-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

ଆଇଆଇଏମ୍ ସମ୍ବଲପୁର ପକ୍ଷରୁ ମହିଳା ଓ ଶିଶୁ କଲ୍ୟାଣ ସଶକ୍ତୀକରଣ ପାଇଁ ଓଡ଼ିଶା ସରକାରଙ୍କ ସହ ବୁଝାମଣାପତ ସ୍ୱାକ୍ଷରିତ*

30-Jan-2025



 

 

ଭୁବନେଶ୍ୱର/ ସମ୍ବଲପୁର: (ସଂଜୀବ ପାଣିଗ୍ରାହୀ)   ଉତ୍କର୍ଷ ଓଡ଼ିଶାର ସୁଭଦ୍ରା ସ୍କଲାର୍ସ କାର୍ଯ୍ୟକ୍ରମରେ ସହଯୋଗ ପାଇଁ ଦେଶର ଅନ୍ୟତମ ପ୍ରମୁଖ ମ୍ୟାନେଜମେଂଟ ଅନୁଷ୍ଠାନ ଆଇଆଇଏମ୍ ସମ୍ବଲପୁର ଓଡ଼ିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ (ଡବ୍ଲ୍ୟୁସିଡି) ସହ ବୁଝାମଣାପତ୍ର ସ୍ୱାକ୍ଷର କରିଛି। ରାଜ୍ୟରେ ପ୍ରମାଣ ଭିତିକ ହସ୍ତକ୍ଷେପ ଏବଂ ସହାୟତା ମାଧ୍ୟମରେ ମହିଳା ସଶକ୍ତୀକରଣ ଏବଂ ଶିଶୁ ଓ କିଶୋର କଲ୍ୟାଣରେ ଉନ୍ନତି ଆଣିବା ଉଦ୍ଦେଶ୍ୟରେ ଏହି ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି।
ଏହି ସହଯୋଗରେ ଆଇଆଇଏମ ସମ୍ବଲପୁର ମହିଳାଙ୍କ ନେତୃତ୍ୱାଧୀନ ଉଦ୍ୟୋଗ ଏବଂ ଆର୍ôଥକ ସାକ୍ଷରତା କାର୍ଯ୍ୟକ୍ରମକୁ ସମର୍ଥନ କରୁଥିବା ନୀତିଗତ ପଦକ୍ଷେପଗୁଡ଼ିକୁ ସୁଦୃଢ଼ କରିବା ପାଇଁ ଗବେଷଣା ଦକ୍ଷତା ଏବଂ ଶୈକ୍ଷିକ ଉତ୍କର୍ଷତାକୁ ଉପଯୋଗ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛି। ଏହାବ୍ୟତୀତ ଅନୁଷ୍ଠାନର ଅଧ୍ୟାପକମାନେ ସୁଭଦ୍ରା ଉପ-ଯୋଜନାକୁ କାର୍ଯ୍ୟକାରୀ ଓ କାର୍ଯ୍ୟକ୍ଷମ କରିବା ପାଇଁ ରଣନୀତିଗତ ଢାଞ୍ଚା ପ୍ରସ୍ତୁତ କରିବା ଏବଂ ବିକଶିତ କରିବା ସହିତ ନୀତି ମୂଲ୍ୟାଙ୍କନ ପାଇଁ ଗବେଷଣା କରିବେ।
ଏହି ଅବସରରେ ଆଇଆଇଏମ୍ ସମ୍ବଲପୁରର ନିର୍ଦ୍ଦେଶକ ପ୍ରଫେସର ମହାଦେବ ଜୟସ୍ୱାଲ କହିଛନ୍ତି ଯେ, “ସୁଭଦ୍ରା ଯୋଜନାର ଉଦ୍ଦେଶ୍ୟକୁ ଆଗକୁ ବଢ଼ାଇବାରେ ମହିଳା ଓ ଶିଶୁ ବିକାଶ ବିଭାଗ ସହ ହାତ ମିଳାଇ ଆମେ ଗର୍ବ ଅନୁଭବ କରୁଛୁ। ଓଡ଼ିଶାରେ ସ୍ଥାୟୀ ଅଭିବୃଦ୍ଧି ଏବଂ ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଦିଗରେ ଅନୁଷ୍ଠାନର ପ୍ରତିବଦ୍ଧତା ସହ ଏହି ପଦକ୍ଷେପ ଯୋଡ଼ି ହୋଇଛି। ଗବେଷଣା ଏବଂ ବୁଝାମଣା ସହ ଆମେ ପ୍ରଭାବଶାଳୀ ନୀତିଗତ ହସ୍ତକ୍ଷେପକୁ ପ୍ରୋତ୍ସାହିତ କରିବାକୁ ଲକ୍ଷ୍ୟ ରଖିଛୁ ଯାହା ଗୋଷ୍ଠୀର ଉନ୍ନତି କରିବ ଏବଂ ଦୀର୍ଘକାଳୀନ ସାମାଜିକ-ଅର୍ଥନୈତିକ ଲାଭ ସୃଷ୍ଟି କରିବ।”
ଏହି ବୁଝାମଣାପତ୍ର ଅଧୀନରେ ଆଇଆଇଏମ୍ ସମ୍ବଲପୁର ବିଭିନ୍ନ ପଦକ୍ଷେପ ଗ୍ରହଣ କରିବ:
- ସୁଭଦ୍ରା ଯୋଜନାର ପ୍ରଭାବ ମୂଲ୍ୟାଙ୍କନ ପାଇଁ ଗବେଷଣା ଏବଂ ବାସ୍ତବ ସମୟ ମୂଲ୍ୟାୟନ କରିବା ।
- ସୁଭଦ୍ରା ଯୋଜନାର ଉଦ୍ଦେଶ୍ୟକୁ ସଂଶୋଧନ କରିବା ଏବଂ ଏହାର ବିତରଣ ପ୍ରଣାଳୀକୁ ବୃଦ୍ଧି କରିବା ପାଇଁ ନୀତି ସୁପାରିସ ପ୍ରଦାନ କରିବ
- କାର୍ଯ୍ୟକ୍ରମ କାର୍ଯ୍ୟଦକ୍ଷତା ଏବଂ ହିତାଧିକାରୀଙ୍କ ଫଳାଫଳର ଅଗ୍ରଗତି ମାପିବା ପାଇଁ ନିରୀକ୍ଷଣ ଫ୍ରେମୱାର୍କ ବିକଶିତ କରିବ।
ସୂଚନାଯୋଗ୍ୟ ଯେ, ସୁଭଦ୍ରା ଯୋଜନା ଓଡ଼ିଶା ସରକାରଙ୍କ ଏକ ପ୍ରମୁଖ ପଦକ୍ଷେପ ଯାହାର ଉଦ୍ଦେଶ୍ୟ ହେଉଛି ମହିଳାମାନଙ୍କ ମଧ୍ୟରେ ଉଦ୍ୟମିତାକୁ ପ୍ରୋତ୍ସାହିତ କରିବା ଏବଂ ସାମଗ୍ରିକ ଶିଶୁ ବିକାଶ ସୁନିଶ୍ଚିତ କରିବା ଯାହା ଓଡ଼ିଶାର ଏକ କୋଟିରୁ ଅଧିକ ମହିଳାଙ୍କୁ ପ୍ରତ୍ୟକ୍ଷ ଆର୍ôଥକ ସହାୟତା ପ୍ରଦାନ କରିବାରେ ସହାୟକ ହେବ ବୋଲି ଆଶା କରାଯାଉଛି। ଏହି ସହଯୋଗିତା ମାଧ୍ୟମରେ ଆଇଆଇଏମ୍ ସମ୍ବଲପୁର ଗବେଷଣା, ରଣନୀତି ଏବଂ ନୀତି ଉଦ୍ଭାବନ କ୍ଷେତ୍ରରେ ନିଜର ଦକ୍ଷତା ପ୍ରଦାନ କରି ଓଡ଼ିଶାର ଅଭିବୃଦ୍ଧି ପାଇଁ ନିଜର ପ୍ରତିବଦ୍ଧତାକୁ ସୁଦୃଢ଼ କରିଛି।
ଏହି ସହଯୋଗ ଏକ ଅର୍ନ୍ତଭୁକ୍ତୀକରଣ ବିକାଶ ଏବଂ ମହିଳାଙ୍କ ନେତୃତ୍ୱାଧୀନ ଅର୍ଥନୈତିକ ପ୍ରଗତିରେ ଅନୁଷ୍ଠାନ ଏବଂ ସରକାରଙ୍କ ସାମୂହିକ ପ୍ରୟାସର ଏକ ଉଦାହରଣ । ଆଇଆଇଏମ୍ ସମ୍ବଲପୁର ପରିବର୍ତନର ଏକ ସ୍ତମ୍ଭ ଭାବରେ ଠିଆ ହୋଇଛି ଯାହା ଗୋଷ୍ଠୀକୁ ସଶକ୍ତ କରିବା ଏବଂ ପ୍ରଶାସନିକ ଢାଂଚାକୁ ସୁଦୃଢ଼ କରିବା ପାଇଁ ସହଯୋଗୀ ଯୋଗଦାନ ମାଧ୍ୟମରେ ପ୍ରଭାବଶାଳୀ ପରିବର୍ତନକୁ ପ୍ରୋତ୍ସାହିତ କରିବା ପାଇଁ ସମର୍ପିତ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like