-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||     

HOME   ଜିଲ୍ଲା

ପୋଲିସ ମହା ନିର୍ଦ୍ଦେଶକ ୱାଇ ବି ଖୁରାନିଆ ଙ୍କ ନୂଆପଡ଼ା ଗସ୍ତ, ମାଓବାଦୀ ଦମନ ଉପରେ ସାମ୍ବାଦିକ ସମ୍ମିଳନୀ

22-Jan-2025



ନୂଆପଡଡା(ପରମେଶ୍ୱର ମେହେର): ଆଜି ଓଡିଶା ପୋଲିସ ମହା ନିର୍ଦ୍ଦେଶକ ୱାଇ ବି ଖୁରାନିଆ ନୂଆପଡ଼ା ଜିଲ୍ଲା ଗସ୍ତରେ ଆସି ମାଓ ଦମନ ଅଭିଯାନ ସମ୍ପର୍କରେ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କରିବା ସହିତ ପୋଲିସ ଆରକ୍ଷୀ ଅଧିକ୍ଷକଙ୍କ କାର୍ଯ୍ୟାଳୟରେ ସାମ୍ବାଦିକ ସମ୍ମିଳନୀରେ ଯୋଗ ଦେଇଥିଲେ। ତାଙ୍କ ସହିତ ପୋଲିସ ଆଇ ଜି ଅପରେସନ ,ନୀତି ଶେଖର  , ନୂଆପଡ଼ା ପୋଲିସ ଆରକ୍ଷୀ ଅଧିକ୍ଷକ ଜି ଆର ରାଘବେନ୍ଦ୍ର ପ୍ରମୁଖ ଯୋଗ  ଦେଇଥିଲେ। ଡି ଜି ପି କହିଲେଯେ ନୂଆପଡ଼ା ଜିଲ୍ଲାସୀମା ଠାରୁ ୫ କିଲୋମିଟର ଦୂରତାରେ ଓଡ଼ିଶା ଛତିଶଗଡ଼ ସୀମାନ୍ତରେ ମିଳିତ ପୋଲିସ ବାହିନୀକୁ ମାଓ ଦମନ ଅଭିଯାନ ରେ ବଡ ସଫଳତା ମିଳିଛି। ଯବାନଙ୍କ ଏନକାଉଣ୍ଟର ରେ ୧୪ ଜଣ ନିହତ ମାଓବାଦୀଙ୍କ ଶବ ଏଯାଏଁ ଉଦ୍ଧାର ହେଇଛି l ନୂଆପଡ଼ା ଜିଲ୍ଲା ସୀମାନ୍ତ ଛତିଶଗଡ ଗରିଆବନ୍ଧ ଜିଲ୍ଲା ଅନ୍ତର୍ଗତ କୁଲାହାରିଘାଟର ଭାଲୁଡିଗି  ଜଙ୍ଗଲରେ ଏନକାଉଣ୍ଟର ବେଳେ ମାଓବାଦୀ ନିହତ ସଂଖ୍ୟା ବୃଦ୍ଧି ହେବା ନେଇ ସେ ଆଶା ପ୍ରକାଶ କରିଛନ୍ତି।  ଅପରେସନରେ ଓଡ଼ିଶା ଏସଓଜି , ଛତିଶଗଡ଼ କୋବ୍ରା ବାଟାଲିୟନ ଏବଂ ସି ଆର୍ ପି ଏଫ୍ ଏଭଳି ତିନି ପ୍ରକାର ଯବାନଙ୍କ ମିଳିତ ଦଳ ସାମିଲ ହୋଇଥିଲେ l  ଏହି ଅଭିଯାନରେ ରେ ଅତ୍ୟାଧୁନିକ ରଣନୀତି ବ୍ୟବହାର ହୋଇଛି । ଗତ ୧୯ ତାରିଖ ଦିନ ମାଓ ଓ ସୁରକ୍ଷା ବାହିନୀ ମଧ୍ୟରେ  ଗୁଳି ବିନିମୟ ବେଳେ ୨ ଜଣ ମହିଳା ମାଓବାଦୀଙ୍କର ମୃତ୍ୟୁ ହୋଇଥିଲା। ସର୍ଚ୍ଚ ଅପରେସନ ବେଳେ ୨୧ ତାରିଖ ଦିନ ଆଉ ୧୨ ଜଣ   ନିହତ ମାଓବାଦୀଙ୍କ ଶବ ଉଦ୍ଧାର ହେଇଛି lସେଥି ମଧ୍ୟରୁ ମାଓବାଦୀ ସଙ୍ଗଠନର କେନ୍ଦ୍ର କମିଟି ସଦସ୍ୟ ଚଲପତି ଓ ଅନ୍ୟଜଣେ ଓଡ଼ିଶା କମିଟି ମେମ୍ବର ଜୟରାମ ବୋଲି ଜଣା ପଡିଛି । ଏବେ ମଧ୍ୟ ସର୍ଚ୍ଚ ଅପରେସନ ଚାଲୁ ରହିଅଛି। ଆସନ୍ତା ଦିନରେ ନିହତ ମାଓ ସଂଖ୍ୟା ବୃଦ୍ଧି ହୋଇପାରେ ବୋଲି ପୋଲିସ ମହା ନିର୍ଦ୍ଦେଶକ ପ୍ରକାଶ କରିଛନ୍ତି। ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଅଭିଯାନରେ ଏସ ଓ ଜି ଙ୍କ ସଫଳତା ପାଇଁ  ଧନ୍ୟବାଦ ଜ୍ଞାପନ କରିବା ସହ ସେମାନଙ୍କ ବିଶେଷ ଆର୍ଥିକ ସହାୟତାକୁ ୮ ହଜାର ରୁ  ୨୫ ହଜାର କୁ ବୃଦ୍ଧି କରିଛନ୍ତି। ଗୃହ ମନ୍ତ୍ରୀ ଅମିତ ଶାହା ଙ୍କ ଦେଇଥିବା ପ୍ରତିଶ୍ରୁତି ଆସନ୍ତା ମାର୍ଚ୍ଚ ୨୦୨୬ ସୁଦ୍ଧା ମାଓବାଦ ଓ ନକ୍ସଲ ମୁକ୍ତ ଭାରତ ଗଠନର ଏହା ଏକ ସଫଳ ପ୍ରୟାସ ବୋଲି ଡି ଜି ପି ମତବ୍ୟକ୍ତ କରିଥିଲେ। ଏହି ଘଟଣା ପରେ ମାଓ ଗତିବିଧି ବୃଦ୍ଧି ହେବା ନେଇ ସୀମାନ୍ତ ଅଞ୍ଚଳ ରେ ଅଧିକ ସତର୍କତା ଅବଲମ୍ବନ ସହିତ ଅନେକ ପଦକ୍ଷେପ ଗ୍ରହଣ କରା ଯାଇଛି ବୋଲି ସାମ୍ବାଦିକ ସମ୍ମିଳନୀରେ ସେ ପ୍ରକାଶ କରିଛନ୍ତି। ଆଜି ସାମ୍ୱାଦିକ ସମ୍ମିଳନୀରେ ଜିଲ୍ଲାର ବିଭିନ୍ନ ଗଣ ମାଧ୍ୟମର ପ୍ରତିନିଧି ସହିତ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା ଯୋଗଦେଇଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026

You Might Also Like