-+91-9937148622 |
prerana_bgr@rediffmail.com |
Sunday 16th August 2026 |
R.N.I. Regd No. ODIODI/2010/46693
Breaking News
20-Jan-2025
ନବରଙ୍ଗପୁର :(ମିହିର ଶଙ୍କର ପାତ୍ର)
ଡାବୁଗାଁ ବ୍ଲକ ସଭା ଗୃହରେ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ଯାଇଛି। ବ୍ଲକ ଅଧ୍ୟକ୍ଷା ବୀଣା ମାଝୀ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବିଡ଼ିଓ ଶରତ ମାଝୀ, ବି.ଏସ.ଏସ.ଓ ଜ୍ୟୋତିନ ପାଣିଗ୍ରାହୀ, ବିଜେପି କୃଷକ ମୋର୍ଚ୍ଚା କାର୍ଯ୍ୟକାରୀ ସଭ୍ୟ ଜୟନ୍ତ କୁମାର ପାତ୍ର, ବିଜେଡ଼ି ସଭାପତି ସୁରେନ୍ଦ୍ର ମିଶ୍ର, ବିଜେପି ର ବରିଷ୍ଠ ନେତା ଜେ ରାଜଶେଖର ରାଓ, କଂଗ୍ରେସ ସଭାପତି ଜି ସାଇ ରାଜୁ, ଜିଲ୍ଲା ପରିଷଦ ସଭ୍ୟ ଗୁପ୍ତ ବିଷୟୀ, ଜି ସତ୍ୟ ରାଓ, ସାମ୍ବାଦିକ ସଂଘ ସଂପାଦକ ମିହିର ଶଙ୍କର ପାତ୍ର, ସଭାପତି ପ୍ରଜ୍ଞା ରଞ୍ଜନ ପରିଡ଼ା, ଉପ ସଭାପତି ଗଗନ ଗନ୍ତାୟତ, ନିତ୍ୟାନନ୍ଦ ମହାନ୍ତି ଏବଂ ବିଭିନ୍ନ ଶିକ୍ଷାନୁଷ୍ଠାନ ର ଶିକ୍ଷକ ଶିକ୍ଷୟିତ୍ରୀ ମାନେ ଉପସ୍ଥିତ ଥିଲେ। ପ୍ରତିବର୍ଷ ଭଳି ଏହି ବର୍ଷ ମଧ୍ୟ ଶାନ୍ତି ଶୃଙ୍ଖଳା ରେ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ସମସ୍ତ ସହଯୋଗ କରିବା ପାଇଁ ନିଷ୍ପତ୍ତି ହୋଇଥିଲା ।