-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||     

HOME   ରାଜ୍ୟ

କେନ୍ଦୁପତ୍ର ତୋଳାଳୀ ଓ ଅନ୍ୟା କର୍ମଚାରୀଙ୍କ କଲ୍ୟାଣ ନିମନ୍ତେ ୯୨.୩୭ କୋଟି ଟଙ୍କାର ବୋନସ୍‌ ଓ ଅନ୍ୟାନ୍ୟ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ : ମୃତ୍ୟୁ ଓ ଅକର୍ମଣ୍ୟତା କ୍ଷେତ୍ରରେ ସହାୟତା ଦୁଇ ଲକ୍ଷକୁ ବୃଦ୍ଧି

11-Jan-2021



ଭୁବନେଶ୍ବର, (ପ୍ରେରଣା ଖବର ବ୍ୟୁରୋ) - କେନ୍ଦୁପତ୍ର ତୋଳାଳୀ ଓ ଅନ୍ୟାନ୍ୟ କର୍ମଚାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ୯୨.୩୭ କୋଟି ଟଙ୍କାର ବୋନସ ଏବଂ ଅନ୍ୟାନ୍ୟ ସହାୟତା ଘୋଷଣା କରିଛନ୍ତି ୤ ତନ୍ମଧ୍ୟରୁ କେବଳ ବୋନସର ପରିମାଣ ୫୯.୭୮ କୋଟି ଟଙ୍କା ୤ ଏହା ସହିତ କେନ୍ଦୁପତ୍ର କର୍ମଚାରୀଙ୍କ ମୃତ୍ୟୁ ବା ସମ୍ପୂର୍ଣ୍ଣ ଶାରୀରିକ ଅକ୍ଷମତା କ୍ଷେତ୍ରରେ ଅନୁକମ୍ପାମୂଳକ ସହାୟତାକୁ ମଧ୍ୟ  ମୁଖ୍ୟମନ୍ତ୍ରୀ  ଏକ ଲକ୍ଷ ଟଙ୍କାରୁ ଦୁଇ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି ୤ ଆଜି କେନ୍ଦୁପତ୍ର କଲ୍ୟାଣ ବୋର୍ଡରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି ୤ ଭିଡିଓ କନ୍‌ଫରେନସିଂ ଜରିଆରେ ଅନୁଷ୍ଠିତ ବୈଠକରେ ମୁଖ୍ୟମନ୍ତ୍ରୀ ଅଧ୍ୟକ୍ଷତା କରିଥିଲେ ୤

କେନ୍ଦୁପତ୍ର ତୋଳାଳୀ, ବନ୍ଧେଇ ଶ୍ରମିକ ଓ ସାମୟିକ କର୍ମଚାରୀଙ୍କ କଲ୍ୟାଣ ନିମନ୍ତେ ଚଳିତ ବର୍ଷ ବୋନସ୍‌, ଅନ୍ୟାନ୍ୟ ସହାୟତା ଓ ଭିତ୍ତିଭୁମି ବିକାଶ ଉଦ୍ଦେଶ୍ୟରେ ୯୨.୩୭ କୋଟି ଟଙ୍କା ବୋର୍ଡ ମଞ୍ଜୁର କରିଛି ୤
କେନ୍ଦୁପତ୍ର ସଂଗ୍ରହ, ବନ୍ଧେଇ ଓ ପ୍ରକ୍ରିୟାକରଣ କାର୍ଯ୍ୟରେ ସାଧାରଣତଃ ଗରିବ ଲୋକମାନେ ନିୟୋଜିତ ହୋଇଥାନ୍ତି ୤ ସେମାନଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର ସବୁବେଳେ ଉଦ୍ୟମ ଜାରି ରଖିଛନ୍ତି ୤ ୨୦୧୪ ମସିହାରେ ଏକ ଐତିହାସିକ ନିଷ୍ପତ୍ତି ନେଇ ରାଜ୍ୟ ସରକାର କେନ୍ଦୁପତ୍ର ବ୍ୟବସାୟରୁ ପାଉଥିବା ଲାଭାଂଶରେ କେନ୍ଦୁପତ୍ର ତୋଳାଳୀମାନଙ୍କୁ ସାମିଲ କରିଛନ୍ତି ୤ କୋଭିଡ୍‌ ମହାମାରୀ ସମୟରେ ବିଭାଗ ୬୦ ଲକ୍ଷରୁ ଅଧିକ କର୍ମ ଦିବସ ସୃଷ୍ଟି କରିପାରିଥିଲା ୤ ଏହା ଦ୍ବାରା ୭ ଲକ୍ଷ ୫୪ ହଜାରେ ୬୩୧ କେନ୍ଦୁପତ୍ର ତୋଳାଳୀ, ୧୮୨୨୩ ବନ୍ଧେଇ ଶ୍ରମିକ ଏବଂ ୧୬୫୩୩ ଜଣ ସାମୟିକ କର୍ମଚାରୀ ଉପକୃତ ହୋଇଛନ୍ତି ୤ ୨୦୨୦ ଶସ୍ୟ ବର୍ଷରେ ଏ ବାବଦରେ ୨୫୦ କୋଟି ଟଙ୍କା ସିଧାସଳଖ ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ DBT  ଜରିଆରେ ପଇଠ କରାଯାଇଛି ୤
ଏହି ବୈଠକରେ ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ, ଇସ୍ପାତ ଓ ଖଣି ଏବଂ ପୁର୍ତ୍ତ ମନ୍ତ୍ରୀ ଶ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ପ୍ରମୁଖ ଯୋଗ ଦେଇ ସେମାନଙ୍କର ମତାମତ ରଖିଥିଲେ ୤ ପ୍ରଧାନ ମୁଖ୍ୟ ବନ ସଂରକ୍ଷକ (କେନ୍ଦୁପତ୍ର) ଶ୍ରୀ ପ୍ରଭାକର ବେହେରା ବୋର୍ଡର କାର୍ଯ୍ୟକ୍ରମ ସମ୍ପର୍କରେ ଉପସ୍ଥାପନା ରଖିଥିଲେ ୤ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଜଙ୍ଗଲ ଓ ପରିବେଶ ଡ. ମୋନା ଶର୍ମା ସ୍ବାଗତ ଭାଷଣ ଦେଇଥିଲେ ୤ ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ ଟି) ଶ୍ରୀ ଭି.କେ. ପାଣ୍ଡିଆନ ଏବଂ ଜଙ୍ଗଲ ଓ ପରିବେଶ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ ୤


News Comment




Photo in News

Advertisment
Lastest News
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026

You Might Also Like