-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||     

HOME   ଜିଲ୍ଲା

କାର୍ଯ୍ୟରତ ସାମ୍ବାଦିକଙ୍କୁ ବିଦ୍ୟୁତ ବିଭାଗ ଅଧିକାରୀଙ୍କ ଅତର୍କିତ ଆକ୍ରମଣ; ଏସ୍ ୟୁ ଜେ ବଲାଙ୍ଗୀର ଶାଖା ତରଫରୁ ଘଟଣାର ତୀବ୍ର ନିନ୍ଦା; ବଲାଙ୍ଗୀର ଜିଲ୍ଲାପାଳ ଓ ଏସ୍. ପି ଙ୍କୁ ଦାବିପତ୍ର

09-Jan-2025



ବଲାଙ୍ଗୀର(ପ୍ରେରଣା ଖବର): ଗତକାଲି ଟିଟିଲାଗଡ଼ର ତିନି ଜଣ କାର୍ଯ୍ୟରତ ସାମ୍ବାଦିକଙ୍କୁ ବିଦ୍ୟୁତ ବିଭାଗର ଅଧିକାରୀ ଅତର୍କିତ ଆକ୍ରମଣ କରିବା ସହ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିଛନ୍ତି l ଗଣମାଧ୍ୟମର କଣ୍ଠରୋଧ କରିବାର ଏହି ହୀନ ପ୍ରୟାସକୁ ଷ୍ଟେଟ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ(ଏସ୍ ୟୁ ଜେ) ବଲାଙ୍ଗୀର ଶାଖା ଦୃଢ଼ ନିନ୍ଦା କରିଛି  l ଆଜି ଏସ୍ .ୟୁ.ଜେ ର ସଭ୍ୟ ମାନେ ବଲାଙ୍ଗୀର ଜିଲ୍ଲାପାଳ ଓ ବଲାଙ୍ଗୀର ଏସ୍ ପି ଙ୍କୁ ସାକ୍ଷାତ କରି ସଂଘ ତରଫରୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି l ଦୋଷୀ ଅଧିକାରୀଙ୍କୁ ତୁରନ୍ତ ଗିରଫ୍ କରିବା ସହ ତାଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରାଯାଇଛି l ସାମ୍ବାଦିକ  ସୁରକ୍ଷା ଆଇନକୁ ସରକାର ତୁରନ୍ତ ପ୍ରଣୟନ କରିବା ପାଇଁ ଦାବିପତ୍ର ରେ ଉଲ୍ଲେଖ କରାଯାଇଛି lଏସ ୟୁ ଜେ ର ସଭାପତି ଶରତ ମହାକୁଡଙ୍କ ନେତୃତ୍ଵରେ ସଂଘର ସାଧାରଣ ସଂପାଦକ ରଘୁନନ୍ଦନ ସିଂହ, ରାଜ୍ୟ ଉପସଭାପତି ମହେନ୍ଦ୍ର ଦର୍ଜି, ବରିଷ୍ଠ ସାମ୍ବାଦିକ ଗୋପବନ୍ଧୁ ସତପଥୀ, ଶ୍ରୀମନ୍ତ ପଣ୍ଡା, ଚନ୍ଦ୍ରଭାନୁ ମୌଲାନା, ବଳରାମ ମିଶ୍ର, ପବନ ବଂଶାଲ,ରାଧାକୃଷ୍ଣ ମିଶ୍ର ପ୍ରମୁଖ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ଯରେ ଜିଲ୍ଲାପାଳଙ୍କୁ  ଏହି ଦାବିପତ୍ର ପ୍ରଦାନ କରିଛନ୍ତି l ଠିକ୍ ସେହିପରି ବଲାଙ୍ଗୀର ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ମଧ୍ୟ ଏହି ଘଟଣାକୁ ନିନ୍ଦା କରିବା ସହିତ ବଲାଙ୍ଗିର ଜିଲ୍ଲାପାଳ ଓ ଏସ୍. ପି ଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି l ସୂଚନାଯୋଗ୍ଯ ଯେ, ଗତକାଲି ଟିଟିଲାଗଡ଼ ବ୍ଲକ ବିନେକେଲା ପଞ୍ଚାୟତ ଟିମନଭାଡି ଗାଁ ର ଉଚ୍ଛବ ପୋଢ଼ ନାମକ ଜଣେ ବ୍ୟକ୍ତିଙ୍କ ବିଦ୍ୟୁତ ଆଘାତରେ ମୃତ୍ୟୁ ଘଟିଥିବା ବେଳେ ମକରନ୍ଦ ପୋଢ଼ ନାମକ ଜଣେ ବ୍ୟକ୍ତି ଗୁରୁତର ଭାବେ ଆହତ ହୋଇଥିଲେ l ଏହି ଘଟଣା ସମ୍ପର୍କରେ ଖବର ସଂଗ୍ରହ କରିବାକୁ ଓ-ଟିଭି ପ୍ରତିନିଧି ଅଭିଳାଷ ନନ୍ଦ,  ନକ୍ଷତ୍ର ଟିଭି ର ସଞ୍ଜୟ ବେହେରା  ଓ ସମୟ ଖବରକାଗଜର ପ୍ରତିନିଧି  ତରୁଣ ବେହେରା ଟିଟିଲାଗଡ଼ ଟି ପି ଡବ୍ଲ୍ୟୁ ଓ ଡି ଏଲ୍ ଅଫିସ କୁ ଯାଇଥିଲେ l ଏହି ସମୟରେ ବିଦ୍ୟୁତ ବିଭାଗର ଅଧିକାରୀ ମାନେ ଖୋଲାନ ନିକଟସ୍ଥ ଲାନ୍ଥ ନଦୀ କୂଳରେ ଭୋଜି କରୁଥିବା ଜାଣି  ଘଟଣା ସମ୍ପର୍କରେ ପ୍ରତିକ୍ରିୟା ନେବା ପାଇଁ ସେଠାକୁ ଯାଇଥିଲେ l ତେବେ ସେଠାରେ ବିଦ୍ୟୁତ ବିଭାଗ ଅଧିକାରୀ ମାନେ କର୍ତ୍ତବ୍ୟରତ ଏହି ତିନି ସାମ୍ବାଦିକଙ୍କୁ ହଠାତ୍ ଆକ୍ରମଣ କରିବା ଆରମ୍ଭ କରିଥିଲେ l ଆକ୍ରମଣରେ ଏମାନଙ୍କ ଦେହର ବିଭିନ୍ନ ସ୍ଥାନରେ ଆଘାତ ଲାଗିଛି  l  ଏ ସମ୍ପର୍କରେ ସାମ୍ବାଦିକଙ୍କ ପକ୍ଷରୁ ଟିଟିଲାଗଡ଼ ଥାନାରେ ଏତଲା ଦିଆଯାଇଛି l ଗରିବ ନିଷ୍ପେଷିତ ଲୋକଙ୍କ ଅଧିକାର ପାଇଁ ସ୍ଵରଉତ୍ତୋଳନ କରୁଥିବା ଗଣମାଧ୍ୟମ ପ୍ରତିନିଧି ମାନଙ୍କ ଉପରେ ଏପରି ଆକ୍ରୋଶମୂଳକ ଆକ୍ରମଣକୁ ସାମ୍ବାଦିକ ମହଲରେ ତୀବ୍ର ନିନ୍ଦା କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026

You Might Also Like