-+91-9937148622 |
prerana_bgr@rediffmail.com |
Sunday 10th May 2026 |
R.N.I. Regd No. ODIODI/2010/46693
Breaking News
12-Jan-2021
ଭୁବନେଶ୍ବର,(ପ୍ରେରଣା ଖବର ବ୍ୟୁରୋ) :ଛାତ୍ର ସମାଜର ବୃହତର ସ୍ବାଥ କୁ ଦୃଷ୍ଟିରେ ରଖି ଚଳିତ ବର୍ଷ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ବାରା ପରିଚାଳିତ ହେବାକୁ ଥିବା ମାଟ୍ରିକ ପରୀକ୍ଷା ନିମନ୍ତେ ପିଲାମାନଙ୍କ ପରୀକ୍ଷା ଫିସ୍ ଛାଡ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ବାରା ୬ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହେବେ । ଏ ବାବଦରେ ରାଜ୍ୟ ସରକାର ୨୭ କୋଟି ଟଙ୍କା ବ୍ୟୟଭାର ବହନ କରିବେ।
ସୂଚନାଯୋଗ୍ୟ ଯେ ପ୍ରତି ପିଲାଙ୍କୁ ମାଟ୍ରିକ ପରୀକ୍ଷା ନିମନ୍ତେ ୪୨୦ ଟଙ୍କା ଲେଖାଏଁ ଫିସ୍ ଦେବାକୁ ପଡିଥାଏ ।
କରୋନା ମହାମାରୀ ପରିପ୍ରେକ୍ଷୀରେ ୨୦୨୦-୨୧ ଶିକ୍ଷା ବର୍ଷ ବିଶେଷ ଭାବରେ ପ୍ରଭାବିତ ହୋଇଛି । ଦୀର୍ଘ ୯ ମାସ କାଳ ସ୍କୁଲ ବନ୍ଦ ରହିବା ପରେ ଜାନୁଆରୀ ୮ ତାରିଖରୁ କେବଳ ଦଶମ ଓ ଦ୍ବାଦଶ ଶ୍ରେଣୀକୁ କୋଭିଡ ନିୟମ ପାଳନ କରି ଖୋଲାଯାଇଛି । ପିଲାମାନଙ୍କୁ ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ତଥା ପାଠ୍ୟକ୍ରମରେ ବିଭିନ୍ନ ବିଷୟରେ ଥିବା ସନ୍ଦେହ ଦୂର କରିବା ପାଇଁ କ୍ଲାସ କରାଯାଉଛି। କରୋନା ଯୋଗୁ ବହୁ ଲୋକଙ୍କର ଜୀବନଜୀବିକା ମଧ୍ୟ ପ୍ରଭାବିତ ହୋଇଛି । ମୁଖ୍ୟମନ୍ତ୍ରୀଙ୍କର ଏହି ନିଷ୍ପତ୍ତି ଫଳରେ ଅର୍ଥାଭାବରୁ କୌଣସି ପିଲା ପରୀକ୍ଷା ଦେବାରୁ ବଞ୍ଚିତ ହେବେ ନାହିଁ।