-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||     

HOME   ଜିଲ୍ଲା

ଆଭାସୀ ଜରିଆରେ ବିକଶିତ ଗାଁ ବିକଶିତ ଓଡ଼ିଶା ଯୋଜନାର ଶୁଭାରମ୍ଭ କୁ ଦେଖିଲେ କଣ୍ଟାମାଳବାସୀ ଗ୍ରାମାଞ୍ଚଳର ବିକାଶରେ ରାଜନୀତିର ଆବଶ୍ୟକତା ନାହିଁ : ମୁଖ୍ୟମନ୍ତ୍ରୀ

05-Feb-2025



ଗତ ୨୪ବର୍ଷ ଶାସନରେ ଯେଉଁ କାମ ହୋଇପାରିନାହିଁ ତାକୁ ତ୍ୱରାନ୍ୱିତ କରିବ ଭାଜପା ସରକାର : ମୁଖ୍ୟମନ୍ତ୍ରୀ 

କଣ୍ଟାମାଳ(ଜୟ କୁମାର ମହାରଣା):  ଓଡିଶାରେ ଗ୍ରାମାଞ୍ଚଳର ବିକାଶ ରାସ୍ତାରେ ରାଜନୀତିର ଆବଶ୍ୟକତା ନାହିଁ,ଏହି ବିକାଶ ପ୍ରକ୍ରିୟାରେ ସମସ୍ତେ ଯୋଡି ହେବାକୁ ଆଜି ଖୋର୍ଦ୍ଧା ଜିଲ୍ଲାର ଜଙ୍କିଆ ମିନି ଷ୍ଟାଡିଅମ ରେ ଆୟୋଜିତ ‘ବିକଶିତ ଗାଁ ବିକଶିତ ଓଡିଶା’ ଯୋଜନାର ଶୁଭାରମ୍ଭରେ ଯୋଗଦେଇ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିଜ ଅଭିଭାଷଣ ରେ କହିଥିଲେ  l ସେ ଆହୁରି ମଧ୍ୟ କହିଥିଲେ ଯେ ଆମ ଓଡିଶା ନବୀନ ଓଡିଶା ନାଆଁରେ ଲୋକଙ୍କୁ ଭୁଆଁ ବୁଲାଇବା, ୫-ଟି ନାଆଁରେ ଭୋଟ ବ୍ୟାଙ୍କର ଅସ୍ତ୍ର କରିବା ସହ ଅର୍ଥର ସଦ ବିନିଯୋଗ ନ ହେବା,କାଳିଆ ଯୋଜନାରେ ଚାଷୀଙ୍କ ଆର୍ଥିଜ ସ୍ଥିତିର ଉନ୍ନତି ପରିବର୍ତ୍ତେ  ଚାଷୀଙ୍କ ଋଣ ବୋଝ ବଢ଼ାଯାଇଛି,ନିର୍ବାଚନ ଆସିଲେ ନୁଆଁ ନୁଆଁ ଯୋଜନା ର ଶୁଭାରମ୍ଭ ହୁଏ, ନିର୍ବାଚନ ସରିଗଲେ ସେହି ଯୋଜନା ଯୋଜନାରେ ରହିଯାଏ ଏବଂ ଗତ ୨୪ବର୍ଷ ଶାସନ କାଳରେ ଯେଉଁ କାମ ହୋଇପାରି ନାହିଁ ତାହାକୁ ତ୍ୱରାନ୍ୱିତ କରିବ ଭାଜପା ସରକାର ବୋଲି  କହିଥିଲେ  l 

 ଏହି ଯୋଜନାର ଶୁଭ ଉଦ୍ଘାଟନ କାର୍ଯ୍ୟକ୍ରମର ସିଧାପ୍ରସାରଣକୁ ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ସଦର ହାଇସ୍କୁଲ ପଡିଆରେ ବ୍ଲକ ପ୍ରଶାସନ ପକ୍ଷରୁ ଆୟୋଜିତ ଏଲଇଡ଼ି ସ୍କ୍ରିନ ରେ ଆଭାସୀ ଜରିଆରେ ଦେଖିଥିଲେ କଣ୍ଟାମାଳବାସୀ l  କଣ୍ଟାମାଳ ବିଡ଼ିଓ ସାମି ଜୟଶ୍ରୀ ରେଡ୍ଡୀ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉକ୍ତ ଉଦ୍ଘାଟନୀ କାର୍ଯ୍ୟକ୍ରମ ରେ କଣ୍ଟାମାଳ ବିଧାୟକ କହ୍ନେଇ ଚରଣ ଡାଙ୍ଗ ମୁଖ୍ୟଅତିଥି ଓ ସମ୍ମାନୀତ ଅତିଥିଭାବେ ଜିଲ୍ଲାପରିଷଦ ଉପାଧ୍ୟାକ୍ଷ ଶଙ୍କର୍ଷଣ ପ୍ରଧାନ, କଣ୍ଟାମାଳ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ସସ୍ମିତା ସେନାପତି, ଉପାଧ୍ୟକ୍ଷ ମହେନ୍ଦ୍ର ରଣା, ଜିଲ୍ଲାପରିଷଦ ସଦସ୍ୟା ପଦ୍ମାଳୟା ପ୍ରଧାନ, ସିଡିପିଓ କଣ୍ଟାମାଳ ସମେତ ବିଜେପିର କର୍ମକର୍ତ୍ତା, ବ୍ଲକ ର ସହକାରୀ ନିର୍ବାହୀ ଯନ୍ତ୍ରୀ, ସମସ୍ତ କନିଷ୍ଠ ଯନ୍ତ୍ରୀ, ପିଇଓ, ସରପଞ୍ଚ, ସମିତିସଭ୍ୟ, ବୁଦ୍ଧିଜୀବୀ ଆଦି ଯୋଗଦେଇ ଆଭାସୀ ଜରିଆରେ ଓଡିଶା ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝିଙ୍କ କରକମଳରେ ହୋଇଥିବା ବିକଶିତ ଗାଁ ବିକଶିତ ଓଡିଶା ଯୋଜନାର ଶୁଭ ଉଦଘାଟନ ଦେଖିଥିଲେ l  ଉଦ୍ଘାଟନୀ ସମାରୋହରେ ଅନ୍ୟମାନଙ୍କ ମଧ୍ୟରେ 
ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ବିଭାଗ ମନ୍ତ୍ରୀ ରବିନାରାୟଣ ନାୟକ ,ଏକାମ୍ର ବିଧାୟକ ବାବୁ ସିଂହ,ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦେବ,ଖୋର୍ଦ୍ଧା ଜିଲ୍ଲାପରିଷଦ ସଭାପତି ରୂପଶ୍ରୀ ରାଣୀ ଗୁମାନସିଂହ ପ୍ରମୁଖ ଯୋଗଦେଇ ୫ବର୍ଷିଆ ଏହି ଯୋଜନା ରେ ଗ୍ରାମାଞ୍ଚଳର ମୌଳିକ ଭିତିଭୂମି ବିକାଶ ସହ ଗ୍ରାମୀଣ ଯୋଗାଯୋଗ ବ୍ୟବସ୍ଥାର ସୁଦୃଢ଼ୀକାରଣ, ବସବାସ କରୁଥିବା ଅନୁନ୍ନତ ଜନଜାତି ସମୁଦାୟ ଅଂଚଳକୁ ଗ୍ରାମ୍ୟ

ସଡ଼କ ଯୋଜନା, କ୍ଷୁଦ୍ର ପର୍ଯ୍ୟଟନ ସ୍ଥଳୀର ବିକାଶ ଓ ଉନ୍ନତିକାରଣ, ଶିକ୍ଷା ଓ କ୍ରୀଡା ଭିତ୍ତିଭୂମିର ସମ୍ପ୍ରସାରଣ ଓ ଆଧୁନିକିକରଣ, ନୂତନ ଅଭିନଵ ଜନମଙ୍ଗଳକାରି ବହୁମୁଖୀ ପ୍ରକଳ୍ପର ନିର୍ମାଣ ଓ କାର୍ଯ୍ୟାନ୍ୱୟନ କ୍ଷେତ୍ରରେ ୫ବର୍ଷ ମଧ୍ୟରେ ୫ହଜାର କୋଟି ଟଙ୍କାର ବ୍ୟୟବରାଦ ସମ୍ପର୍କରେ କହିବା ସହ ୨୪ବର୍ଷର ବିଜେଡି ସରକାର ର ବିଫଳତା ସମ୍ପର୍କରେ ବକ୍ତବ୍ୟ ରଖିଥିଲେ  l  ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ବିଭାଗ ନିର୍ଦେଶକ ଜ୍ୟୋତି ପ୍ରକାଶ ଦାସ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଖୋର୍ଦ୍ଧା ଜିଲ୍ଲାପାଳ ଚଞ୍ଚଳ ରଣା ସଭା ପରିଚାଳନା ଓ ଧନ୍ୟବାଦ ଦେଇଥିଲେ   l


News Comment




Photo in News

Advertisment
Lastest News
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026

You Might Also Like