-+91-9937148622 |
prerana_bgr@rediffmail.com |
Friday 21st August 2026 |
R.N.I. Regd No. ODIODI/2010/46693
Breaking News
14-Jan-2025
ବରପାଲି(ସୁଦାମ ଦୀପ)
ବରପାଲିରେ ଜିଲ୍ଲାପାଳଙ୍କ ଏକ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସୋମବାର ବରପାଲି ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳଙ୍କ ଏକ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇ ବିଭିନ୍ନ ବିଭାଗର ୧୦ ଟି ଅଭିଯୋଗ ଉପରେ ଜିଲ୍ଲାପାଳ ଅଭିଯୋଗ ଶୁଣିବା ପରେ ବିଭାଗୀୟ ଅଧିକାରୀଙ୍କୁ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବରଗଡ଼ ଜିଲ୍ଲାପାଳ ଆଦିତ୍ୟ ଗୋୟଲ୍, ପିଡି ଲଲାଟ କୁମାର ଲୁହା, ଉପ-ଜିଲ୍ଲାପାଳ ପ୍ରସନ୍ନ କୁମାର ପାଣ୍ଡେ, ବ୍ଲକ ଅଧ୍ୟକ୍ଷା ରୀନା ଥଇତ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁମନ୍ତ କୁମ୍ଭାର ପ୍ରମୁଖ ଅଧିକାରୀ ଉପସ୍ଥିତ ଥିଲେ।