-+91-9937148622 |
prerana_bgr@rediffmail.com |
Sunday 20th September 2026 |
R.N.I. Regd No. ODIODI/2010/46693
Breaking News
26-Jan-2025
ତୁଷୁରା- ତୁଷୁରା ଏନ୍ଏସି ଅନ୍ତର୍ଗତ ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ୭୬ତମ ସାଧାରଣତନ୍ତ୍ର ଦିବସ ମହା ସମାରୋହରେ ପାଳିତ ହୋଇ ଯାଇଛି। ମୁଖ୍ୟ ଅତିଥି ଭାବେ ପ୍ରଧାନ ଶିକ୍ଷକ ହେମନ୍ତ କୁମାର ଦାଶ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମବେତ ଛାତ୍ରଛାତ୍ରୀଙ୍କୁ ଉଦ୍ବୋଧନ ଦେଇଥିଲେ। ଏହି ଅବସରରେ ବିଦ୍ୟାଳୟ ର ପୂର୍ବଛାତ୍ର ବିପ୍ଲବ ଛତ୍ରିଆ ଜାତୀୟ କ୍ରିକେଟ ଦଳରେ ଖେଳିବା ପାଇଁ ଯୋଗ୍ୟ ବିବେଚିତ ହୋଇଥିବାରୁ ତାଙ୍କୁ ସମ୍ବର୍ଦ୍ଧିତ କରା ଯାଇଥିଲା। ମାର୍ଓ୍ବାଡି ମହିଳା ମଣ୍ଡଳ ର ସଦସ୍ୟାମାନେ ଉଷା କେଡିଆଙ୍କ ନେତୃତ୍ବରେ ଆସି ପିଲା ମାନଙ୍କୁ ମିଷ୍ଟାନ୍ନ ବଣ୍ଟନ କରିଥିଲେ। ସହକାରୀ ଶିକ୍ଷୟିତ୍ରୀ ରଞ୍ଜିତା ନାଗ ସଭା ସଞ୍ଚାଳନ କରିଥିଲେ ଓ ବିନ୍ଦୁ ମହାଣା ଧନ୍ୟବାଦ ଜ୍ଞାପନ କରିଥିଲେ। ପ୍ରଶାନ୍ତି ଦାସ ଓ ଆକାଂକ୍ଷା ରାଣୀ ଯୋଶୀ ସହଯୋଗ କରିଥିଲେ।