-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଲୋକ ମହୋତ୍ସବ ଓ ଜିଲ୍ଲା ସ୍ତରୀୟ ପଲ୍ଲୀଶ୍ରୀ ମେଳା ଉଦଘାଟିତ* - *ଅନ୍ୟ ରାଜ୍ୟ ତଥା ଦେଶ ସହ ସମ୍ପର୍କ ଯୋଡିବା ର ମାଧ୍ୟମ ହେଉଛି କଳା* - *ଉପ ମୁଖ୍ୟ ମନ୍ତ୍ରୀ କେଭି ସିଂହଦେଓ*

06-Jan-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣ ଲୋକ ମହୋତ୍ସବ ଓ ଜିଲ୍ଲା ସ୍ତରୀୟ ପଲ୍ଲୀଶ୍ରୀ ମେଳା ଉଦଘାଟିତ ହୋଇ ଯାଇଛି l ଓରମାସ ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗ ଓ ଜିଲ୍ଲା ସଂସ୍କୃତି ପରିଷଦ ସୁବର୍ଣ୍ଣପୁର ପକ୍ଷରୁ ଆୟୋଜିତ ଓ ଜିଲ୍ଲାପାଳ ଅନ୍ୟା ଦସ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଲୋକ ମହୋତ୍ସବ ର  ପଲ୍ଲୀଶ୍ରୀ ମେଳା, ଜିଲ୍ଲା ଉନ୍ନୟନ ମେଳା ଓ ସାଂସ୍କୃତିକ କାର୍ଯ୍ୟକ୍ରମ କୁ ମାନ୍ୟବର ଉପ ମୂଖ୍ୟମନ୍ତ୍ରୀ ଓଡ଼ିଶା ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଶୁଭ ଉଦ୍ଘାଟନ କରି  ପ୍ରାଚୀନ କାଳ ର ଉଦାହରଣ ଦେଇ କଳା ମାଧ୍ୟମ ରେ ଅନ୍ୟ ଦେଶ ସହ ସମ୍ପର୍କ ଯୋଡି ହୁଏ ବୋଲି ମତ ରଖି ଆମ ସରକାର 
ଯାହା ପ୍ରତିଶୁତି ରଖିଛି ତାହା ନିଶ୍ଚିତ ପୂରଣ କରିବ ବୋଲି କହି ଏ ସରକାର ଲୋକ ଙ୍କ ସରକାର ବୋଲି କହିଥିଲେ l ସମ୍ମାନିତ ଅତିଥି ଭାବରେ ରାଜ୍ୟ ଖାଦ୍ୟ  ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ  କୃଷ୍ଣ ଚନ୍ଦ୍ର ପାତ୍ର, ବୀର ମହାରାଜ ପୁର ବିଧାୟକ ଶ୍ରୀ ରଘୁନାଥ ଜଗଦଲା ଯୋଗ ଦେଇ ସୁବର୍ଣ୍ଣପୁର କଳା ସଂସ୍କୃତି ପର୍ଯ୍ୟଟନ ର ପ୍ରାଣ କେନ୍ଦ୍ର ବୋଲି ମତ ପ୍ରକାଶ କରି  ଏହାର ବିକାଶ ଓ ସୁରକ୍ଷା ପ୍ରତି ସଂକଳ୍ପ ବଦ୍ଧ ବୋଲି କହିଥିଲେ l  ଓ ସୁବର୍ଣ୍ଣ ଲୋକ ମହୋତ୍ସବ ଖୁବ୍ ନିଆରା ବୋଲି କହି ସଂସ୍କୃତି କଳା ପରମ୍ପରା କୁ ନେଇ ଇ ଜିଲ୍ଲା ଗଠିତ ବୋଲି କହିଥିଲେ l ସୁବର୍ଣ୍ଣପୁର ଜିଲ୍ଲା ଉନ୍ନତି ହେଲେ ଇ ରାଜ୍ୟ ରେ ସୁବର୍ଣ୍ଣ ଯୁଗ ଆରଂଭ ହେବ ବୋଲି କହିଥିଲେ ll କବି ପ୍ରଦ୍ୟୁମ୍ନ କୁମାର ସାହୁ ସଭା ସଂଯୋଜନା କରିଥିବା ବେଳେ ସି ଡି ଇ ଓ ଅଶ୍ଵିନୀ ମେହେର ଧନ୍ୟବାଦ୍ ଅର୍ପଣ କରିଥିଲେ l ସଭା ପରେ ସମସ୍ତ ଅତିଥି ସାଂସ୍କୃତିକ କାର୍ଯ୍ୟକ୍ରମ କୁ ମନ ଭରି ଉପଭୋଗ କରିଥିଲେ l ପ୍ରଥମେ ଜିଲ୍ଲା ସ୍ତରୀୟ ପଲ୍ଲୀଶ୍ରୀ ଓ ଉନ୍ନୟନ ପ୍ରଦର୍ଶନୀ ମେଳା କୁ ଉପ ମୂଖ୍ୟମନ୍ତ୍ରୀ ଙ୍କ ସମେତ ସମସ୍ତ ଅତିଥି  ପରିଦର୍ଶନ କରି ସ୍ଵୟଂ ସହାୟିକା ଗୋଷ୍ଠୀ ମହିଳା ଓ ଷ୍ଟଲ୍ ବ୍ୟବସାୟୀ ଙ୍କୁ ଉତ୍ସାହିତ କରିଥିଲେ l ଆଜି ଉଦଘାଟନୀ ସନ୍ଧ୍ୟା ରେ କଳାହାଣ୍ଡି , ରାଜସ୍ଥାନ, ଆସାମ ଓ ଖୋର୍ଦ୍ଧା କଳାକାର ଙ୍କ ନାଚ ଗୀତ କୁ ହଜାର ଦର୍ଶକ ବିଳମ୍ବିତ ରାତି ଯାଏ ଉପଭୋଗ କରିଥିଲେ l ସକାଳ  ୧୧ ଟା ରେ ସୋନପୁର ର  ଇଷ୍ଟଦେବୀ ମା ସୁରେଶ୍ଵରୀ ଙ୍କ  ଆବାହନ କରି ମହୋତ୍ସବ ପଡ଼ିଆ ରେ  ମଞ୍ଚ ପୂଜା କରା ଯାଇଛି l ମା ଙ୍କ ଆବାହନ ପରେ ସକାଳ ୧୧ ଟା ରେ ସ୍ଥାନୀୟ ରୟାଲ ପଡ଼ିଆ ଠାରୁ ଜିଲ୍ଲା ର ସମସ୍ତ ବ୍ଲକ୍ ରୁ ଆସିଥିବା ହଜାର ହଜାର କଳାକାର ଙ୍କ ଗୀତ ନାଚ ସହ ଏକ ବିଶାଳ ସଂlସ୍କୃତିକ ଶୋଭାଯାତ୍ରା ଆରମ୍ଭ ହୋଇଥିଲା l

ଏହି ସାଂସ୍କୃତିକ ଓ ମଶାଲ ଶୋଭାଯାତ୍ରା କୁ ରାଜ୍ୟ ପଞ୍ଚାୟତି ରାଜ୍ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ ଉଦ୍ଘାଟନ କରିଥିବା ବେଳେ ଜିଲ୍ଲାପାଳ ଅନ୍ୟା ଦାସ, ଏଡିଏମ୍ ରାଜେନ୍ଦ୍ର ମାଝୀ, ଏଡିଏମ୍ ଅଞ୍ଜଳୀନା ପଧାନ , ସି ଡ଼ି ଈ ଓ ଅଶ୍ଵିନୀ ମେହେର ଯୋଗ ଦେଇ ଶୋଭାଯାତ୍ରାରେ ରେ ସାମିଲ୍ ଥିଲେ l କଳାକାର ଙ୍କ ବିଶାଳ ଶୋଭାଯାତ୍ରା ଓ ରଙ୍ଗା ରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ରେ ଆଜି ଦୁଲକି ଉଠିଥିଲା ସୁବର୍ଣ୍ଣପୁର ସହର ଓ ମହୋତ୍ସବ ପଡ଼ିଆ ରାମେଶ୍ବର ଷ୍ଟାଡିୟମ୍ l ରାମେଶ୍ଵର ଷ୍ଟାଡିୟମରେ ରେ ମଶାଲ ଶୋଭାଯାତ୍ରା ପହଁଚିବା ପରେ ଫକୀର ପଟ୍ଟନାୟକ ମୁକ୍ତ ମଞ୍ଚ ରେ ମା ସୁରେଶ୍ଵରୀ ଙ୍କୁ ପୁଜା ସହ ମଞ୍ଚ ପୂଜା ଅନୁଷ୍ଟିତ ହୋଇଥିଲା l ଏଥିରେ ଅତିଥି ଭାବରେ  ବୀର ମହାରାଜ ପୁର ବିଧାୟକ ରଘୁନାଥ ଜଗଦଲା , ଏସପି ଶ୍ରୀ ରାମ ପ୍ରାସାଦ ସାହୁ, ଜିଲ୍ଲା ପରିଷଦ ସି ଡି ଇ ଓ ଶ୍ରୀ ଅଶ୍ଵିନୀ ମେହେର, ଅତିରିକ୍ତ ସି ଡି ଇ ଓ, ଜିଲ୍ଲା ସଂସ୍କୃତି ଅଧିକାରୀ ଯମୁନା ପଧାନ, ସମାଜସେଵୀ ଶ୍ରୀବତ୍ସ ମଲ୍ଲିକ, ବିଜେପି ସଭାପତି ପ୍ରମୋଦ ମହାପାତ୍ର ଯୋଗ ଦେଇ ସୁବର୍ଣ୍ଣପୁର ର  କଳା ସଂସ୍କୃତି ଐତିହ ଅତି ଉଚ୍ଚ କୋଟୀର ବୋଲି କଳାକାର ଙ୍କୁ ଉତ୍ସାହିତ କରିଥିଲେ l ଓ ଏ ଦିଗରେ ଆହୁରି ସଫଳତା ଅର୍ଜନ କରି ଏ ମାଟିର ଗୌରବ ବଢ଼ାଇବାକୁ ପ୍ରେରଣା ପ୍ରଦାନ କରିଥିଲେ l ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଅଶ୍ଵିନୀ କୁମାର୍ ଭୋଇ, ସାମ୍ୱାଦିକ ମାନ ଭଞ୍ଜନ ମିଶ୍ର, ସଂସ୍କୃତି ବିଭାଗ ର ଦୁଃଖୀଶ୍ୟାମ ସେଠି ସମସ୍ତ କାର୍ଯ୍ଯ କ୍ରମ କୁ ସଂଯୋଜନା କରିଥିବା ବେଳେ ସଂସ୍କୃତି ବିଭାଗ ର ନିରାକାର ଦେହୁରି, କାହୁଁ ମେହେର, ସମାଜସେବୀ ଲଡୁ କିଶୋର ମଲ୍ଲିକ, ଦେବାଶିଷ ପଟ୍ଟନାୟକ, ଗୋବିନ୍ଦ ମହାରଣା, ବେଣୀ ମାଧବ ବେଦବାକ  ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ର ସମସ୍ତ ବିଭାଗ କର୍ମଚାରୀ ସହଯୋଗ କରିଥିଲେ l  ଚଳିତ ବର୍ଷ ସୁବର୍ଣ୍ଣପୁର ଲୋକ ମହୋତ୍ସବ କୁ ରଙ୍ଗା ରଙ୍ଗ ଓ ଖୁବ୍  ଆକର୍ଷଣୀୟ ଭାବେ ପାଳନ କରିବାକୁ ଜିଲ୍ଲା ପ୍ରଶାସନ ଉତ୍ସାହ ର ସହ କାର୍ଯ୍ଯ କରୁଥିବା ଜଣା ପଡ଼ିଛି l


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like