-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||      ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||     

HOME   ରାଜ୍ୟ

ବିଧାନସଭାରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଧନ୍ୟବାଦ ପ୍ରସ୍ତାବର ଆଲୋଚନା

16-Feb-2025



ଭୁବନେଶ୍ବର (ବିଶ୍ୱରଞ୍ଜନ ବିଶ୍ଵାଳ):  ବିଧାନସଭାରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଧନ୍ୟବାଦ ପ୍ରସ୍ତାବର ଆଲୋଚନା କରିଛନ୍ତି। ଗତ ୧୩ ତାରିଖ ଦିନ ଚଳିତ ବର୍ଷ ପାଇଁ ଓଡ଼ିଶା ବିଧାନସଭାର ପ୍ରଥମ ଅଧିବେଶନରେ ରାଜ୍ୟପାଳ ତାଙ୍କ ଅଭିଭାଷଣ ଏହି ପବିତ୍ର ଗୃହରେ ଉପସ୍ଥାପନ କରିଥିଲେ। ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ମାନ୍ୟବର ସଦସ୍ୟମାନେ ବିଚାର ବିମର୍ଶ ତଥା ଆଲୋଚନା କରିଛନ୍ତି। ମୁଁ ଏ ଗୃହର ସଦସ୍ୟମାନଙ୍କୁ ଏହି ଆଲୋଚନାରେ ଭାଗନେଇ ତାଙ୍କର ସୁଚିନ୍ତିତ ମତାମତ ରଖି ଥିବାରୁ ଧନ୍ୟବାଦ ଜଣାଉଛି ବୋଲି ଶ୍ରୀ ମାଝୀ କହିଛନ୍ତି। ଯୁବସମାଜ ପାଇଁ ନିଯୁକ୍ତି, କୃଷକମାନଙ୍କ ପାଇଁ ସହାୟତା, ମହିଳା ସଶକ୍ତୀକରଣ ଏବଂ ଅବହେଳିତ ସମ୍ପ୍ରଦାୟର ଅଧିକାରର ସୁରକ୍ଷା ଉପରେ ଗୁରୁତ୍ୱ ଆରୋପ କରି ଆମ ରାଜ୍ୟର ସାମଗ୍ରିକ ବିକାଶ ପାଇଁ ଆମ ସରକାରଙ୍କ ପ୍ରତିବଦ୍ଧତାକୁ ଅବତାରଣ କରିଛନ୍ତି।
 ଏହି ଧନ୍ୟବାଦ ପ୍ରସ୍ତାବ ଉପରେ ଚାଲିଥିବା ଆଲୋଚନା ସମୟରେ ବିଭିନ୍ନ ବିରୋଧୀଦଳର ସଦସ୍ୟ ମାନେ ଗୋଟିଏ କଥା ବାରମ୍ବାର ତାଙ୍କ ଅଭିଭାଷଣରେ କହିଛନ୍ତି ଯେ ଆମ ସରକାର ଆଠ ମାସରେ ବିଶେଷ କିଛି କରି ନାହାନ୍ତି। ମୁଁ ଆପଣ ସମସ୍ତଙ୍କୁ କହିବାକୁ ଚାହେଁ ଯେ ଏପରି ତୁଳନାରେ ମୁଁ ବହୁତ ଆନନ୍ଦିତ, କାରଣ ୨୪ ବର୍ଷ ଅର୍ଥାତ ୨୯୦ ମାସର ବିଗତ ସରକାରଙ୍କ କାର୍ଯ୍ୟକାଳ ସହିତ ବିରୋଧୀଦଳ ମୋ ଆଠ ମାସର କାର୍ଯ୍ୟକାଳକୁ ତୁଳନା କରୁଛନ୍ତି। କାରଣ, ସେମାନେ ଚାହୁଁଛନ୍ତି ଗତ ୨୪ ବର୍ଷରେ ଯେତିକି ବିକାଶ ହୋଇଥିଲା, ମାତ୍ର ଆଠ ମାସରେ ଆମେ ତା’ ଠୁ ଅଧିକ ବିକାଶ କରି ଦେଖାଇ ଥାଆନ୍ତୁ। ଆମେ କରିଛୁ ମଧ୍ୟ। ବିଗତ ସରକାରଙ୍କ ୨୪ ବର୍ଷରେ ଓଡିଶା କେତେ ପାଇଲା, କେତେ ପାଇ ପାରିଥାନ୍ତା, ତାହା ଉପରେ ଆଲୋଚନା କଲେ, ଏକ ଲମ୍ବା ତାଲିକା ହୋଇଯିବ।  
ବିଗତ ଦୁଇ ଦଶନ୍ଧିର ଶାସକ ଦଳ, ଏବଂ ବର୍ତ୍ତମାନର ବିରୋଧୀ ଦଳଙ୍କୁ ମୁଁ ବାଚସ୍ପତି ମହୋଦୟାଙ୍କ ମାଧ୍ୟମରେ ଏତିକି କହିବି ଯେ ଗତ ୨୪ ବର୍ଷରେ କୃଷି କ୍ଷେତ୍ରରେ ଏତେ ଅଗ୍ରଗତି ଆପଣ କରିଥିଲେ ଯେ ରାଜ୍ୟର ଚାଷୀଙ୍କ ଆୟ ସବୁ ରାଜ୍ୟମାନଙ୍କ ମଧ୍ୟରେ ନିମ୍ନରୁ ଦ୍ୱିତୀୟ। ଉତ୍କଳ ଘଣ୍ଟ କବି ଯଦୁମଣି କହିଥିଲେ, ‘ଛାମୁ ଯାହା ଦେଲେ ହରଷେ, ପାଉ ପାଉ ଗଲା ବରଷେ’। ଚାଷୀଙ୍କୁ କୁଇଣ୍ଟାଲ ପିଛା ଯେଉଁ ୧୦୦ ଟଙ୍କା ବୋନସ ଦେବା ପାଇଁ ମିଛ ପ୍ରତିଶୃତି ଦିଆ ଯାଇଥିଲା, ତାହା ପୂରଣ କରିବାରେ ବିଫଳ ହେଲେ । କିନ୍ତୁ, ଆମ ସରକାର ୨୪ ବର୍ଷ ନୁହେଁ, ବରଂ ୨୪ ମିନିଟରେ ପ୍ରଥମ କ୍ୟାବିନେଟରେ କୁଇଣ୍ଟାଲ ପିଛା ୮୦୦ ଟଙ୍କା ଇନପୁଟ ସହାୟତା ପ୍ରଦାନ  କରିବା ପାଇଁ ନିଷ୍ପତ୍ତି ନେଇ କାର୍ଯ୍ୟକାରୀ କରିଛନ୍ତି। 
ରାଜ୍ୟର ଅଧା ଜନସଂଖ୍ୟାଙ୍କୁ ମହିଳା ସଶକ୍ତିକରଣ ନାଁ’ରେ ଭ୍ରମିତ କରି ୨୪ ବର୍ଷ ପର୍ଯ୍ୟନ୍ତ ସ୍ଲୋଗାନରେ ଚାଲିଗଲା। କିନ୍ତୁ, ଆମ ସରକାର ମାତ୍ର ୨୪ ମିନିଟରେ ରାଜ୍ୟର ପ୍ରାୟ ଏକ କୋଟି ମହିଳାଙ୍କୁ ବାର୍ଷିକ ୧୦ ହଜାର ଟଙ୍କା ପର୍ଯ୍ୟନ୍ତ ଆର୍ଥିକ ସହାୟତା ଦେବାକୁ ନିଷ୍ଫତ୍ତି ଗ୍ରହଣ କରି ବର୍ତ୍ତମାନ ସୁଦ୍ଧା ୯୮ ଲକ୍ଷରୁ ଅଧିକ ମହିଳାଙ୍କୁ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ପ୍ରଦାନ  କରିସାରିଛନ୍ତି। ଏହି ସୁଭଦ୍ରା ଯୋଜନା ସହାୟତା ଏବଂ କୃଷକ ସମୃଦ୍ଧି ଯୋଜନା ଯୋଗୁଁ ଓଡିଶାର ମୁଣ୍ଡପିଛା ଆୟ, ବିଶେଷ ଭାବେ ଚାଷୀ ପରିବାରଙ୍କ ମାସିକ ଆୟରେ ନିଶ୍ଚିତ ଭାବେ ବୃଦ୍ଧି ହେବ। ଯଦି ତୁଳନା କରିବାକୁ ଚାହୁଁଛନ୍ତି, ତେବେ ଏହା ହେଉଛି ୨୪ ବର୍ଷର ସରକାର ବନାମ ୮ ମାସର ଆମ ସରକାର ମଧ୍ୟରେ ତୁଳନା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    09-Aug-2026
  ରାଜ୍ୟ  
ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   09-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026
  ଜିଲ୍ଲା  
ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   08-Aug-2026
  ଜିଲ୍ଲା  
ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   08-Aug-2026
  ରାଜ୍ୟ  
ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   08-Aug-2026
  ଜିଲ୍ଲା  
*ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   08-Aug-2026
  ଜିଲ୍ଲା  
ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   08-Aug-2026
କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   08-Aug-2026

You Might Also Like