନ୍ତ ମହାପାତ୍ର ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ଆୟୋଜିତ ଶିବିରରେ ୧୪୬ ବୋତଲ ରକ୍ତ ସଂଗ୍ରହ ହୋଇଥିଲା। ଅନୁଷ୍ଠିତ କାର୍ଯ୍ୟକ୍ରମ ଅବସରରେ ଜିଲ୍ଲା ଯୁବମୋର୍ଚ୍ଚା ଗୋଷ୍ଠୀ ଓ ରକ୍ତ ଭଣ୍ଡାର କର୍ମଚାରୀ ମାନଙ୍କୁ ମନ୍ତ୍ରୀ ଶ୍ରୀ ଯେନା ଓ ବିଧାୟକ ମହାପାତ୍ର ପ୍ରଶଂସା କରିଥିଲେ। ଆଜିର ଏହି କାର୍ଯ୍ୟକ୍ରମ ରେ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ କାହ୍ନୁଚରଣ ପତି, ଯୁବମୋର୍ଚ୍ଚା ରାଜ୍ୟ ସମ୍ପାଦକ ଟୁଟୁନ୍ ପାତ୍ର, ପ୍ରଭାତ କିରଣ ଷଡ଼ଙ୍ଗୀ, ମଦନମୋହନ ପାତ୍ର ଓ ମହିଳା ନେତ୍ରୀ ବବିତା ପାତ୍ର ପ୍ରମୁଖ ଯୋଗ ଦେଇ ଆୟୋଜକ ଓ ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ।