-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

୧୦୫ବର୍ଷରେ ପହଞ୍ଚିଛି ସର୍ବପୁରାତନ ଭାଲେର ଧନୁଯାତ୍ରା.. ପଶ୍ଚିମାଞ୍ଚଳର ଧନୁଯାତ୍ରା ଉପରେ ପ୍ରାମାଣିକଚଳଚିତ୍ର ନିର୍ମାଣ ହେବ-ମନ୍ତ୍ରୀ ସୂର୍ଯ୍ୟବଂଶୀ

12-Jan-2025



ବଲାଙ୍ଗୀର(ପ୍ରେରଣା ଖବର): ବରଗଡର ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା ସମେତ ପଶ୍ଚିମାଞ୍ଚଳର ବିଭିନ୍ନ ସ୍ଥାନରେ ହେଉଥିବା ଧନୁଯାତ୍ରାକୁ ବିଶ୍ୱଦରବାରରେ ପହଞ୍ଚାଇବାକୁ ଆଗାମୀଦିନରେ ପ୍ରାମାଣିକ ଚଳଚିତ୍ର ନିର୍ମାଣ କରାଯିବ ବୋଲି ଆଜି ଓଡିଶାର ସର୍ବପୁରାତନ ବଲାଙ୍ଗୀର ନିକଟସ୍ଥ ଭାଲେରର ୧୦୫ତମ ଧନୁଯାତ୍ରାରେ ଅତିଥି ଭାବରେ ଯୋଗଦେଇ ଭାଷା, ସାହିତ୍ୟ, ସଂସ୍କୃତି, ଉଚ୍ଚଶିକ୍ଷା, କ୍ରୀଡା ଓ ଯୁବବ୍ୟାପାର ବିଭାଗର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି । ଭାଲେର ଧନୁଯାତ୍ରା କମିଟିର ସଭାପତି ବ୍ରହ୍ମାନନ୍ଦ ନାଏକଙ୍କ ସଭାପତିତ୍ୱରେ ଅନୁଷ୍ଠିତ କଂସ ଦରବାରର ସାଂସ୍କୃତିକ ସଭାରେ ମୁଖ୍ୟଅତିଥି ଭାବରେ ଲୋଇସିଂହା ବିଧାୟକ ତଥା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର ଓ ସୂଚନା ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ବରେଣ୍ୟ ଅତିଥି ଭାବରେ ଭାଷା, ସାହିତ୍ୟ, ସଂସ୍କୃତି,ଉଚ୍ଛଶିକ୍ଷା,କ୍ରୀଡା ଓ ଯୁବବ୍ୟାପାର ବିଭାଗର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ,ବଡସାହି ନିର୍ବାଚନ ମଣ୍ଡଳିର ବିଧାୟକ ସନାତନ ବିଜୁଳି, ବଲାଙ୍ଗୀର ସଦର ଏସଡିପିଓ ପ୍ରଦୀପ କୁମାର ସାହୁ, ଭାଜପାନେତା ରାଜକିଶୋର ନାଏକ, ଭାଲେର ସରପଞ୍ଚ ତଥା ମହୋତ୍ସବ କମିଟିର ଉପସଭାପତି ପ୍ରଦୀପ କୁମାର ନନ୍ଦ, ସହସଂପାଦକ ଜୟକୃଷ୍ଣ ନାଏକ, କୋଷାଧ୍ୟକ୍ଷ ବିଧୁଶେଖର ନନ୍ଦ ପ୍ରମୁଖ ମଞ୍ଚାସୀନ ଥିଲେ । ମୁଖ୍ୟଅତିଥି ଡ.ମହାଲିଙ୍ଗ ତାଙ୍କ ବକ୍ତବ୍ୟରେ କହିଲେ ଯେ,ଗତବର୍ଷ ଲୋକମାନେ କରିଥିବା ଦାବି ମୁତାବକ ଭାଲେର-କୁରୁଲ ମଧ୍ୟରେ ଥିବା ନାଳରେ ବ୍ରୀଜକାମ ଆରମ୍ଭ ହେବାକୁ ଯାଉଛି । ଏହା ସହିତ ପାନୀୟଜଳର ସୁବିଧା ପାଇଁ ଏକ ମେଗା ପାନୀୟ ଜଳ ପ୍ରକଲ୍ପ ନିର୍ମାଣ କରାଯାଉଛି ଯାହାକି ପୁଇଁତଳା ବ୍ଲକର ୨୦ଟି ପଞ୍ଚାୟତକୁ ଜଳ ଯୋଗାଇବ । କେବଳ ସେତିକି ନୁହେଁ ରାଜ୍ୟରେ ଚାଲିଥିବା ମୋହନ ସରକାର ରାଜ୍ୟର ୩.୫ କୋଟି ଲୋକଙ୍କୁ ଆୟୁଷ୍ମାନ ଯୋଜନାରେ ସାମିଲ କରି ସ୍ୱାସ୍ଥ୍ୟସେବା ଯୋଗାଇବାର ବ୍ୟବସ୍ଥା କରୁଥିବା କହିଥିଲେ। ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ତାଙ୍କ ବକ୍ତବ୍ୟରେ ଭାଲେରବାସୀ ଦୀର୍ଘ ୧୦୫ବର୍ଷ ଧରି ଧନୁଯାତ୍ରା ଭଳି ଏକ 

ସଂସ୍କୃତି ଓ ପରଂମ୍ପରାକୁ ବଞ୍ଚାଇ ରଖିଥିବାରୁ ପ୍ରଶଂସନୀୟ ବୋଲି କହିଥିଲେ। ପ୍ରକୃତରେ ଏହାହିଁ ଓଡିଆ ଓ ଓଡିଶା ବାସୀଙ୍କର ଅସ୍ମିତାର ପରିଚୟ ବୋଲି ମନ୍ତ୍ରୀ କହି ଆଗାମୀ ଦିନରେ ବରଗଡ, ଭାଲେର ଭଳି ୧୦୦ଟି ଧନୁଯାତ୍ରାର ପ୍ରାମାଣିକ ଚଳଚିତ୍ର ନିର୍ମାଣ କରି ଏହାକୁ ବିଶ୍ୱଦରବାରକୁ ପହଞ୍ଚାଯିବ ବୋଲି କହିଥିଲେ । ଆସନ୍ତା ବର୍ଷ ଭାଲେର ଧନୁଯାତ୍ରାର ଅନୁଦାନ ରାଶିକୁ ବଢାଯାଇ ଏକ ଭବ୍ୟ ମହୋତ୍ସବ ପାଳନ କରାଯିବ ବୋଲି ମନ୍ତ୍ରୀ ପ୍ରତିଶୃତି ଦେଇ ଥିଲେ । ଏହି ଧନୁଯାତ୍ରାରେ କଳାକାର ଗୋପାଳ ପଣ୍ଡା ଓ ତାଙ୍କ ଟିମ କଂସଦରବାର କରି ଲୋକଙ୍କୁ ମନୋରଂଜନ କରାଇ ଥିଲେ । ଏହି ଅବସରରେ ବିଭିନ୍ନ ସାଂସ୍କୃତିକ ଦଳ ପକ୍ଷରୁ ସାସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ପରିବେଷଣ କରାଯାଇଥିଲା । ଏହି ମହୋତ୍ସବରେ ଅଞ୍ଚଳର ହଜାର ହଜାର ଦର୍ଶକ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ଉପଭୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like