-+91-9937148622 |
prerana_bgr@rediffmail.com |
Friday 19th June 2026 |
R.N.I. Regd No. ODIODI/2010/46693
Breaking News
22-Feb-2025
କଳାହାଣ୍ଡି(ଦୁଷ୍ମନ୍ତ କୁମାର ପଣ୍ଡା): ଜିଲ୍ଲା ସଞ୍ଚୟ ଓ ଆର୍ଥିକ ସେବା ବିଭାଗ ତରଫରୁ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭା ଗୃହରେ ଆର୍ଥିକ ସଚେତନତା ଓ ଆର୍ଥିକ ଅନ୍ତର୍ଭୁକ୍ତ କରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ ଯୋଗଦେଇ କାର୍ଯ୍ୟକ୍ରମ ସଂପର୍କରେ ଆଲୋକପାତ କରିଥିଲେ। ସହକାରୀ ନିର୍ଦ୍ଦେଶକ ଜିଲ୍ଲା ଆର୍ଥିକ ସେବା ଓ ସ୍ଵଳ୍ପ ସଞ୍ଚୟ ବିବେକାନନ୍ଦ ମହାନନ୍ଦ ଅତିଥି ପରିଚୟ ପ୍ରଦାନ କରିଥିଲେ ଏବଂ ବିଭିନ୍ନ ସ୍ଵଳ୍ପ ସଞ୍ଚୟ ଯୋଜନା ସମ୍ପର୍କରେ ସୂଚନା ଦେଇଥିଲେ। ଏଥିରେ ପୋଷ୍ଟାଲ ସୁପରିଣ୍ଟେଣ୍ଡେଣ୍ଟ
ସୁଶାନ୍ତ ପାଣିଗ୍ରାହୀ ଚିଟଫଣ୍ଡ କମ୍ପାନୀରେ ଟଙ୍କା ବିନିଯୋଗ କରିବାର ଉପକାରିତା ଭାରତ ସରକାରଙ୍କ ଦ୍ଵାରା ପ୍ରଚଳିତ ଜୀବନ ବୀମା ଅଟଳ ପେନସନ ଯୋଜନା ବିଷୟରେ ଆଲୋକପାତ କରିଥିଲେ। ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ବି କେ ପଟ୍ଟନାୟକ, ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ରୂପସୀଙ୍ଗ ରାଉତ, ପି ଏଲ୍ ଉନ୍ନୟନ ଅଧିକାରୀ ଙ୍କ ସମେତ ୧୧୦ଜଣ ଅଙ୍ଗନବାଡି କର୍ମୀ ଯୋଗ ଦେଇଥିଲେ ।