-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଲୋକଉତ୍ସବର ତୃତୀୟସଂଧ୍ୟା.. ଲୋକମହୋତ୍ସବ ବଲାଙ୍ଗୀରର ଏକତା ଓ ବିକାଶକୁ ବଢାଇଛି-ବିଧାୟକ କଳିକେଶ

23-Jan-2025



ବଲାଙ୍ଗୀର(ପ୍ରେରଣା ଖବର): ଲୋକମହୋତ୍ସବ କେବଳ କଳାକାରମାନଙ୍କୁ ପ୍ରୋତ୍ସାହିତ କରୁନି ବରଂ ବଲାଙ୍ଗୀର ଲୋକ ଙ୍କ ଏକତାକୁ ବଢାଇଛି ଓ ବିକାଶରେ ସହାୟକ ହୋଇଛି ବୋଲି ବଲାଙ୍ଗୀର ଲୋକଉତ୍ସବ-୨୦୨୫ର ତୃତୀୟ ସଂଧ୍ୟାରେ ମୁଖ୍ୟଅତିଥି ଭାବରେ ଯୋଗଦେଇ ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ମତବ୍ୟକ୍ତ କରିଛନ୍ତି। ସେ ଆହୁରି କହିଛନ୍ତି ଯେ, ବଲାଙ୍ଗୀର ସହରରେ କୋସଳ କଳା ମଣ୍ଡଳ ପଡିଆ କଳା,ସାହିତ୍ୟ,ସଂସ୍କୃତିକୁ ପ୍ରୋତ୍ସାହିତ କରି ଆସିଛି। କେବଳ ସେତିକି ନୁହେଁ ବଲାଙ୍ଗୀରକୁ ଏକ ବିକଶିତ ଜିଲ୍ଲା କରିବାରେ ମଧ୍ୟ ସହାୟକ ହୋଇଛି।

ଲୋକମହୋତ୍ସବକୁ ଦଳମତ ନିର୍ବିଶେଷରେ ସମସ୍ତେ ମିଳିତ ଭାବରେ କରୁଥିବାରୁ ଏହା ଆମର ଏକତାକୁ ବଢାଉଛି ବୋଲି କଳିକେଶ କହିଛନ୍ତି। ଜିଲ୍ଲା ସଂସ୍କୃତି ପରିଷଦ ଓ ଲୋକଉତ୍ସବ ସମିତି ପକ୍ଷରୁ ଆୟୋଜିତ ମହୋତ୍ସବରେ ଅତିରିକ୍ତ ଜିଲ୍ଲାପାଳ ଡ.ବିଜୟକୁମାର ସେଠୀଙ୍କ ସଭାପତିତ୍ୱ ଓ ସ୍ୱେଚ୍ଛାସେବୀ ସୋମନାଥ ମିଶ୍ରଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ମୁଖ୍ୟଅତିଥି କଳିକେଶ ନାରାୟଣ ସିଂଦେଓ, ସମ୍ମାନୀତ ଅତିଥି ଭାବରେ ଜିଲ୍ଲାପରିଷଦର ସଭାପତି ଦେବକୀ ସାହୁ, ପୌରାଧ୍ୟକ୍ଷା ଲିକା ସାହୁ, କଳାହାଣ୍ଡି ଇସିଏଚଏସ ନିର୍ଦ୍ଦେଶକ କଲୋନେଲ ବିଶ୍ୱଜିତ ଦାସ, ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମୀ ରଂଜନ ମିଶ୍ର, ସଂସ୍କୃତିକ କମିଟିର ସହଅଧ୍ୟକ୍ଷା ଶ୍ରୀପଦା ଷଢଙ୍ଗୀ, କଳାକାର ଅତିଥି ଯୁଗଳକିଶୋର ସାହୁ ପ୍ରମୁଖ ମଞ୍ଚାସୀନ ଥିଲେ। ଶ୍ରୀପଦା ଷଢଙ୍ଗୀ ଅତିଥିପରିଚୟ ସହ ସ୍ୱାଗତ ଅଭିଭାଷଣ ଦେଇଥିଲେ। ଜିଲ୍ଲାପରିଷଦ ସଭାପତି ଦେବକୀ ସାହୁ ତାଙ୍କ ବକ୍ତବ୍ୟରେ ବଲାଙ୍ଗୀର ଲୋକଉତ୍ସବ ବନ୍ଦ ହେବାକୁ ବସିଥିବା ବେଳେ ଏହାକୁ କରାଇବାକୁ ବିଧାୟକ ଶ୍ରୀ ସିଂଦେଓ କରିଥିବା ଉଦ୍ୟମକୁ ପ୍ରଶଂସା କରିଥିଲେ ।

ପୌରାଧ୍ୟକ୍ଷା ଲିକା ସାହୁ ତାଙ୍କ ବକ୍ତବ୍ୟରେ ଲୋକମହୋତ୍ସବ ରେ ବିଭିନ୍ନ ପ୍ରାନ୍ତରୁ ଆସିଥିବା ସ୍ୱୟଂସହାୟିକା ଦଳଙ୍କ ହସ୍ତଶିଳ୍ପ ଓ ହସ୍ତତନ୍ତ ତଥା ଅନ୍ୟାନ୍ୟ ସାମଗ୍ରୀ ବିକ୍ରୀକରି ମହିଳାମାନେ ସ୍ୱାବଲମ୍ବୀ ହେଉଛନ୍ତି ବୋଲି କହିଥିଲେ। କଳା,ସାହିତ୍ୟ ଓ ସଂସ୍କୃତିର ମାଟିରେ କଳାକାରଙ୍କୁ ଆହୁରି ପ୍ରୋତ୍ସାହନ ଦରକାର ଓ ପୂର୍ବସରକାର ଅମଳରେ କରାଯାଇ ଥିବା କୋସଳ କଳା ମଣ୍ଡଳ ପଡିଆର ଉନ୍ନୟନ କାମ ବିଷୟରେ କହିଥିଲେ। ଏହି ଅବସରରେ ବର୍ଷିୟାନ କଳାକାର ଟିକେଲାଲ ବେହେରାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଶେଷରେ ମଞ୍ଚପରିଚାଳନା କମିଟିର ସହଅଧ୍ୟକ୍ଷ ପ୍ରହଲ୍ଲାଦ ଦର୍ଜି ଧନ୍ୟବାଦ ଅର୍ପଣ କରି ଥିଲେ। ବୁଧବାର ଦିନବେଳା ସକାଳ ୯ଟାରେ ଜୟଦେବ କଳା ସଂସଦ,ବଲାଙ୍ଗୀର ପକ୍ଷରୁ ଭକ୍ତି ସଂଗୀତ, ୧୦.୩୦ରେ ଲୋକ ନୃତ୍ୟ ଓ ସଂଗୀତ ପ୍ରତିଯୋଗୀତା,ସଂଧ୍ୟା ୫ଟାରେ ଆକାଶବାଣୀ କଳାକାରଙ୍କ ଦ୍ୱାରା ଲୋକସଂଗୀତ ବିଚିତ୍ରା ଓ ସାଂସ୍କୃତିକ ସଭା ପରେ ସାଂସ୍କୃତିକ ବିଚିତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like