-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||     

HOME   ଜିଲ୍ଲା

ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ଜନିତ ପରିସ୍ଥିତିର ସଫଳ ମୁକାବିଲା ନିମନ୍ତେ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି ବୈଠକ-

11-Feb-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ) ଜିଲ୍ଲାରେ ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ଜନିତ ପରିସ୍ଥିତିର ମୁକାବିଲା ନିମନ୍ତେ ବିଭିନ୍ନ ବିଭାଗ ପକ୍ଷରୁ ଗ୍ରହଣ କରାଯାଉଥିବା ସତର୍କତା ମୂଳକ ପଦକ୍ଷେପ ସଂପର୍କିତ ଏକ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି ବୈଠକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ  ସମ୍ମିଳନୀ କକ୍ଷଠାରେ ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।  ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ଜନିତ ପରିସ୍ଥିତିର ମୁକାବିଲା ନିମନ୍ତେ ବିଭାଗୀୟ ଅଧିକାରୀମାନେ ସଜାଗ ଓ ତତ୍ପର ରହିବା ସହିତ କ୍ଷେତ୍ର କର୍ମଚାରୀ ଓ ଅଧିକାରୀ ମାନଙ୍କୁ ଏ ସଂପର୍କରେ ସୂଚୀତ କରିବା ପାଇଁ ଜିଲ୍ଲାପାଳ ଶ୍ରୀମତୀ ଦାସ ନିର୍ଦ୍ଦେଶ ଦେବା ସହ ଜିଲ୍ଲାରେ ଅଂଶୁଘାତ ଜନିତ ମୃତ୍ୟୁସଂଖ୍ୟାକୁ ଜିରୋ କରିବା ନିମନ୍ତେ ସମସ୍ତେ ଯତ୍ନବାନ ହେବାକୁ ପରାମର୍ଶ ଦେଇଛନ୍ତି । ମୁଖ୍ୟତଃ ଜଳ କ୍ଳିଷ୍ଟ ଅଞ୍ଚଳଗୁଡିକୁ ଚିହ୍ନଟ କରି ପାନୀୟ ଜଳର ସୁବନ୍ଦୋବସ୍ତ କରିବା, ପାନୀୟ ଜଳର ସମସ୍ୟା ସଂପର୍କରେ ଅଭିଯୋଗ ପାଇବା ମାତ୍ରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ସମସ୍ୟାର ସମାଧାନ କରିବାକୁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ  ନିର୍ଦ୍ଦେଶ ଦିଆଯାଇଛି। ତୃଣମୂଳ ସ୍ତରରେ ପି ଆର ଆଇ ମେମ୍ବର, ଗ୍ରାମ୍ୟ ସ୍ତରୀୟ ପାନୀୟ ଜଳ ଓ ପରିମଳ ପରିଚାଳନା କମିଟି ସହିତ ବୈଠକ କରି ଆବଶ୍ୟକ ପାନୀୟ ଜଳ ପରିଚାଳନା ଉପରେ ବିଡ଼ିଓ ଏବଂ ଆର ଡବ୍ଲୁ ଏସ ଏସ ଅଧିକାରୀ ପଦକ୍ଷେପ ନେବାକୁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି । ୨୪ x ୭ ଘଣ୍ଟା ହିସାବରେ ନିରବଚ୍ଛିନ୍ନ  ବିଦ୍ୟୁତ୍ ସରବରାହ  ପାଇଁ  ବିଦ୍ୟୁତ  ବିଭାଗ ଯତ୍ନବାନ ହେବା ସହ ସ୍ୱାସ୍ଥ୍ୟ କେନ୍ଦ୍ର ତଥା ପାନୀୟ ଜଳ ଯୋଗାଣ କେନ୍ଦ୍ରଗୁଡିକୁ ନିରବଚ୍ଛିନ୍ନ ବିଦ୍ୟୁତ ସରୋବରାହ ଚାଲୁ ରଖିବାକୁ ବିଭାଗୀୟ ଯନ୍ତ୍ରୀଙ୍କୁ ନିର୍ଦେଶ ପ୍ରଦାନ କରାଯାଇଛି। ଏତଦ୍‌ ବ୍ୟତୀତ ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ଜନିତ ଅଂଶୁଘାତର ମୁକାବିଲା ପାଇଁ ଜିଲ୍ଲାର ପ୍ରତ୍ୟେକ ସ୍ୱାସ୍ଥ୍ୟ କେନ୍ଦ୍ର ଓ ହସ୍‌ପିଟାଲ୍‌ ଗୁଡ଼ିକରେ ପର୍ଯ୍ଯାପ୍ତ ପରିମାଣର ଔଷଧ ତଥା ଅନ୍ୟାନ୍ୟ ଆନୁସଂଗିକ ବ୍ୟବସ୍ଥା ଗ୍ରହଣ କରିବାକୁ ସିଡ଼ିଏମ୍‌ଓଙ୍କୁ ନିର୍ଦ୍ଦେଶ ଦେଇଥିଲେ । ସ୍ୱାସ୍ଥ୍ୟ କେନ୍ଦ୍ର ଓ ହସ୍‌ପିଟାଲ୍‌ ଗୁଡ଼ିକରେ ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ସ୍ୱତନ୍ତ୍ର ବ୍ୟବସ୍ଥା ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେବା ସହ ଅଂଶୁଘାତ ଚିକିତ୍ସା ପାଇଁ ସ୍ୱତନ୍ତ୍ର କୋଠରୀ ପ୍ରସ୍ତୁତିକୁ ସୁନିଶ୍ଚିତ କରିବାକୁ ନିର୍ଦେଶ ଦେଇଛନ୍ତି  । ଅଂଶୁଘାତ ଜନିତ ତୁରନ୍ତ ପଦକ୍ଷେପ ଓ ସୂଚନା ନିମନ୍ତେ ଜିଲ୍ଲା ଜରୁରୀ ଶାଖା ତରଫରୁ ସର୍ବସାଧାରଣଙ୍କ ନିମନ୍ତେ କଣ୍ଟ୍ରୋଲ ରୁମ (୨୪×୭)  ଚାଲୁ କରିବା ଉପରେ ନିର୍ଦେଶ ଦେଇଛନ୍ତି l  ଜିଲ୍ଲାର ପ୍ରତ୍ୟେକ ବ୍ଲକ୍‌, ତହସିଲ ଓ ସଂପୃକ୍ତ ଅନ୍ୟାନ୍ୟ କାର୍ଯ୍ୟାଳୟ ଗୁଡ଼ିକରେ ମଧ୍ୟ କଂଟ୍ରୋଲ ରୁମ୍‌ ଖୋଲିବା ନିମନ୍ତେ ଯଥାଶୀଘ୍ର ପଦକ୍ଷେପ ଗ୍ରହଣ କରିବାକୁ  ନିର୍ଦ୍ଦେଶ ଦିଆଯାଇଛି  l ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ଜନିତ ପରିସ୍ଥିତିର ମୁକାବିଲା ନିମନ୍ତେ ବୈଠକରେ ବିଭିନ୍ନ ଜରୁରୀ ପ୍ରସଙ୍ଗରେ ଆଲୋଚନା ହୋଇଥିଲା । ଜିଲ୍ଲାରେ ଅଚଳ ହୋଇଥିବା ନଳକୂପ ଗୁଡିକୁ ସଚଳ କରିବା  ତଥା ଅନ୍ୟାନ୍ୟ ଜଳ ଉତ୍ସ ଗୁଡ଼ିକୁ ତୁରନ୍ତ କାର୍ଯ୍ୟକ୍ଷମ କରିବା, ପାନୀୟ ଜଳ ଯୋଗାଣ ଓ ତତ୍‌ ସଂକ୍ରାନ୍ତୀୟ ସମସ୍ୟା ସଂପର୍କରେ ପଦକ୍ଷେପ ଗ୍ରହଣ କରିବା, ଅଂଶୁଘାତ ଜନିତ ମୃତ୍ୟୁର ଯଥାଶୀଘ୍ର ତଦନ୍ତ କରି ରିପୋର୍ଟ ପ୍ରଦାନ କରିବା, ଜିଲ୍ଲାର ପ୍ରତ୍ୟେକ ପୌରପରିଷଦ, ଏନ୍‌ଏସି, ବ୍ଲକ, ପଞ୍ଚାୟତ ଗୁଡ଼ିକର ଗୁରୁତ୍ୱପୂର୍ଣ୍ଣ ଜନଗହଳି ସ୍ଥାନ, ବସ୍‌ଷ୍ଟାଣ୍ଡ ମାନଙ୍କରେ ଜଳ ଛତ୍ର ଖୋଲିବା, ଜଳକ୍ଲିଷ୍ଟ ଅଂଚଳରେ ଟ୍ୟାଙ୍କର ମାଧ୍ୟମରେ ପାନୀୟ ଜଳ ଯୋଗାଇ ଦେବା ଇତ୍ୟାଦି ସଂପର୍କରେ ବୈଠକରେ ଆଲୋଚନା କରାଯାଇ ସମ୍ପୃକ୍ତ ବିଭାଗଗୁଡିକ ଆବଶ୍ୟକ ବ୍ୟବସ୍ଥାକୁ ସୁନିଶ୍ଚିତ କରିବାକୁ ଅଧିକାରୀଙ୍କୁ ନିର୍ଦେଶ ଦେଇଛନ୍ତି ଜିଲ୍ଲାପାଳ । ଯାତ୍ରୀବାହୀ ବସ୍‌ ତଥା ଅନ୍ୟାନ୍ୟ ଯାତ୍ରୀବାହୀ ଯାନବାହନ ଗୁଡ଼ିକରେ ପର୍ଯ୍ୟାପ୍ତ ପରିମାଣରେ ପାନୀୟ ଜଳ ଓ ଓଆର୍‌ଏସ୍‌ ପ୍ୟାକେଟ୍‌ ରଖିବା ସହ   ସମୟ ନିର୍ଘଣ୍ଟ ଜାରି କରିବା ସକାଶେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଏତଦ୍‌ ବ୍ୟତୀତ ଶ୍ରମିକ ମାନେ କାର୍ଯ୍ୟ କରୁଥିବା କାର୍ଯ୍ୟସ୍ଥଳୀ ଗୁଡ଼ିକରେ ପର୍ଯ୍ୟାପ୍ତ ପାନୀୟ ଜଳ, ଓଆର୍‌ଏସ୍‌ ପ୍ୟାକେଟ୍‌ ରଖିବା ସହ କାର୍ଯ୍ୟ ସମୟ ନିର୍ଘଣ୍ଟକୁ ଜାରି କରିବା ନିମନ୍ତେ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଗ୍ରୀଷ୍ମ ସମୟରେ ଗୋରୁ, ଗାଈ ଇତ୍ୟାଦି ପ୍ରାଣୀ ସଂପଦଙ୍କ ପିଇବା ପାଣିର ବ୍ୟବସ୍ଥା ପାଇଁ ତଥା ଔଷଧ ରଖିବା ନିମନ୍ତେ ବିଡ଼ିଓ ଏବଂ ଜିଲ୍ଲା ପ୍ରାଣୀ ଚିକିତ୍ସାଧିକାରୀ ଙ୍କୁ ନିର୍ଦ୍ଦେଶ ଦିଆଯାଇଥିବାବେଳେ ଜିଲ୍ଲା ବନଖଣ୍ଡ  ଅଧିକାରୀଙ୍କୁ ବନ୍ୟପ୍ରାଣୀଙ୍କ ସୁରକ୍ଷା ସହ ବନ୍ୟ ସମ୍ପଦର ସୁରକ୍ଷା ପ୍ରତି ଆଗୁଆ ବ୍ୟବସ୍ଥା କରିବାକୁ ପରାମର୍ଶ ଦିଆଯାଇଛି । ଗ୍ରୀଷ୍ମ ପ୍ରବାହ ଜନିତ ପରିସ୍ଥିତିର ମୁକାବିଲା ଓ ଅଂଶୁଘାତ ସତର୍କତା ସଂପର୍କରେ ଜନସାଧାରଣ ଙ୍କ ମଧ୍ୟରେ ବ୍ୟାପକ ସଚେତନତା ସୃଷ୍ଟି କରାଯିବା ଉପରେ ବୈଠକରେ ଆଲୋଚନା ହୋଇଥିଲା ଏହି ପରିପ୍ରେକ୍ଷୀରେ ବିଭିନ୍ନ ବିଭାଗ ସେମାନଙ୍କ ବିଭାଗ ସହ ସମ୍ପୃକ୍ତ କାର୍ଯ୍ୟକାରୀ ସଂସ୍ଥା / ବ୍ୟକ୍ତି ବିଶେଷଙ୍କ ସହିତ ଆବଶ୍ୟକ ସଚେତନତା ବୈଠକ କରିବେ। ସେହିପରି ତୃଣମୂଳ ସ୍ତରରେ ବିଡ଼ିଓ /ତହସିଲଦାର ପ୍ରଭୁତି ପିଇଓ, ପିଆରଆଇ ମେମ୍ବର, ବିଭିନ୍ନ ସାମାଜିକ ଅନୁଷ୍ଠାନ, ସ୍ବେଛାସେବୀ ଅନୁଷ୍ଠାନ ପ୍ରମୁଖଙ୍କୁ ନେଇ  ସଚେତନତା ବୈଠକ ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବେ। ବୈଠକରେ କାର୍ଯ୍ୟ ନିର୍ବାହୀ ଅଧିକାରୀ ଓ ଜିଲ୍ଲା ସ୍ତରୀୟ ଅଧିକାରୀ ବୃନ୍ଦ ଗ୍ରୀଷ୍ମ ପ୍ରବାହ ଜନିତ ପରିସ୍ଥିତିର ମୁକାବିଲା ନିମନ୍ତେ ନିଜ ବିଭାଗ ତରଫରୁ ନେବାକୁ ଥିବା  ପଦକ୍ଷେପ ଉପରେ ଉପସ୍ଥାପନା କରିଥିଲେ। ଏହି ବୈଠକରେ ସୋନପୁର ଉପଜିଲ୍ଲାପାଳ ଡ଼ଃ ସୌମ୍ୟାରୁପା ରଥ, ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ପଲ୍ଲବୀ ରାଣୀ ରାଜ ସମେତ କାର୍ଯ୍ୟନିର୍ବାହୀ ବିଭାଗର ଅଧିକାରୀ ବୃନ୍ଦ ସହ ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ, ବିଭିନ୍ନ ବ୍ଲକର ବିଡ଼ିଓ, ତହସିଲ୍‌ଦାର, ସ୍ବେଛାସେବୀ ସଂଗଠନର କର୍ମକର୍ତ୍ତା ସାମ୍ବାଦିକ ପ୍ରମୁଖ ଉପସ୍ଥିତ ଥିଲେ ।ଜିଲ୍ଲା ଜରୁରୀ ଶାଖା ଦ୍ୱାରା ଆହୁତ ଏହି ବୈଠକ ଆରମ୍ଭରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ ବୈଠକର ଆଭିମୁଖ୍ୟ ଓ ତାତ୍ପର୍ଯ୍ୟ ଉପରେ ଆଲୋକପାତ କରି ସମସ୍ତ ଙ୍କୁ ବୈଠକରେ ସ୍ୱାଗତ କରିବା ସହ ଶେଷରେ ଧନ୍ୟବାଦ ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026

You Might Also Like