-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||     

HOME   ଜିଲ୍ଲା

ସାଧାରଣତନ୍ତ୍ର ଦିବସ ଅବସରରେ ଉତ୍ସବମୁଖର ବଲାଙ୍ଗୀର ସହର: ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ଏକାଦଶ ଓ ଜିଲ୍ଲା ପ୍ରଶାସନ ଏକାଦଶ ମଧ୍ୟରେ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ୍ ମ୍ୟାଚ 

26-Jan-2025



ବଲାଙ୍ଗୀର (ପ୍ରେରଣା ଖବର): ସାଧାରଣତନ୍ତ୍ର ଦିବସ ଅବସରରେ ଆଜି ଜିଲ୍ଲାର ବିଭିନ୍ନ ସ୍କୁଲ,କଲେଜ  ଓ ସମାଜିକ ଅନୁଷ୍ଠାନ ମାନଙ୍କରେ ସାଧାରଣତନ୍ତ୍ର ଦିବସ ପାଳନ ସହ ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା l

ଆଜି ସ୍ଥାନୀୟ ମନୋହରପୁର ପରେଡ୍  ପଡ଼ିଆ ଠାରେ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଛି l ଏଥିରେ ମୁଖ୍ୟ ଅତିଥିଭାବେ ବଲାଙ୍ଗୀର ଜିଲ୍ଲାପାଳ ଗୌରୱ ଶିବାଜୀ ଇଶଲୱାର୍ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ l ଏହି ଉତ୍ସବରେ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ l

   ୭୬ତମ ସାଧାରଣତନ୍ତ୍ର ଦିବସ ଅବସରରେ ଆଜି ସ୍ଥାନୀୟ ଗାନ୍ଧୀ ଷ୍ଟେଡିୟମ୍ ଠାରେ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ଏକାଦଶ ଓ ଜିଲ୍ଲା ପ୍ରଶାସନ ଏକାଦଶ ମଧ୍ୟରେ ଏକ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ ମ୍ୟାଚ୍ ଅନୁଷ୍ଠିତ ହୋଇଥିଲା। ଟସ୍ ଜିଣି ପ୍ରଥମେ ଜିଲ୍ଲା ଓକିଲ ସଂଘ ଏକାଦଶ ବେଟିଂ ଆରମ୍ଭ କରିଥିଲା । ନିର୍ଦ୍ଧାରିତ ୧୫ ଓଭରରେ ସମସ୍ତ ୱିକେଟ୍ ହରାଇ ଓକିଲ ସଂଘ ଏକାଦଶ ୫୨ରନ୍ କରିବାରେ ସକ୍ଷମ ହୋଇଥିଲା l ଏହାର ଜବାବରେ ଜିଲ୍ଲା ପ୍ରଶାସନ ଏକାଦଶ ପକ୍ଷରୁ ନିର୍ଦ୍ଧାରିତ ଓଭରରେ ତିନି ୱିକେଟ୍ ହରାଇ ୫୩ ରନ୍ କରି ଓକିଲ ସଂଘ ଏକାଦଶକୁ ୧ରନ୍ ରେ ପରାସ୍ତ କରିଥିଲେ । ଜିଲ୍ଲା ଓକିଲ ସଂଘ ପକ୍ଷରୁ ସଭାପତି ଅମରେଶ ତ୍ରିପାଠୀ ଅଧିନାୟକ ଦାୟିତ୍ୱ ତୁଲାଇ ଥିବା ବେଳେ ବଲାଙ୍ଗୀର ଜିଲ୍ଲାପାଳ ଗୌରୱ ଶିବାଜୀ ଇଶଲୱାର୍ ଙ୍କ ଅଧିନାୟକତ୍ୱରେ   ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମିରଞ୍ଜନ ମିଶ୍ର ଓ ଡି. ଆଇ.ପି.ଆର.ଓ  ସରୋଜ ସାହୁ  ଉତ୍ସାହଜନକ ଖେଳ ପ୍ରଦର୍ଶନ କରିଥିଲେ । 

ଅତିରିକ୍ତ ଜିଲ୍ଲାପାଳ ବିଜୟାନନ୍ଦ ସେଠୀ ଓ ଜିଲ୍ଲା କ୍ରୀଡା ଅଧିକାରୀ ପରlସର ବାଗ ଆଜିର କ୍ରିକେଟ୍ ମ୍ୟାଚ୍ ର ଧlରା ବିବରଣୀ ପ୍ରଦାନ କରିଥିଲେ l ଡିଷ୍ଟିକ୍ଟ ଏଥିଲେଟିକ୍ ଏସୋସିଏସନ୍ ର ସଭାପତି ଡ. ଶ୍ରୀକର ମିଶ୍ର ଏଥିରେ ଅତିଥି ଭାବରେ ଯୋଗ ଦେଇ ବିଜେତା ଜିଲ୍ଲା ପ୍ରଶାସନ ଏକାଦଶ

ଦଳକୁ ପୁରସ୍କୃତ କରିଥିଲେ l ମୁଖ୍ୟ ଅତିଥି ଭାବରେ ଜିଲ୍ଲାପାଳ ଗୌରୱ ଶିବାଜୀ ଇଶଲ ୱାର୍ ଯୋଗ ଦେଇ ରନରର୍ସଅଫ୍ ଦଳ ଜିଲ୍ଲା ଓକିଲ ସଂଘକୁ ପୁରସ୍କୃତ କରିଥିଲେ ।  ଖେଳକୁ ପରିଚାଳନା କରିବାରେ ଜିଲ୍ଲା କ୍ରୀଡା କାର୍ଯ୍ୟାଳୟ ଓ ଜିଲ୍ଲା ଓକିଲ ସଂଘ ର ସଭ୍ୟ ମାନେ ସହଯୋଗ କରିଥିଲେ l ଓକିଲ ସଂଘ ଏକାଦଶ  ତରଫରୁ ଆଶିଷ ଦର୍ଜି, ରାଜତ ବେଜ, ସୌମ୍ୟରଞ୍ଜନ ପଣ୍ଡା, ରାକେଶ ରଣା, ବିକ୍ରମ ଷଡଙ୍ଗୀ, ଶିବରାଜ ପତି, ସନ୍ଦୀପ ନାଗ, ପ୍ରବୀର ନାଏକ,ସୁବ୍ରତ ଦାସ, ରମାକାନ୍ତ ମିଶ୍ର, ହରିଶଙ୍କର ପଣ୍ଡା, ରମା ଥନାପତି,ସୁଶାନ୍ତ ବାଗ ପ୍ରମୁଖ କ୍ରିକେଟ ଖେଳିଥିଲେ।  ସଂଘ ର ସଭ୍ଯ ଜୟରାମ ମିଶ୍ର, ଅଙ୍କିତା ତ୍ରିପାଠୀ, ମମତା ସୁନା,ସବିତା ରାଣୀ ମିଶ୍ର ପ୍ରମୁଖ ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ l ଜିଲ୍ଲା ଓକିଲ ସଂଘର ବହୁ ସଭ୍ୟସଭ୍ୟ। ଓ ଜିଲ୍ଲା ପ୍ରଶାସନର କର୍ମଚାରୀ ମାନେ ଯୋଗ ଦେଇ ଖେଳକୁ ଉପଭୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026

You Might Also Like