-+91-9937148622 |
prerana_bgr@rediffmail.com |
Thursday 17th September 2026 |
R.N.I. Regd No. ODIODI/2010/46693
Breaking News
03-Mar-2025
ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ସୁବର୍ଣ୍ଣପୁର ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ ଓ ଆରକ୍ଷୀ ଅଧିକ୍ଷକ ରାମପ୍ରସାଦ ସାହୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୨୩ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ୨୧ଗୋଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୦୨ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଥିଲା। ୦୨ ଗୋଟି ଦରଖାସ୍ତର ତୁରନ୍ତ ସମାଧାନ ହୋଇଥିବା ବେଳେ ଅନ୍ୟ ସମସ୍ତ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ବିଡ଼ିଓ ସୋନପୁର ସଂଜୀବ କୁମାର ସାହୁ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀ ଅଶ୍ୱିନୀ କୁମାର ମେହେର, ଉପଜିଲ୍ଲାପାଳ ସୋନପୁର ଡଃ ସୌମ୍ୟାରୂପା ରଥ , ଜିଲ୍ଲା ମୁଖ୍ୟ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ପ୍ରଦୀପ କୁମାର ଗୁରୁ ,ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଅନୁପମା ପଣ୍ଡା, ଡେପୁଟି କଲେକ୍ଟର କୃଷ୍ଣ ମୋହନ ସିଂହ,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ, ତହସିଲଦାର ସୋନପୁର ଜି.ରଶ୍ମି ରେଖା ସମେତ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ କର୍ମଚାରୀ,ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l