-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ , କାଶିପାଲି ରେ ଗଣିତ ମେଳା ଏବଂ ଜାତୀୟ ବିଜ୍ଞାନ ଦିବସ ପାଳିତ

28-Feb-2025



ବରଗଡ଼ ଜିଲ୍ଲା ଭଟଲି ବ୍ଲକ କାଶିପାଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଗଣିତ ମେଳା ଏବଂ ଜାତୀୟ ବିଜ୍ଞାନ ଦିବସ ମିଳିତ  ଭାବେ ପାଳିତ ହୋଇ ଯାଇଛି। ପ୍ରଥମ ପର୍ଯ୍ୟାୟରେ ଗଣିତ ମେଳା/ହାଟକୁ ସ୍କୁଲ ପରିଚାଳନା କମିଟି ସଭାପତି ପବିତ୍ର ମହାପାତ୍ର ଉଦଘାଟନ କରିଥିଲେ। ଏଥିରେ  ସ୍ଥାନୀୟ ବିଶିଷ୍ଟ ବ୍ୟକ୍ତି ଗ୍ରାମ୍ୟ ଶାନ୍ତି କମିଟିର ସମ୍ପାଦକ ବିଦ୍ୟା ଧର ମହାପାତ୍ର, ଶିକ୍ଷାବିତ୍ ସରୋଜ କୁମାର ମହାପାତ୍ର ଓ ରାମକୃଷ୍ଣ ଦାଶ ସାମିଲ ହୋଇ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥଲେ। ଗଣିତ ମେଳା/ହାଟରେ  ଛାତ୍ରଛାତ୍ରୀ ମାନେ ବିଭିନ୍ନ ପନିପରିବା, ଜଳଖିଆ, ଘରୋଇ ସାମଗ୍ରୀ ଇତ୍ୟାଦି ବିକ୍ରି  କରି ବଜାର ତଥା ଗାଣିତିକ ହିସାବ କିତାବର ପ୍ରତ୍ୟକ୍ଷ ଜ୍ଞାନ ଆହରଣ କରିଥିଲେ।  ଦ୍ଵିତୀୟ ପର୍ଯ୍ୟାୟରେ ପ୍ରଧାନ  ଶିକ୍ଷକ ସୁଦାମ ସେଟ ଜାତୀୟ ବିଜ୍ଞାନ ଦିବସ ପାଳନର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ l ଏହା କିମ୍ବଦନ୍ତୀ ଭାରତୀୟ ବୈଜ୍ଞାନିକ ସି.ଭି. ରମଣ ଏବଂ ପଦାର୍ଥ ବିଜ୍ଞାନ କ୍ଷେତ୍ରରେ ତାଙ୍କ ଅବଦାନକୁ ସମ୍ମାନିତ କରିବା ପାଇଁ ଉତ୍ସର୍ଗୀକୃତ ଏକ ଦିନ ଅଟେ। ଚଳିତ ବର୍ଷର ବିଷୟବସ୍ତୁ, "ନିରନ୍ତର ବିକାଶ ପାଇଁ ବିଜ୍ଞାନ" ଛାତ୍ରଛାତ୍ରୀ ମାନଙ୍କୁ ଭବିଷ୍ୟତ ପାଇଁ ଅଭିନବ ସମାଧାନ ଚିନ୍ତା କରିବାକୁ ଆହ୍ବାନ  ଦେଇଥିଲେ। ଏହି ବୈଠକରେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ପବିତ୍ର ମହାପାତ୍ର ସଭାପତିତ୍ବ କରିଥିଲେ।ମୁଖ୍ୟବକ୍ତା ଭାବେ  ସାନ ଅମଲିପାଳି  ଉଚ୍ଚ ପ୍ରାଥମିକ ବିଦ୍ୟାଳୟର  ପ୍ରଧାନଶିକ୍ଷକ ପ୍ରତାପ କୁମାର ଜେନା  ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ଦିଗଦର୍ଶନ ଦେବା ସଙ୍ଗେ ସଙ୍ଗେ ବିଜ୍ଞାନର ଅବଦାନ ଏବଂ ତାର ସଦବିନିଯୋଗ ସମ୍ବନ୍ଧେ ଗୁରୁତ୍ୱାରୋପ କରିଥିଲେ। ସମ୍ମାନିତ ଅତିଥି ଭାବେ ବରିଷ୍ଠ ଶିକ୍ଷକ ନେହେରୁ ପାଇକ ମଞ୍ଚାସୀନ ଥିଲେ। ଏହି କାର୍ଯ୍ୟକ୍ରମରେ ଗଣିତ ପ୍ରଦର୍ଶନୀ ମଧ୍ୟ ଅନ୍ତର୍ଭୁକ୍ତ ଥିଲା ଯାହା ଦୈନନ୍ଦିନ ଜୀବନରେ ଗାଣିତିକ ଧାରଣାର ବ୍ୟବହାରିକ ପ୍ରୟୋଗ ପ୍ରଦର୍ଶନ କରିଥିଲା।ଛାତ୍ରଛାତ୍ରୀମାନେ ଗଣିତ ପଜଲ୍, କୁଇଜରେ ଅଂଶଗ୍ରହଣ କରିଥିଲେ ।
କୃତୀ ଛାତ୍ରଛାତ୍ରୀମାନଙ୍କୁ  ପ୍ରମାଣପତ୍ର ଦେଇ ପୁରସ୍କୃତ କରା ଯାଇଥିଲା । ସମଗ୍ର କାର୍ଯ୍ୟକ୍ରମକୁ ବିଦ୍ୟାଳୟର ସହକାରୀ ଶିକ୍ଷକ ପ୍ରଦୀପ କୁମାର ପଧାନ  ପରିଚାଳନା କରିଥିବା ବେଳେ ଶିକ୍ଷକ ଶ୍ରୀଯୁକ୍ତ ଦେବପ୍ରସାଦ ବାଗ, ଦୟାନିଧି ମହାପାତ୍ର ଓ ଶିକ୍ଷୟିତ୍ରୀ ସୁନୀତା ମହାପାତ୍ର ସହଯୋଗ କରିଥିଲେ। ପରିଶେଷରେ ସହକାରୀ ଶିକ୍ଷକ ଗୋବିନ୍ଦ ବାଗ ଧନ୍ୟବାଦ୍ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like