-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||     

HOME   ଜିଲ୍ଲା

ସାହିତ୍ୟ ଏକାଡେମୀ ତରଫରୁ ନେତାଜୀଙ୍କ ଉପରେ ଆଧାରିତ ପୁସ୍ତକ ପ୍ରଦର୍ଶନୀ ପରିଦର୍ଶନ କଲେ ସଂସ୍କୃତି ବିଭାଗର ସଚିବ

23-Jan-2025



କଟକ*ପ୍ରେରଣା ଖପ୍ରାଖୋଲ):; ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୮ତମ ଜୟନ୍ତୀ ଅବସରରେ ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରାଳୟ ତରଫରୁ କଟକର ବାରବାଟୀ ଦୁର୍ଗଠାରେ ନେତାଜୀଙ୍କ ଉପରେ ସ୍ୱତନ୍ତ୍ର ପ୍ରଦର୍ଶନୀ ଆୟୋଜିତ ହୋଇଛି । ପରାକ୍ରମ ଦିବସ ଉପଲକ୍ଷେ ଆୟୋଜିତ ଏହି ପ୍ରଦର୍ଶନୀରେ ସାହିତ୍ୟ ଏକାଡେମୀ ପକ୍ଷରୁ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ସମ୍ପର୍କରେ ବିଭିନ୍ନ ଭାଷାରେ ରଚିତ ୧୪୨ଟି ପୁସ୍ତକ ପ୍ରଦର୍ଶିତ ହୋଇଛି । ଏଥି ସହିତ

ପ୍ରଦର୍ଶିତ ପୁସ୍ତକଗୁଡ଼ିକର ଗୁରୁତ୍ୱପୂର୍ଣ୍ଣ ଉଦ୍ଧୃତି ସମ୍ବଳିତ୨୪ଟି ସ୍ୱତନ୍ତ୍ର ପ୍ୟାନେଲ ଆକର୍ଷଣୀୟ ଢଙ୍ଗରେ ସଜାଯାଇଛି । ଏହି ପ୍ରଦର୍ଶନୀକୁ କେନ୍ଦ୍ର ସଂସ୍କୃତି ବିଭାଗର ସଚିବ ଅରୁଣିଶ ଚାୱଲା ପରିଦର୍ଶନ କରିଥିଲେ । ତାଙ୍କୁ ପରିଦର୍ଶନ କରାଇଥିଲେ ସାହିତ୍ୟ ଏକାଡେମୀର ସଚିବ ଡକ୍ଟର କେ. ଶ୍ରୀନିବାସରାଓ । ପ୍ରଦର୍ଶିତ ପ୍ୟାନେଲ୍ ଗୁଡ଼ିକରେ ସୁଭାଷ ବୋଷଙ୍କ ଜୀବନର ବିଭିନ୍ନ ପର୍ଯ୍ୟାୟ ସମ୍ପର୍କରେ ଉଲ୍ଲେଖ କରାଯାଇଛି, ଯେମିତିକି ଶିକ୍ଷା-ଦୀକ୍ଷା, ଭାରତୀୟ ରାଷ୍ଟ୍ରୀୟ କଂଗ୍ରେସରେ ଯୋଗଦାନ, ସଶସ୍ତ୍ର ବିପ୍ଳବର ସମର୍ଥନ, କଂଗ୍ରେସ ଅଧ୍ୟକ୍ଷ ଭାବରେ ଦାୟିତ୍ୱ ଗ୍ରହଣ, ଗାନ୍ଧୀ ଏବଂ ନେହରୁଙ୍କ ସହ ମତଭେଦ, ଆଜାଦ ହିନ୍ଦ ଫୌଜ ଗଠନ, ବ୍ରିଟିଶ୍ ମାନଙ୍କ ସହିତ ଯୁଦ୍ଧ ଇତ୍ୟାଦି । ଏଥିରୁ ଜାଣିହେଉଛି ଯେ ସୁଭାଷ ଚନ୍ଦ୍ର ବୋଷ କିଭଳି ବିରାଟ ଦେଶଭକ୍ତ, ବିଦ୍ୱାନ୍, ସଂର୍ଘଷକାରୀ ନେତା, ଦାର୍ଶନିକ ଏବଂ ଆଧ୍ୟାତ୍ମିକତା ପ୍ରତି ଗଭୀର ରୁଚି ରଖୁଥିବା ମହାନ ବ୍ୟକ୍ତିତ୍ୱ ଥିଲେ । କଟକ ସାଂସଦ ଭର୍ତ୍ତୃହରି ମହତାବ ଏବଂ ସାହିତ୍ୟ ଏକାଡେମୀର ଓଡ଼ିଆ ଉପଦେଷ୍ଟା ମଣ୍ଡଳୀର ପୂର୍ବତନ ଆବାହକ ଡକ୍ଟର ବିଜୟାନନ୍ଦ ସିଂହଙ୍କ ସହିତ ବହୁ ବିଶିଷ୍ଟ ବ୍ୟକ୍ତିବିଶେଷ ଏହି ପ୍ରଦର୍ଶନୀ ପରିଦର୍ଶନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026

You Might Also Like