-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗିର: ୨୨ତମ ଲୋକଉତ୍ସବ ଉଦଘାଟିତ;ସ୍ମରଣିକା ଉନ୍ମୋଚିତ

20-Jan-2025



ବଲାଙ୍ଗିର(ପ୍ରେରଣା ଖବର) ବହୁ ପ୍ରତୀକ୍ଷିତ ବଲାଙ୍ଗିର ୨୨ତମ ଲୋକଉତ୍ସବ ସ୍ଥାନୀୟ କୋଶଳ କଲାମଣ୍ଡଲ ଠାରେ ଉଦଘାଟିତ ହୋଇ ଯାଇଛି।ଓଡ଼ିଆ ସଂସ୍କୃତି ବିଭାଗ ଏବଂ ଓରମାସ ର ସହାୟତାରେ ଅନୁଷ୍ଠିତ ଦ୍ୱାବିଂଶତମ ଲୋକ ଉତ୍ସବ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କ କରକମଳରେ ଉଦ୍ଘାଟିତ ହୋଇଯାଇଛି।ଏହି ଉଦଘାଟନୀ ଉତ୍ସବର ପ୍ରଥମ ସନ୍ଧ୍ୟାରେ ମୁଖ୍ୟ ଅତିଥି ଭାବରେ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଯୋଗଦେଇ କଳା ଓ ସଂସ୍କୃତିର ବିକାଶ ପାଇଁ ଆମେ ସମସ୍ତେ ଏକତ୍ରିତ ହେବାକୁ ପରାମର୍ଶ ଦେଇଥିଲେ l ବରେଣ୍ୟ ଅତିଥି ଭାବରେ ବଲାଙ୍ଗିର ସାଂସଦ ଶ୍ରୀମତୀ ସଂଗୀତା ସିଂଦେଓ ଯୋଗ ଦେଇ ଲୋକ ଉତ୍ସବ କେବଳ ମନୋରଞ୍ଜନଧର୍ମୀ ନ ହୋଇ ଲୁକ୍କାୟିତ କଳା ଓ ପ୍ରତିଭାର ବିକାଶ ଦିଗରେ ସହାୟକ ହେଉ ବୋଲି କହିଥିଲେ। କଳା ଓ କଳାକାରଙ୍କର ବିକାଶ ପାଇଁ ଉଭୟ କେନ୍ଦ୍ର ଓ ରାଜ୍ଯ ସରକାର ଅନେକ ଯୋଜନା କାର୍ଯ୍ୟକାରୀ କରିଛନ୍ତି ବୋଲି  ସାଂସଦ ଶ୍ରୀମତୀ ସିଂହଦେଓ କହିଥିଲେ l ସମ୍ମାନିତ ଅତିଥି ଭାବରେ ବଲାଙ୍ଗିର ଜିଲ୍ଲାପାଳ  ଗୌରବ ଶିବାଜୀ ଇସଲୱାର୍ ଏବଂ ଆରକ୍ଷୀ ଅଧିକ୍ଷକ ଋଷିକେଶ ଖିଲାରି ଯୋଗଦାନ ଦେଇଥିବା ବେଳେ ଅଭ୍ୟର୍ଥନା କମିଟିର ସହଅଧ୍ୟକ୍ଷ ତଥା ବରେଣ୍ୟ ଅତିଥି  ଗୋପଲଜୀ ପାଣିଗ୍ରାହୀ ଯୋଗଦେଇ ବଲାଙ୍ଗୀର ର  ପରମ୍ପରା, କଳା, ସାହିତ୍ୟ,ସଂସ୍କୃତି ଉପରେ ତାଙ୍କର ବକ୍ତବ୍ୟ ପ୍ରଦାନ କରିଥିଲେ। ପ୍ରଥମ ଦିବସରେ କଳାକାର ଭାବେ ଚିତ୍ରଶିଳ୍ପୀ ବାସୁଦେବ ମେହେରଙ୍କୁ ସମ୍ମାନିତ କରିଥିବା ବେଳେ ଅତିଥି କଳାକାର ଉଗ୍ରସେନ ଷଡ଼ଙ୍ଗୀ  ମଞ୍ଚାସୀନ ଥିଲେ।ଲୋକାଉତ୍ସବ ଉପଲକ୍ଷେ ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ଅତିଥି ମାନଙ୍କ ଦ୍ଵାରା ସ୍ମରଣିକା ଉନ୍ମୋଚନ ହୋଇଥିଲା।ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମି ରଞ୍ଜନ ମିଶ୍ର ପ୍ରାରମ୍ଭିକ ଭାଷଣ ଦେଇଥିବା ବେଳେ ସ୍ମରଣିକା କମିଟିର ସହ ଅଧ୍ୟକ୍ଷ ସନ୍ଦୀପ କୁଅଁର ଅତିଥି ପରିଚୟ ପ୍ରଦାନ ସହ ମଞ୍ଚ ପରିଚାଳନା କରିଥିଲେ।

ଶେଷରେ ଅଭ୍ୟର୍ଥନା କମିଟି ର ସହ ଅଧ୍ୟକ୍ଷ ଗୋପାଲଜୀ ପାଣିଗ୍ରାହୀ ସମସ୍ତଙ୍କୁ ଧନ୍ୟବାଦ୍ ଦେଇଥିଲେ।ବିଳମ୍ବିତ ରାତ୍ରୀ ପର୍ଯ୍ୟନ୍ତ ଜିଲ୍ଲା, ରାଜ୍ୟ ତଥା ରାଜ୍ୟ ବାହାରରୁ ଆସିଥିବା ବିଭିନ୍ନ ସାଂସ୍କୃତିକ ଦଳ ଦ୍ବାରା ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like