-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ବିଶ୍ଵ କର୍କଟ ଦିବସ ଅବସରରେ କ୍ରାନ୍ତି ତରଫରୁ ଦେଶବାସୀଙ୍କୁ ଆହ୍ବାନ

05-Feb-2025



ବ୍ରହ୍ମପୁର: ବିଶ୍ବ କର୍କଟ ଦିବସ ଅବସରରେ  "ଆସ ମିଳିମିଶି ସଚେତନ କରିବା, କର୍କଟ ମୁକ୍ତ ଭାରତ ଗଠନ କରିବା" ଏହି ବାର୍ତ୍ତା ଦେଶବାସୀଙ୍କୁ ଆହ୍ବାନ ଦେବାପାଇଁ ବ୍ରହ୍ମପୁରର ଅଗ୍ରଣୀ ସାମାଜିକ ଅନୁଷ୍ଠାନ କ୍ରାନ୍ତି ଓ ବିଶାଖାପାଟଣା ସ୍ଥିତ ମହାତ୍ମାଗାନ୍ଧୀ କ୍ୟାନ୍ସର ହସପିଟାଲ ଓ ରିସର୍ଚ୍ଚ ସେଣ୍ଟର ଉଦ୍ୟମରେ ବ୍ରହ୍ମପୁର ସରକାରୀ ଶିଳ୍ପ ତାଲିମ କେନ୍ଦ୍ର ଖେଳ ପଡିଆ ଠାରେ କ୍ରାନ୍ତି ଅନୁଷ୍ଠାନର  କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ତଥା ମୁଖ କର୍କଟ ରୋଗୀ ଡ଼ ଦେବାନନ୍ଦ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ ସଚେତନତା କାର୍ଯ୍ୟକ୍ରମରେ ପୂର୍ବତନ ବିଧାୟକ ଡା ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ, ବିଇଏମସି ର ମେୟର ସଂଘମିତ୍ରା ଦଳେଇ,ପୂର୍ବତନ ଓଡ଼ିଶା କାଜୁ ନିଗମ ଅଧ୍ୟକ୍ଷ ସୁବାସ ମହାରଣା,ବିଶାଖାପାଟଣା ସ୍ଥିତ ମହାତ୍ମାଗାନ୍ଧୀ କ୍ୟାନ୍ସର ହସପିଟାଲ ଓ ରିସର୍ଚ୍ଚ ସେଣ୍ଟର ର ବରିଷ୍ଟ ରେଡିଆସାନ ଓଙ୍କୋଲଜୀ ଡ଼ାକ୍ତର କାହୁଁ ଚରଣ ପାତ୍ର,ବ୍ରହ୍ମପୁର ବରିଷ୍ଟ ମଧୁମେୟ ଡାକ୍ତର ସୁନିଲ କୋଟା, ଏମ .କେ.ସି.ଜି ମେଡିକାଲ କଲେଜ ଓ ହସପିଟାଲର ଯକ୍ଷ୍ମା ରୋଗ ବିଭାଗ ସହକାରୀ ପ୍ରଫେସର ଡାକ୍ତର ପ୍ରୀୟଜୀତ ଜେନା, ମହିଳା ସମାଜସେବୀ ମୀନା ଦ୍ୟାନ ସାମନ୍ତରାୟ, ସାମନ୍ତରାୟ ଏକାଡେମୀ ର ନିର୍ଦେଶକ ଦେବେଶ ସାମନ୍ତରାୟ ଓ ସରକାରୀ ଶିଳ୍ପ ତାଲିମ କେନ୍ଦ୍ର ଅଧକ୍ଷ ଇଁ ରଞ୍ଜନ କୁମାର ପରିଡ଼ାଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ସହ ବିଭିନ୍ନ ଗଣମାଧ୍ୟମ ବ୍ୟକ୍ତି ବିଶେଷ ଉପସ୍ଥିତ ରହି  ବିଶ୍ବ କର୍କଟ ଦିବସ ଅବସରରେ ଜନସାଧାରଣଙ୍କୁ କର୍କଟ ରୋଗର ଭୟାବହତା ବିଷୟରେ ଉପସ୍ଥିତ ଛାତ୍ରଛାତ୍ରୀ ମାନଙ୍କୁ ସଚେତନତା କରାଇଥିଲେ।କ୍ରାନ୍ତି ଅନୁଷ୍ଠାନର କାର୍ଯନିର୍ବାହୀ ନିର୍ଦ୍ଦେଶକ ଡ଼ ଦେବାନନ୍ଦ ଦାଶଙ୍କ ପ୍ରତ୍ୟକ୍ଷ ତତ୍ଵାବଧାନ ରେ ଉକ୍ତ ସଚେତନତା ସଭା ଓ ବିଶାଳ ପଦଯାତ୍ରାରେ ସେ ଜଣେ ମୁଖ କର୍କଟ ରୋଗୀ ହୋଇଥିବା ଯୋଗୁଁ ସେ ଲୋକମାନଙ୍କୁ କହିଥିଲେ କର୍କଟ ରୋଗ ପ୍ରତି ଜନସାଧାରଣଙ୍କ ମଧ୍ୟରେ  ସଠିକ୍ ସଚେତନ ନଥିବାରୁ , ଏହି ରୋଗରେ ପୀଡିତ ମୃତ୍ୟୁ ସୁନିଶ୍ଚିତ ବୋଲି ଭାବି ନିଅନ୍ତି ଏବଂ ପ୍ରତ୍ୟେକ ବର୍ଷ ଲକ୍ଷ ଲକ୍ଷ ଲୋକଙ୍କ ମୃତ୍ୟୁ ଘଟୁଛି। କର୍କଟ ରୋଗର ଚିକିତ୍ସା ବର୍ତମାନ ସମୟରେ ଅତ୍ୟନ୍ତ ସହଜ ଓ ଉପଯୁକ୍ତ ଚିକିତ୍ସା ମିଳିଲେ ଏଥିରୁ ରୋଗୀ ବଞ୍ଚି ପାରିବ।ସେ ଉପସ୍ଥିତି ସମସ୍ତଙ୍କୁ ନିବେଦନ କରି କହିଥିଲେ ଆସନ୍ତୁ ସମସ୍ତେ ମିଳମିଶି ସଚେତନ କରିବା ଓ ଭାରତକୁ କର୍କଟ ମୁଖରୁ ରକ୍ଷା କରିବା। ଉପସ୍ଥିତ ସମସ୍ତଙ୍କୁ ଶପଥ କରାଇ ତମାଖୁ ଛାଡ଼ନ୍ତୁ ଜୀବନ ବାଛନ୍ତୁ ଏହି ମନ୍ତ୍ର ସଂକଳ୍ପ କରାଇଥିଲେ। ଡ. ପାତ୍ର କର୍କଟ ରୋଗ ବିଷୟରେ ଆଲୋକପାତ କରାଇବା ସହ ଲୋକ ମାନେ କିପରି ସୁବିଧାରେ ଚିକିତ୍ସା କରି ପାରିବେ ସମସ୍ତ ଙ୍କୁ ଅବଗତ କରାଇଥିଲେ। ସମସ୍ତ ଅତିଥି ମାନେ ପତାକା ଦେଖାଇ ବିଶାଳ ପଦଯାତ୍ର କୁ ଶୁଭାରମ୍ଭ କରିଥିଲେ।ଏହି ବିଶାଳ ସମାରୋହ ଓ ଗଣ ପଦଯାତ୍ରାରେ ବିଭିନ୍ନ ସାମାଜିକ ଅନୁଷ୍ଠାନ, ସ୍ବେଛାସେବୀ ମାନଙ୍କ ସହ  ସାମନ୍ତରାୟ ଏକାଡେମୀ, ଆର୍ୟାନ ଗୁରୁକୂଳ, କେ.ସି. ପବ୍ଲିକ ସ୍କୁଲ, ଆଇ ଟି ଆଈ ବ୍ରହ୍ମପୁର, ଜ୍ଞାନ ବିକାଶ ଇଂଲିଶ ମିଡ଼ିୟମ ସ୍କୁଲ, ନାଳନ୍ଦା ହାୟର ସେକେଣ୍ଡାରୀ ସ୍କୁଲ, ସେଣ୍ଟ ଜାଭିୟର୍ସ ସ୍କୁଲ, ୟୁସିପି ଇଂଜିନିୟରିଂ ସ୍କୁଲ , ସିଦ୍ଧ  ଭୈରବୀ  ହାୟର ସେକେଣ୍ଡାରୀ ସ୍କୁଲ, ବ୍ରହ୍ମପୁର ପୋଲିସ ବାହିନୀ , ଆଇଏସଆରଡି ଓ ୱାନ ଷ୍ଟେପ ସେଣ୍ଟର ର କର୍ମକର୍ତ୍ତା ସହ ସମସ୍ତ ସ୍କୁଲର ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସହ ପ୍ରାୟ ୧୮୦୦ ଯୁବକ ଯୁବତୀ ଯୋଗଦେଇ ପଦଯାତ୍ରାରେ କର୍କଟ ରୋଗ ବିଷୟରେ ଲୋକମାନଙ୍କୁ ସଚେତନତା କରାଇଥିଲେ। ବ୍ରହ୍ମପୁର ସହର ର ଏସଡିପିଓ, ରିସର୍ଭ ଇନ୍ସପେକ୍ଟର,ଅନ୍ୟାନ୍ୟ ପୋଲିସ କର୍ମଚାରୀ, ସମସ୍ତ ଗଣ ମାଧ୍ୟମ ବ୍ୟକ୍ତି ବିଶେଷ ଉପସ୍ଥିତ ରହି ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ।
 ଏହି ବିଶାଳ ସମାରୋହ କାର୍ଯ୍ୟକ୍ରମକୁ କ୍ରାନ୍ତି ଅନୁଷ୍ଠାନର ଦେବରାଜ ରାଉତ, ନିର୍ମଳା ଦାଶ , ଅରୁଣ ପଟ୍ଟନାୟକ,ଚର୍ଚ୍ଚିକା ଦାଶ , ଚିନ୍ମୟାନନ୍ଦ ଦାଶ , ବି ସଂଜୟ ପାତ୍ର, ଆଶିଷ ବେହେରା, ଦିଲେଶ ରାଓ, ପୂର୍ଣ୍ଣ ଚନ୍ଦ୍ର ସାହୁ ଓ ମହାତ୍ମାଗାନ୍ଧୀ କ୍ୟାନ୍ସର ହସପିଟାଲ ଓ ରିସର୍ଚ୍ଚ ସେଣ୍ଟରର ଏ. ପ୍ରତାପ ରାଓ, ପି. ଆନନ୍ଦ ରାଓ ଓ ଗୌତମ , ଆଇ ଟି ଆଇ ର ରତିକାନ୍ତ ପରିଡ଼ା,ଟୁଟୁ ପାଢ଼ି ସମେତ ସମସ୍ତ ଟିଓ ଓ ଏ ଟି ଓ,କ୍ରାନ୍ତି ଅନୁଷ୍ଠାନର ସମସ୍ତ ସଦସ୍ୟ ଉପସ୍ଥିତି ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।ଶେଷରେ ଡ଼ଃ ଦେବାନନ୍ଦ ଦାଶ ସମସ୍ତଙ୍କୁ ସହଯୋଗ ପାଇଁ ହୃଦୟରୁ ଧନ୍ୟବାଦ ଦେଇଥିଲେ।

(କୈଳାଶ ଚନ୍ଦ୍ର ଚୌଧୁରୀ)


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like