-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||     

HOME   ଜିଲ୍ଲା

ଜାତୀୟ ବିଜ୍ଞାନ ଦିବସ ଅବସରରେ ପ୍ରଦର୍ଶନୀ ସଭା ଅନୁଷ୍ଠିତ

28-Feb-2025



ବଲାଙ୍ଗୀର, ତା୨୮/୦୨ (ପ୍ରେରଣା ଖବର ) : ବଲାଙ୍ଗୀର ଜିଲ୍ଲା  ସଇଁନ୍ତଳା ବ୍ଲକ ଅନ୍ତର୍ଗତ  ଡେଙ୍ଗ ବିଦ୍ୟାଳୟର ଗଣିତ ଓ ବିଜ୍ଞାନ କ୍ଲବ୍ ତରଫରୁ ବିଜ୍ଞାନ ଦିବସ ଅବସରରେ ପ୍ରଦର୍ଶନୀ ସଭା ଅନୁଷ୍ଠିତ ହୋଇଯାଇଛି ।  ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଚଣ୍ଡାଳ ମିଶ୍ରଙ୍କ ପ୍ରତ୍ୟକ୍ଷ  ତତ୍ତ୍ୱାବଧାନରେ  ପ୍ରଥମେ ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ପ୍ରସ୍ତୁତ ବିଭିନ୍ନ ପ୍ରକଳ୍ପ, ମଡେଲ ତଥା ବୈଜ୍ଞାନିକ ଓ ଗାଣିତିକମାନଙ୍କ ଉପରେ ପ୍ରସ୍ତୁତ ପୋଷ୍ଟର ପ୍ରଦର୍ଶିତ ହୋଇଥିଲା। ପ୍ରଧାନ ଶିକ୍ଷକ ଚାଣ୍ଡାଳ ମିଶ୍ର ପ୍ରଦର୍ଶନୀରେ ଅଂଶଗ୍ରହଣ କରିଥିବା ସମସ୍ତ ଛାତ୍ରଛାତ୍ରୀମାନଙ୍କର ପ୍ରକଳ୍ପ ମଡେଲ ଆଦିକୁ ପରିଦର୍ଶନ କରିବା ସହ ତତ୍ ସମ୍ପର୍କିତ ପ୍ରଶ୍ନ ଛାତ୍ରଛାତ୍ରୀମାନଙ୍କ ଆଗରେ ରଖିଥିଲେ। ଏହାପରେ ବିଦ୍ୟାଳୟର ଅନ୍ୟ ସମସ୍ତ ଶିକ୍ଷକ ଓ ଛାତ୍ରଛାତ୍ରୀମାନେ ଏହି ପ୍ରଦର୍ଶନୀର ପରିଦର୍ଶନ କରିଥିଲେ  l ଏହାପରେ ଏହି ଅବସରରେ ଏକ ସଭାର ଆୟୋଜନ କରାଯାଇଥିଲା। ଏହି ସଭାରେ ପ୍ରଧାନ ଶିକ୍ଷକ ଚାଣ୍ଡାଳ ମିଶ୍ରଙ୍କ ସଭାପତିତ୍ବରେ ପ୍ରଥମେ ଛାତ୍ରଛାତ୍ରୀମାନେ ଆଜିର ଦିବସ ବିଷୟରେ ଆଲୋକପାତ କରିଥିଲେ।ପରେ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀମାନେ ଏହି ଅବସରରେ ନିଜ ନିଜର ମତବ୍ୟକ୍ତ କରିବା ସହ ପିଲାମାନଙ୍କୁ ନିଜ ଭିତରେ ବୈଜ୍ଞାନିକ ଚିନ୍ତାଧାରା ଜାଗ୍ରତ କରିବାକୁ ଆହ୍ୱାନ ଦେଇଥିଲେ । ଏହାପରେ ସଭାପତି ନିଜର ବକ୍ତବ୍ୟରେ ଛାତ୍ରଛାତ୍ରୀମାନଙ୍କୁ ନିଜ ମଧ୍ୟରେ ବୈଜ୍ଞାନିକ ଚିନ୍ତାଧାରା ଜାଗ୍ରତ କରିବାକୁ ହେଲେ ସର୍ବଦା ଆଗକୁ ଆସି ଜାଣି ନପାରୁଥିବା ପ୍ରସଙ୍ଗରେ ଶିକ୍ଷକମାନଙ୍କୁ କିପରି ଓ କାହିଁକି ଏହି ପ୍ରଶ୍ନ କରିବା ସହ ଏହାର ଉତ୍ତର ପାଇଁ ଜିଜ୍ଞାସୁ ହେବାକୁ ଆହ୍ୱାନ ଦେଇଥିଲେ। ଇତ୍ୟବସରରେ ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା।

ପ୍ରକାଶଥାଉକି ଜୁନିଅର୍ ତଥା ସିନିୟର୍ ଉଭୟ ବିଭାଗରେ ପ୍ରବନ୍ଧ ଲିଖନ ଓ କୁଇଜ୍ ପ୍ରତିଯୋଗିତା ଅନୁଷ୍ଠିତ କରାଯାଇଥିଲା। ଏଥିରେ ଜୁନିଅର୍ ବିଭାଗରେ ଆଞ୍ଜେଲ ସାଗର ଉଭୟ ପ୍ରବନ୍ଧ ଲିଖନ ଓ କୁଇଜ୍ ପ୍ରତିଯୋଗିତାରେ ୧ମ ସ୍ଥାନ ଅଧିକାର କରିଥିଲା ବେଳେ କୁଇଜ୍ ପ୍ରତିଯୋଗିତାରେ ବର୍ଷା ବେହେରା ଓ ସୁପ୍ରମନ୍ୟମ୍ ପ୍ରଧାନ ଯଥାକ୍ରମେ ୨ୟ ଓ ୩ୟ ସ୍ଥାନ ଅଧିକାର କରିଥିଲେ। ସେହିପରି ପ୍ରବନ୍ଧ ଲିଖନରେ ଅରବିନ୍ଦ ଭୋଇ ଓ ସୌଦାମିନୀ ରଣା ଯଥାକ୍ରମେ ୨ୟ ଓ ୩ୟ ସ୍ଥାନ ଅଧିକାର କରିଥିଲେ। ସେହିପରି ସିନିୟର୍ କୁଇଜ୍ ପ୍ରତିଯୋଗିତାରେ ଯଶୋବନ୍ତୀ ରଣା, ଚୂଡ଼ାମଣି ସାହୁ ଓ ନିର୍ଲିପ୍ତା ତାଣ୍ଡି ଯଥାକ୍ରମେ ୧ମ,୨ୟ ଓ ୩ୟ ସ୍ଥାନ ଅଧିକାର କରିଥିଲେ। ପ୍ରବନ୍ଧ ଲିଖନରେ ସିନିୟର୍ ବିଭାଗରେ ନିର୍ଲିପ୍ତା ତାଣ୍ଡି, ଯଶୋବନ୍ତୀ ରଣା ଓ ଖୁସବୁ ରଣା ଯଥାକ୍ରମେ ୧ମ, ୨ୟ ଓ ୩ୟ ସ୍ଥାନ ଅଧିକାର କରିଥିଲେ। ସଭା ଶେଷରେ ସମସ୍ତ କୃତି ଛାତ୍ରଛାତ୍ରୀମାନଙ୍କୁ ପ୍ରୋତ୍ସାହିତ କରିବାପାଇଁ ପୁରସ୍କୃତ କରାଯାଇଥିଲା। ଏହି କାର୍ଯ୍ୟକ୍ରମ ତଥା ସଭାକୁ ଶିକ୍ଷକ କୃପାସିନ୍ଧୁ ମିଶ୍ର ପରିଚାଳନା କରିବା ସହ ଶିକ୍ଷୟିତ୍ରୀ ରେଣୁକା ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ଶିକ୍ଷକ ଲିଙ୍ଗରାଜ ନନ୍ଦ, ରାମ ନାରାୟଣ ଦାସ,ଦୀପକ ସେନ ଧରୁଆ, ସମୀର ସେଠି, ଦେବେଶ ହୋତା, ମନରଞ୍ଜନ ପରିଡା, ଅବିନାଶ ଭୋଇ, ହିମାଂଶୁ ବିଶ୍ଵାଳ,ଶିକ୍ଷୟିତ୍ରୀ ଗାୟତ୍ରୀ ବାରିକ, ତପସ୍ୱିନୀ ପଟେଲ,  ଦ୍ରୌପଦୀ ଭୋଇ, ଶିବାନୀ ମଲ୍ଲିକ ପ୍ରମୁଖ ଏହି କାର୍ଯ୍ୟକ୍ରମରେ ସକ୍ରିୟ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026

You Might Also Like