-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରାପ୍ତ ଆଦର୍ଶ ଶିକ୍ଷକ ବିଶ୍ୱାମିତ୍ର ବାଗଙ୍କୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା: ଶୋଭାଯାତ୍ରାରେ ସାମିଲ ଗ୍ରାମବାସୀ, ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ

01-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ଝାରବନ୍ଧ ବ୍ଳକ ଅନ୍ତର୍ଗତ ବୈତାଳି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ବିଶ୍ଵାମିତ୍ର ବାଗ ଫେବୃଆରୀ ୨୮ ତାରିଖରେ ତଙ୍କ ଚାକିରୀ ଜୀବନରୁ ଅବସର ଗ୍ରହଣ କରିଥିଲେ।ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଜଗନ୍ନାଥ ପଧାନଙ୍କ ନେତୃତ୍ୱରେ ଶିକ୍ଷକ ଶ୍ରୀଯୁକ୍ତ ବିଶ୍ୱାମିତ୍ର ବାଗଙ୍କୁ ଅବସରକାଳୀନ ବିଦାୟ ଦେବା ପାଇଁ ବୈତାଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏକ ହୃଦୟସ୍ପର୍ଶୀ ଅବସର କାଳୀନ ବିଦାୟ ସମ୍ୱର୍ଦ୍ଧନା ସଭାର ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟକ୍ରମ ବୈତାଲିର ଛାତ୍ରଛାତ୍ରୀ, ଶିକ୍ଷକଶିକ୍ଷୟତ୍ରୀ ଏବଂ ଗ୍ରାମବାସୀଙ୍କ ମିଳିତ ପ୍ରୟାସ ଥିଲା।
ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଝାରବନ୍ଧ ବ୍ଲକ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଶୁଭମ୍ କୁମାର ପତି,  ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ବ୍ଲକ୍ ଶିକ୍ଷା ଅଧିକାରୀ ଦୟାନିଧି କୈବର୍ତ୍ତ,ଅମଠି ଗ୍ରାମ ପଞ୍ଚାୟତ ସରପଞ୍ଚ ଶ୍ରୀଯୁକ୍ତ ଲକ୍ଷେ ସିଂ ଥପା  ଏବଂ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଦିବସ କୁମାର ସାହୁ ଯୋଗଦାନ କରିଥିଲେ |ଏହାଛଡା ବୈତାଳି କ୍ଲଷ୍ଟର ଅନ୍ତର୍ଗତ ସମସ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମାନେ ମଧ୍ୟ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।
ବିଦ୍ୟାଳୟର ସହକାରୀ ଶିକ୍ଷକ ରିଙ୍କୁ ମହାମଲ୍ଲିକ୍  ଅତିଥିମାନଙ୍କୁ ସ୍ୱାଗତ ଜଣାଇଥିବା ବେଳେ ଶିକ୍ଷୟିତ୍ରୀ ଶ୍ରୀମତୀ ସୁଜାତା ସାହୁ ଏବଂ ସବିତା ଧରୁଆ ସକ୍ରିୟ ସହଯୋଗ କରିଥିଲେ। ଏହି କାର୍ଯ୍ୟକ୍ରମ ବିଶ୍ୱାମିତ୍ର ବାଗ୍ ତାଙ୍କ କାର୍ଯ୍ୟକାଳ ମଧ୍ୟରେ ଅର୍ଜନ କରିଥିବା ପ୍ରେମ ଏବଂ ସମ୍ମାନର ଏକ ନିଆରା ନିଦର୍ଶନ ଥିଲା |ଛାତ୍ରଛାତ୍ରୀ ତଥା ସହକାରୀ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ସହ ଥିବା ନିବିଡ଼ ସମ୍ପର୍କ ଉକ୍ତ ସଭାରେ ଦେଖିବାକୁ ମିଳିଥିଲା, ଶିକ୍ଷକ ଶିକ୍ଷୟିତ୍ରୀ ମାନେ ନିଜର ପ୍ରିୟ ପ୍ରଧାନ ଶିକ୍ଷକଙ୍କୁ ବିଦାୟ ଦେବା ସମୟରେ ଅଶ୍ରୁ ଲୋତକରେ ପରିପୂର୍ଣ୍ଣ ହୋଇଥିଲା।  ବିଦ୍ୟାଳୟ ସମ୍ପ୍ରଦାୟ ଏକତ୍ରିତ ହୋଇ ତାଙ୍କର ନିଷ୍ଠା ଏବଂ ସେବା ପାଇଁ  କୃତଜ୍ଞତା ଜ୍ଞାପନ କରିଥିଲେ।

ଏହି ଅବସରରେ ଉକ୍ତ ବିଦ୍ୟାଳୟର ଛାତ୍ରଛାତ୍ରୀ ,ଶିକ୍ଷକ ଶିକ୍ଷୟିତ୍ରୀ ତଥା ବୈତାଳି ଗ୍ରାମର ଅଭିଭାବକ ତଥା ଗ୍ରାମବାସୀମାନେ ଶ୍ରୀଯୁକ୍ତ ବିଶ୍ଵାମିତ୍ର ବାଗ ଆଜ୍ଞାଙ୍କୁ ବୈତାଳି ସ୍କୁଲରୁ ବିଦାୟ ଦେଇ ତାଙ୍କ ନିଜସ୍ୱ ଗ୍ରାମ ତୁର୍ଲାକୁ ଯାଇ ଏକ ଶୋଭାଯାତ୍ରା କରିଥିଲେ ଯାହା ଅତ୍ୟନ୍ତ ମର୍ମସ୍ପର୍ଶୀ ଥିଲା।ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ନିଜର ଅତିପ୍ରିୟ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ବିଶ୍ଵାମିତ୍ର ବାଗଙ୍କୁ  ନୃତ୍ୟ, ବାଦ୍ୟ ତାଳେ ତାଳେ ଘରକୁ ପାଛୋଟି ନେଇଥିଲେ।ଶ୍ରୀଯୁକ୍ତ ବାଗ ଆଜ୍ଞା ନିଜର ଚାକିରୀକାଳ ମଧ୍ୟରେ   ଛାତ୍ରବତ୍ସଳତା, ସମୟାନୁବର୍ତିତା ଆଦି ଅନେକ ଶିକ୍ଷକ ସୁଲଭ ଗୁଣର ଅଧିକାରୀ ହୋଇ ସମସ୍ତଙ୍କ ପ୍ରିୟ ଭାଜନ ହୋଇପାରିଥିଲେ।ତାଙ୍କର ଏହି ବିଦାୟ କାଳୀନ ସମ୍ବର୍ଦ୍ଧନାରେ ସମସ୍ତଙ୍କ ଉପସ୍ଥିତି ଏହାର ପ୍ରତ୍ୟକ୍ଷ ପ୍ରମାଣ କରିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like