-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ଆରମ୍ଭ ହେଲା ସୁଭଦ୍ରା ଶକ୍ତି ମେଳା 

28-Feb-2025



ବଲାଙ୍ଗିର : ଆଜି ବଲାଙ୍ଗିର ସଦରମହକୁମା ସ୍ଥିତ କୋଶଳ କଳା ମଣ୍ଡଳ ପଡିଆରେ ଆରମ୍ଭ ହୋଇଛି ସୁଭଦ୍ରା ଶକ୍ତି ମେଳା | ଜିଲ୍ଲାପାଳ ଗୌରୱ ଶୀୱାଜୀ ଇସଲୱାର ଏହି ମେଳାର ଉଦଘାଟନ କରିଥିଲେ | ସାତ ଦିନ ବ୍ୟାପି ହେବାକୁ ଥିବା ଏହି ମେଳାରେ ୧୫୦ ଷ୍ଟଲରେ ରାଜ୍ୟସାରା ବିଭିନ୍ନ ପ୍ରକାର ଦ୍ରବ୍ୟ ବିକ୍ରି ହେବ | ୨୮ ଫେବୃଆରୀ ଠାରୁ ୬ମାର୍ଚ୍ଚ ପର୍ଯ୍ୟନ୍ତ କୋଶଳ କଳା ମଣ୍ଡଳ ପଡିଆରେ ସୁଭଦ୍ରା ଶକ୍ତି ମେଳା- ୨୦୨୫ ଆୟୋଜିତ ହେଉଅଛି । ଓଡ଼ିଶା ଇତିହାସରେ ପ୍ରଥମଥର ପାଇଁ ଅନୁଷ୍ଠିତ ହେବାକୁ ଯାଉଛି ଏହି ଐତିହାସିକ ସୁଭଦ୍ରା ମେଳା | ଓଡ଼ିଶାର ମହିଳାମାନେ ବିକାଶର ପ୍ରତୀକ ହେବେ । ସାରା ବିଶ୍ଵ ପାଇଁ ଓଡିଶାର ମହିଳା ସଶକ୍ତିକରଣ ଉଦାହରଣ  ହୋଇ ଝଲସିବ। ଏହି ମେଳାରେ ମୁଖ୍ୟ  ଆକର୍ଷଣଭାବେ ଅଂଶଗ୍ରହଣ କରିବେ  ଜିଲ୍ଲା ଏବଂ ଜ଼ିଲ୍ଲା ବାହାରରୁ ଆସିଥିବା ୫୦୦ ରୁ ଉର୍ଦ୍ଧ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ | ଆକର୍ଷଣର କେନ୍ଦ୍ରବିନ୍ଦୁ ହେବ ମହିଳା ଉଦ୍ୟୋଗୀ ମାନଙ୍କ ଦ୍ୱାରା ପରିଚାଳିତ ୧୫୦ରୁ ଅଧିକ ଷ୍ଟଲ୍। ଏହି ୭ଦିନିଆ ଭବ୍ୟ ପ୍ରଦର୍ଶନୀରେ ବିଭିନ୍ନ ପ୍ରକାରର ହସ୍ତଶିଳ୍ପ ସହିତ  ଅର୍ଗାନିକ୍ ଉତ୍ପାଦମାନ ପ୍ରଦର୍ଶିତ ହେବ, ଏତଦବ୍ୟତୀତ ମିଶନ ଶକ୍ତି ଏସ୍.ଏଚ୍.ଜି ମାନଙ୍କ ଦ୍ୱାରା ପ୍ରସ୍ତୁତ ୨୦୦ ରୁ ଅଧିକ ସାମଗ୍ରୀର ଅପୂର୍ଵ ସମ୍ଭାର ଦେଖିବାକୁ ମିଳିବ ।ହାତପାହାନ୍ତାରେ ମିଳିବ ହସ୍ତଶିଳ୍ପ ଓ କଳାକୃତି, ମିଲେଟ୍ ଓ ଅର୍ଗାନିକ୍ ଉତ୍ପାଦ ବହୁବିଧ ପଦାର୍ଥ |
ହସ୍ତତନ୍ତ ଓ ବୟନ ଶିଳ୍ପ, ଖାଦ୍ୟ ଓ ମସଲା ସାମଗ୍ରୀ, ଟେରାକୋଟା, ବାଉଁଶ ଶିଳ୍ପ, ଘରକରଣା ଓ ପ୍ରାକୃତିକ ଉତ୍ପାଦ ସହିତ ଆସବାବପତ୍ର, ସ୍ୱାସ୍ଥ୍ୟ ଓ ୱେଲନେସ ର ବିଭିନ୍ନ ଉପାଦେୟ ପଦାର୍ଥ । ଓଡିଆ ଅସ୍ମିତାର ସ୍ଵାଭିମାନ ଓଡିଶୀ ନୃତ୍ୟ,ପାରମ୍ପରିକ ନୃତ୍ୟକଳା କଥକ ସହିତ ମେଲୋଡି ନାଇଟର  ଆୟୋଜନ ହୋଇଛି | ଅତିଥିମାନଙ୍କ ମନୋରଞ୍ଜନ ସହିତ  ବଡସ୍ତରରେ ନିଜର ଉତ୍ପାଦ ପ୍ରଦର୍ଶନ କରି, ଏସ୍‌ଏଚ୍‌ଜିଗୁଡ଼ିକ ଲୋକଲୋଚନକୁ ଆସିବା ସହ ଦୀର୍ଘମିଆଦୀ ବଜାର ସଂଯୋଗ ସୃଷ୍ଟି କରିବାରେ ଏହି ମେଳାର ଭୂମିକା

ଗୁରୁତ୍ୱପୂର୍ଣ୍ଣ । ଏହି ମେଳା ମହିଳା ମାନଙ୍କର ଆୟ ବୃଦ୍ଧି କରିବା ସହ ମହିଳାମାନଙ୍କ ଆର୍ଥିକ ଓ ସାମାଜିକ ସ୍ୱାଧୀନତା ଓ ମହିଳା ସଶକ୍ତିକରଣ ମାଧ୍ୟମରେ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କର ଲକ୍ଷପତି ଦିଦି ସୃଷ୍ଟି କରିବାର ସ୍ବପ୍ନ ସାକାର କରିବ। ବିକଶିତ ଓଡ଼ିଶା ୨୦୩୬ ଓ ବିକଶିତ ଭାରତ ୨୦୪୭ର ମୂଳପିଣ୍ଡ ହେବ ମହିଳା ସଶକ୍ତିକରଣ ।
ଏହି ମେଳାରେ ଜିଲ୍ଲାପରିଷଦ ନିର୍ବାହୀ ଅଧିକାରୀ ପ୍ରଭାତ ମହାପାତ୍ର, ଅତିରିକ୍ତ ନିର୍ବାହୀ ଅଧିକାରୀ ତରଣୀ ସୁନା , ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସୁଷମା ମହାପାତ୍ର, ଓରମାସ ସିଇଓ କମଳେନ୍ଦୁ ପଲ , ମାନ୍ୟବର ଉପମୁଖ୍ୟମନ୍ତ୍ରୀଙ୍କ ପ୍ରତିନିଧି ଗୋପାଳଜୀ ପାଣିଗ୍ରାହୀ , ମାନ୍ୟବର ସଂସଦଙ୍କ ପ୍ରତିନିଧି ଦୀନେଶ ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ | ପ୍ରଭାତ ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like