-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ଟି ଗଣ୍ଡପାଲି ଉ:ପ୍ରାୟ: ସ୍କୁଲ ଠାରେ ଗଣିତ ବଜାର ଓ ଖାଦ୍ୟ ମେଳା ଅନୁଷ୍ଠିତ

11-Jan-2025



ବରଗଡ:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ବିଜେପୁର ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅନ୍ତର୍ଗତ ଟି.ଗଣ୍ଡପାଲି ସରକାରୀ ଉ:ପ୍ରା: ପରିସରରେ ଗଣିତ ବଜାର ଓ ଖାଦ୍ୟ ମେଳା ଅନୁଷ୍ଠିତ ହେବା ସହିତ ବିଦ୍ୟାଳୟର ପ୍ରାଚୀର ପତ୍ରିକା "ଅନ୍ୱେଷା" ର ଶୁଭ ଉଦଘାଟନୀ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ଶ୍ରୀମାନ ଶଶିଭୂଷଣ ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ନାରାୟଣ ଭୁଏ ମୁଖ୍ୟ ଅତିଥି ଯୋଗଦାନ କରି ଥିବା ବେଳେ ଏ.ବି.ଇ.ଓ ଶ୍ରୀମାନ ପୂର୍ଣ୍ଣଚନ୍ଦ୍ର ପଧାନ, ବିଦ୍ୟାଳୟର ଚେୟାରମେନ ରୋହିତ ସାହୁ, ,ସିଆରସିସି ପ୍ରଭାତ ରଞ୍ଜନ ସାହୁ ଯୋଗଦାନ କରି ସ୍କୁଲର ଛାତ୍ରଛାତ୍ର, ଅଭିଭାବକ ତଥା ସ୍କୁଲରେ କାର୍ଯ୍ୟରତ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ। କାର୍ଯ୍ୟକ୍ରମ ଉପରେ ଶିକ୍ଷକ ସୁଶିଲ କୁମାର ସୁନାଙ୍କ ସଂଯୋଜନାରେ ଏକ ସଭାର ଆୟୋଜନ ହୋଇଥିଲା। ବୃତ୍ତି ପରିକ୍ଷାରେ କୃତିତ୍ୱ ଅର୍ଜନ କରିଥିବା ଶ୍ରୃତି ସାହୁ ଏବଂ ତୁଷାର ସାହୁଙ୍କୁ ମଞ୍ଚରେ ଅତିଥି ଗଣ ପୁଷ୍ପମାଲ୍ୟ ଦେଇ ସମର୍ଦ୍ଧିତ କରିଥିଲେ।ଏହି ଖାଦ୍ୟ ମେଳାରେ ୬୦ ଗୋଟି ପ୍ରୋଜେକ୍ଟ ସ୍ଥାନ ପାଇଥିଲା।ଏହା ଦ୍ୱାରା ଛାତ୍ରଛାତ୍ରୀ ମାନଙ୍କ ଗଣିତ ବିଷୟରେ ଟଙ୍କା ପଇସା ହିସାବ,ଓଜନ ମାପ, ଲାଭ କ୍ଷତି, ସହିତ ଖାଦ୍ୟ ପ୍ରକ୍ରିୟା କରଣ ତଥା ପିଲାମାନଙ୍କ ଅନ୍ତର୍ନିହିତ ଗୁଣାବଳୀର ବିକାଶ ଓ ସ୍ୱାଭାଲମ୍ବୀ ମନୋଭାବର ବିକାଶରେ ସହାୟକ ହେବ ବୋଲି ମତପ୍ରକାଶ ପାଇଥିଲା।ଏହାପରେ ଛାତ୍ରଛାତ୍ରୀ ମାନେ ସ୍ୱଚ୍ଛ ଭାରତ ଅଭିଯାନ ସମ୍ପର୍କରେ ଏକ ରେଲି ବାହାରି ଗାଁ ସଫେଇ ସହ ସ୍ୱଚ୍ଛତାର ବାର୍ତ୍ତା ପ୍ରଦାନ କରିଥିଲେ। ଗ୍ରାମ ସ୍ଥିତ ଦୁର୍ଗା ମଣ୍ଡପ ସମ୍ମୁଖରେ ପଥପ୍ରାନ୍ତ ନାଟକ "ସଫା-ରହେମା ନିଶା ନାଇଁ ନେଉଁ" ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ମଞ୍ଚସ୍ଥ ହୋଇଥିଲା। ଏହି ପଥପ୍ରାନ୍ତ ନାଟକ ଶିକ୍ଷକ ସୁଶିଲ କୁମାର ସୁନାଙ୍କ ଲିଖିତ ଓ ନିର୍ଦ୍ଦେଶିତ ବେଶ ପ୍ରଶଂସନୀୟ ହୋଇ ପାରିଥିଲା। ଶେଷରେ ସ୍କୁଲର ଶିକ୍ଷକ ଉମେଶ ଚନ୍ଦ୍ର ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମରେ ପରିଚାଳନାରେ ସ୍ଥାନୀୟ ଉଚ୍ଚ ପ୍ରାଥମିକ ଶିକ୍ଷକ ଶିକ୍ଷୟିତ୍ରୀ ନିରୁପମା ବାରିକ, କୁଳମଣି ସାହୁ, ସୁରେଶ ସାହୁ, ମନୋଜ ସାହୁ, ରାଜେଶ ସେଠ ଏବଂ ବିବେକାନନ୍ଦ କ୍ଲବର ସମସ୍ତ ସଦସ୍ୟ ଓ ବିଦ୍ୟାଳୟ ପରିଚାଳନା କମିଟି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like