-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      *ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   (31-Oct-2026)       ||      ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   (31-Oct-2026)       ||      ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   (31-Oct-2026)       ||     

HOME   ଜିଲ୍ଲା

ବିଶ୍ଵ କର୍କଟ ଦିବସ ଅବସରରେ କ୍ରାନ୍ତି ତରଫରୁ ଦେଶବାସୀଙ୍କୁ ଆହ୍ବାନ

05-Feb-2025



ବ୍ରହ୍ମପୁର: ବିଶ୍ବ କର୍କଟ ଦିବସ ଅବସରରେ  "ଆସ ମିଳିମିଶି ସଚେତନ କରିବା, କର୍କଟ ମୁକ୍ତ ଭାରତ ଗଠନ କରିବା" ଏହି ବାର୍ତ୍ତା ଦେଶବାସୀଙ୍କୁ ଆହ୍ବାନ ଦେବାପାଇଁ ବ୍ରହ୍ମପୁରର ଅଗ୍ରଣୀ ସାମାଜିକ ଅନୁଷ୍ଠାନ କ୍ରାନ୍ତି ଓ ବିଶାଖାପାଟଣା ସ୍ଥିତ ମହାତ୍ମାଗାନ୍ଧୀ କ୍ୟାନ୍ସର ହସପିଟାଲ ଓ ରିସର୍ଚ୍ଚ ସେଣ୍ଟର ଉଦ୍ୟମରେ ବ୍ରହ୍ମପୁର ସରକାରୀ ଶିଳ୍ପ ତାଲିମ କେନ୍ଦ୍ର ଖେଳ ପଡିଆ ଠାରେ କ୍ରାନ୍ତି ଅନୁଷ୍ଠାନର  କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ତଥା ମୁଖ କର୍କଟ ରୋଗୀ ଡ଼ ଦେବାନନ୍ଦ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ ସଚେତନତା କାର୍ଯ୍ୟକ୍ରମରେ ପୂର୍ବତନ ବିଧାୟକ ଡା ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ, ବିଇଏମସି ର ମେୟର ସଂଘମିତ୍ରା ଦଳେଇ,ପୂର୍ବତନ ଓଡ଼ିଶା କାଜୁ ନିଗମ ଅଧ୍ୟକ୍ଷ ସୁବାସ ମହାରଣା,ବିଶାଖାପାଟଣା ସ୍ଥିତ ମହାତ୍ମାଗାନ୍ଧୀ କ୍ୟାନ୍ସର ହସପିଟାଲ ଓ ରିସର୍ଚ୍ଚ ସେଣ୍ଟର ର ବରିଷ୍ଟ ରେଡିଆସାନ ଓଙ୍କୋଲଜୀ ଡ଼ାକ୍ତର କାହୁଁ ଚରଣ ପାତ୍ର,ବ୍ରହ୍ମପୁର ବରିଷ୍ଟ ମଧୁମେୟ ଡାକ୍ତର ସୁନିଲ କୋଟା, ଏମ .କେ.ସି.ଜି ମେଡିକାଲ କଲେଜ ଓ ହସପିଟାଲର ଯକ୍ଷ୍ମା ରୋଗ ବିଭାଗ ସହକାରୀ ପ୍ରଫେସର ଡାକ୍ତର ପ୍ରୀୟଜୀତ ଜେନା, ମହିଳା ସମାଜସେବୀ ମୀନା ଦ୍ୟାନ ସାମନ୍ତରାୟ, ସାମନ୍ତରାୟ ଏକାଡେମୀ ର ନିର୍ଦେଶକ ଦେବେଶ ସାମନ୍ତରାୟ ଓ ସରକାରୀ ଶିଳ୍ପ ତାଲିମ କେନ୍ଦ୍ର ଅଧକ୍ଷ ଇଁ ରଞ୍ଜନ କୁମାର ପରିଡ଼ାଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ସହ ବିଭିନ୍ନ ଗଣମାଧ୍ୟମ ବ୍ୟକ୍ତି ବିଶେଷ ଉପସ୍ଥିତ ରହି  ବିଶ୍ବ କର୍କଟ ଦିବସ ଅବସରରେ ଜନସାଧାରଣଙ୍କୁ କର୍କଟ ରୋଗର ଭୟାବହତା ବିଷୟରେ ଉପସ୍ଥିତ ଛାତ୍ରଛାତ୍ରୀ ମାନଙ୍କୁ ସଚେତନତା କରାଇଥିଲେ।କ୍ରାନ୍ତି ଅନୁଷ୍ଠାନର କାର୍ଯନିର୍ବାହୀ ନିର୍ଦ୍ଦେଶକ ଡ଼ ଦେବାନନ୍ଦ ଦାଶଙ୍କ ପ୍ରତ୍ୟକ୍ଷ ତତ୍ଵାବଧାନ ରେ ଉକ୍ତ ସଚେତନତା ସଭା ଓ ବିଶାଳ ପଦଯାତ୍ରାରେ ସେ ଜଣେ ମୁଖ କର୍କଟ ରୋଗୀ ହୋଇଥିବା ଯୋଗୁଁ ସେ ଲୋକମାନଙ୍କୁ କହିଥିଲେ କର୍କଟ ରୋଗ ପ୍ରତି ଜନସାଧାରଣଙ୍କ ମଧ୍ୟରେ  ସଠିକ୍ ସଚେତନ ନଥିବାରୁ , ଏହି ରୋଗରେ ପୀଡିତ ମୃତ୍ୟୁ ସୁନିଶ୍ଚିତ ବୋଲି ଭାବି ନିଅନ୍ତି ଏବଂ ପ୍ରତ୍ୟେକ ବର୍ଷ ଲକ୍ଷ ଲକ୍ଷ ଲୋକଙ୍କ ମୃତ୍ୟୁ ଘଟୁଛି। କର୍କଟ ରୋଗର ଚିକିତ୍ସା ବର୍ତମାନ ସମୟରେ ଅତ୍ୟନ୍ତ ସହଜ ଓ ଉପଯୁକ୍ତ ଚିକିତ୍ସା ମିଳିଲେ ଏଥିରୁ ରୋଗୀ ବଞ୍ଚି ପାରିବ।ସେ ଉପସ୍ଥିତି ସମସ୍ତଙ୍କୁ ନିବେଦନ କରି କହିଥିଲେ ଆସନ୍ତୁ ସମସ୍ତେ ମିଳମିଶି ସଚେତନ କରିବା ଓ ଭାରତକୁ କର୍କଟ ମୁଖରୁ ରକ୍ଷା କରିବା। ଉପସ୍ଥିତ ସମସ୍ତଙ୍କୁ ଶପଥ କରାଇ ତମାଖୁ ଛାଡ଼ନ୍ତୁ ଜୀବନ ବାଛନ୍ତୁ ଏହି ମନ୍ତ୍ର ସଂକଳ୍ପ କରାଇଥିଲେ। ଡ. ପାତ୍ର କର୍କଟ ରୋଗ ବିଷୟରେ ଆଲୋକପାତ କରାଇବା ସହ ଲୋକ ମାନେ କିପରି ସୁବିଧାରେ ଚିକିତ୍ସା କରି ପାରିବେ ସମସ୍ତ ଙ୍କୁ ଅବଗତ କରାଇଥିଲେ। ସମସ୍ତ ଅତିଥି ମାନେ ପତାକା ଦେଖାଇ ବିଶାଳ ପଦଯାତ୍ର କୁ ଶୁଭାରମ୍ଭ କରିଥିଲେ।ଏହି ବିଶାଳ ସମାରୋହ ଓ ଗଣ ପଦଯାତ୍ରାରେ ବିଭିନ୍ନ ସାମାଜିକ ଅନୁଷ୍ଠାନ, ସ୍ବେଛାସେବୀ ମାନଙ୍କ ସହ  ସାମନ୍ତରାୟ ଏକାଡେମୀ, ଆର୍ୟାନ ଗୁରୁକୂଳ, କେ.ସି. ପବ୍ଲିକ ସ୍କୁଲ, ଆଇ ଟି ଆଈ ବ୍ରହ୍ମପୁର, ଜ୍ଞାନ ବିକାଶ ଇଂଲିଶ ମିଡ଼ିୟମ ସ୍କୁଲ, ନାଳନ୍ଦା ହାୟର ସେକେଣ୍ଡାରୀ ସ୍କୁଲ, ସେଣ୍ଟ ଜାଭିୟର୍ସ ସ୍କୁଲ, ୟୁସିପି ଇଂଜିନିୟରିଂ ସ୍କୁଲ , ସିଦ୍ଧ  ଭୈରବୀ  ହାୟର ସେକେଣ୍ଡାରୀ ସ୍କୁଲ, ବ୍ରହ୍ମପୁର ପୋଲିସ ବାହିନୀ , ଆଇଏସଆରଡି ଓ ୱାନ ଷ୍ଟେପ ସେଣ୍ଟର ର କର୍ମକର୍ତ୍ତା ସହ ସମସ୍ତ ସ୍କୁଲର ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସହ ପ୍ରାୟ ୧୮୦୦ ଯୁବକ ଯୁବତୀ ଯୋଗଦେଇ ପଦଯାତ୍ରାରେ କର୍କଟ ରୋଗ ବିଷୟରେ ଲୋକମାନଙ୍କୁ ସଚେତନତା କରାଇଥିଲେ। ବ୍ରହ୍ମପୁର ସହର ର ଏସଡିପିଓ, ରିସର୍ଭ ଇନ୍ସପେକ୍ଟର,ଅନ୍ୟାନ୍ୟ ପୋଲିସ କର୍ମଚାରୀ, ସମସ୍ତ ଗଣ ମାଧ୍ୟମ ବ୍ୟକ୍ତି ବିଶେଷ ଉପସ୍ଥିତ ରହି ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ।
 ଏହି ବିଶାଳ ସମାରୋହ କାର୍ଯ୍ୟକ୍ରମକୁ କ୍ରାନ୍ତି ଅନୁଷ୍ଠାନର ଦେବରାଜ ରାଉତ, ନିର୍ମଳା ଦାଶ , ଅରୁଣ ପଟ୍ଟନାୟକ,ଚର୍ଚ୍ଚିକା ଦାଶ , ଚିନ୍ମୟାନନ୍ଦ ଦାଶ , ବି ସଂଜୟ ପାତ୍ର, ଆଶିଷ ବେହେରା, ଦିଲେଶ ରାଓ, ପୂର୍ଣ୍ଣ ଚନ୍ଦ୍ର ସାହୁ ଓ ମହାତ୍ମାଗାନ୍ଧୀ କ୍ୟାନ୍ସର ହସପିଟାଲ ଓ ରିସର୍ଚ୍ଚ ସେଣ୍ଟରର ଏ. ପ୍ରତାପ ରାଓ, ପି. ଆନନ୍ଦ ରାଓ ଓ ଗୌତମ , ଆଇ ଟି ଆଇ ର ରତିକାନ୍ତ ପରିଡ଼ା,ଟୁଟୁ ପାଢ଼ି ସମେତ ସମସ୍ତ ଟିଓ ଓ ଏ ଟି ଓ,କ୍ରାନ୍ତି ଅନୁଷ୍ଠାନର ସମସ୍ତ ସଦସ୍ୟ ଉପସ୍ଥିତି ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।ଶେଷରେ ଡ଼ଃ ଦେବାନନ୍ଦ ଦାଶ ସମସ୍ତଙ୍କୁ ସହଯୋଗ ପାଇଁ ହୃଦୟରୁ ଧନ୍ୟବାଦ ଦେଇଥିଲେ।

(କୈଳାଶ ଚନ୍ଦ୍ର ଚୌଧୁରୀ)


News Comment




Photo in News

Advertisment
Lastest News
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026
  ଜିଲ୍ଲା  
କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ   01-Nov-2026
  ଜିଲ୍ଲା  
ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   01-Nov-2026
  ଜିଲ୍ଲା  
ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ   01-Nov-2026
  ଜିଲ୍ଲା  
ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ   01-Nov-2026
  ଜିଲ୍ଲା  
ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   01-Nov-2026
  ଜିଲ୍ଲା  
ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   01-Nov-2026
  ଜିଲ୍ଲା  
ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Nov-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   31-Oct-2026
  ଜିଲ୍ଲା  
ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    31-Oct-2026

You Might Also Like