-+91-9937148622 |

prerana_bgr@rediffmail.com |

  Friday 7th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||      ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   (06-Aug-2026)       ||      ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   (06-Aug-2026)       ||      କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   (06-Aug-2026)       ||      ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା    (06-Aug-2026)       ||      ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||      ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||     

HOME   ରାଜ୍ୟ

କଟକ ଖାନନଗରରେ ୧୨ ଏକର ଜମିରେ ନିର୍ମିତ ହେବ ଅତ୍ୟାଧୁନିକ ବସ୍‌ ଟର୍ମିନାଲ। ନେତାଜୀଙ୍କ ନାମରେ ନାମିତ ହେବ

13-Jan-2021



ଭୁବନେଶ୍ବର,(ପ୍ରେରଣା ଖବର ବ୍ୟୁରୋ) :କଟକର ଖାନନଗର ଠାରେ ନିର୍ମିତ ହେବ ଅତ୍ୟାଧୁନିକ ବସ୍‌ ଟର୍ମିନାଲ। ଏଥିରେ ଖର୍ଚ୍ଚ ହେବ ୬୫ କୋଟି ଟଙ୍କା। ମହାନ୍‌ ସଂଗ୍ରାମୀ ନେତାଜୀ ସୁଭାଷ ବୋଷଙ୍କ ନାମରେ ଏହି ଅତ୍ୟାଧୁନିକ ବସ୍‌ ଟର୍ମିନାଲକୁ ନାମିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବୈଠକରେ ଘୋଷଣା କରିଥିଲେ। ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମ ଅଧୀନରେ ଏହା କାର୍ଯ୍ୟକାରୀ କରାଯିବ।

ସୂଚନାଯୋଗ୍ୟ ଯେ ଆଗାମୀ ଜାନୁଆରୀ ୨୩ ତାରିଖ ଦିନ ନେତାଜୀଙ୍କ ଜୟନ୍ତୀ ପାଳନ କରାଯିବ ଏବଂ ଚଳିତ ବର୍ଷ ସମଗ୍ର ଦେଶ ନେତାଜୀଙ୍କର ୧୨୫ତମ ଜୟନ୍ତୀ ପାଳନ କରିବାକୁ ଯାଉଛି। ଆମ ସ୍ବାଧୀନତା ସଂଗ୍ରାମର ଅନ୍ୟତମ ସେନାପତି ଓ ମହାନ୍‌ ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷ କଟକ ଓଡିଆ ବଜାରରେ ଜନ୍ମଗ୍ରହଣ କରିଥିଲେ ଏବଂ କଟକରେ ବାଲ୍ୟ ଶିକ୍ଷା ଲାଭ କରିଥିଲେ।

      ବାଦାମବାଡି ବସ୍‌ଷ୍ଟାଣ୍ଡ ଜନଗହଳି ବୃଦ୍ଧି ସହିତ ସ୍ଥାନାଭାବ ଦୃଷ୍ଟିରୁ ଜନସାଧାରଣ ଓ ଯାତ୍ରୀ ଅସୁବିଧାର ସମ୍ମୁଖୀନ ହେଉଥିବାରୁ ଏହି ଅତ୍ୟାଧୁନିକ ବସ୍‌ ଟର୍ମିନାଲକୁ ଖାନନଗରରେ ପ୍ରତିଷ୍ଠା କରିବାପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ଅତ୍ୟାଧୁନିକ ବସ୍‌ ଟର୍ମିନାଲରେ ନେତାଜୀଙ୍କ ଜୀବନ ଓ ସଂଗ୍ରାମ ବିଷୟରେ ଜନସାଧାରଣଙ୍କୁ ଅବଗତ କରାଇବା ପାଇଁ ଏକ ସ୍ବତନ୍ତ୍ର Kiosk କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।  ଟର୍ମିନାଲର ବିଭିନ୍ନ ସ୍ଥାନରେ ନେତାଜୀଙ୍କ ଆଦର୍ଶ ଓ ଜୀବନୀ ସଂପର୍କରେ ପ୍ରଚାର ପ୍ରସାର ପାଇଁ ବିଭିନ୍ନ Motif ଓ painting ରଖାଯିବ।

     ଏହି ବସ୍‌ ଟର୍ମିନାଲରେ ଯାତ୍ରୀମାନଙ୍କର ସୁବିଧା ପାଇଁ ସମସ୍ତ ପ୍ରକାର ଅତ୍ୟାଧୁନିକ ବ୍ୟବସ୍ଥା ରହିବ। ଏଥିରେ ଏକ ବୃହତ ଟର୍ମିନାଲ ବିଲ୍‌ଡିଂ, ସାଧାରଣ ଯାତ୍ରୀବାହୀ ବସ୍‌ ପାଇଁ ସ୍ଥାନ (Regular Bus Bay), ସ୍ଥାନୀୟ ଓ ମୋ ବସ୍‌ ସେବା ପାଇଁ ସ୍ଥାନ, ଯାନ ମରାମତି ଓ ରକ୍ଷଣାବେକ୍ଷଣ ବ୍ଲକ୍‌, ଚାରି ଚକିଆ ଯାନ ଓ ଅଟୋ ପାଇଁ ସ୍ବତନ୍ତ୍ର ପାର୍କିଂ ବ୍ୟବସ୍ଥା କରାଯିବ।  ୧ ଲକ୍ଷ ୧୮ ହଜାର ବର୍ଗ ଫୁଟରେ ଏଥିପାଇଁ ୩ ମହଲା ବିଶିଷ୍ଟ ଟର୍ମିନାଲ ବିଲ୍‌ଡିଂ ନିର୍ମାଣ କରାଯାଇ ଏଥିରେ ଯାତ୍ରୀ ବିଶ୍ରାମସ୍ଥଳ, ଫୁଡ କୋର୍ଟ, Cloak Room, ଟିକେଟ ଗୃହ, ଇ-ଯାନ ଚାର୍ଜିଂ ପଏଣ୍ଟ, ଛାତ ଉପରେ ବର୍ଷା ଜଳ ସଂରକ୍ଷଣ ଏବଂ ସୌର ପ୍ୟାନେଲ ମଧ୍ୟ ରଖାଯିବ। ଏହି ଟର୍ମିନାଲରେ ଏକ ସମୟରେ ୧୮୦ଟି ବସ୍‌ ପାର୍କିଂର ବ୍ୟବସ୍ଥା ରହିବ। ଯାତ୍ରୀମାନଙ୍କ ସୁବିଧା ପାଇଁ Integrated Information Management system ମଧ୍ୟ ରହିବ।

ଏହି ନିର୍ମାଣ ପାଇଁ କଟରର ରିଂଗ୍‌ ରୋଡକୁ ଆଉ ଦୁଇ କିଲୋମିଟର ସଂପ୍ରସାରଣ କରିବା ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା।

ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ସଂଚାଳନା କରିଥିଲେ ।

ଏହି ବୈଠକରେ  ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ଗୃହ ବିଭାଗ ଅତିରିକ୍ତ ମୁଖ୍ୟଶାସନ ସଚିବ, ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ, ଅର୍ଥ ବିଭାଗର ପ୍ରମୁଖ ସଚିବ ଏବଂ କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର, କଟକ ଜିଲ୍ଲାପାଳ ପ୍ରମୁଖ ଉପସ୍ଥିତ ଥିଲେ । ପୂର୍ତ୍ତ ସଚିବ ଏହି ପ୍ରକଳ୍ପ ସଂପର୍କରେ ଉପସ୍ଥାପନା ରଖିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   06-Aug-2026
  ଜିଲ୍ଲା  
ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   06-Aug-2026
  ଜିଲ୍ଲା  
ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ   06-Aug-2026
  ଜିଲ୍ଲା  
ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   06-Aug-2026
  ଜିଲ୍ଲା  
ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   06-Aug-2026
ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   06-Aug-2026
  ଜିଲ୍ଲା  
ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   06-Aug-2026
  ଜିଲ୍ଲା  
କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   06-Aug-2026
  ଜିଲ୍ଲା  
ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା   06-Aug-2026
  ଜିଲ୍ଲା  
ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   06-Aug-2026
  ଜିଲ୍ଲା  
ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ   06-Aug-2026
  ଜିଲ୍ଲା  
ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   06-Aug-2026

You Might Also Like