-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଅପରାଧ

ନିମବାହାଳି ଏଟିଏମ୍ ଲୁଟ୍ ଘଟଣା : ମୁଖ୍ୟ ଅଭିଯୁକ୍ତ ଗିରଫ

16-Jan-2021



ଢେଙ୍କାନାଳ : ଓଡ଼ାପଡ଼ା ବ୍ଲକ ନିମବାହାଳି ଷ୍ଟେଟ୍ ବ୍ୟାଙ୍କ ଏଟିଏମ୍‌ରୁ ଗତ ଡି‌ସେମ୍ବର ୧୪ ତାରିଖ ରାତିରେ ୨୬ ଲକ୍ଷ ୫୬ ହଜାର ଟଙ୍କା ଲୁଟ୍ ଘଟଣାର ପର୍ଦ୍ଦାଫାସ ହୋଇଛି। ସିଂହଭାଗ ଅର୍ଥ ନେଇ ଫେରାର୍ ଥିବା ମୁଖ୍ୟ ଅଭିଯୁକ୍ତ ପୁଲିସ୍ ଜାଲରେ ଧରାପଡିଛି। ଦୀର୍ଘ ଏକ ମାସ ପରେ ବାଲେଶ୍ୱର ଜିଲ୍ଲାରୁ ତାକୁ ଗିରଫ କରାଯାଇଛି। ତା’ଠାରୁ ନଗଦ ୫ ଲକ୍ଷ ୮୨ହଜାର ୪୦୦ ଟଙ୍କା, ଏକ ଆପଲ୍ ଆଇଫୋନ୍‌, ଦୁଇଟି ଆଣ୍ଡ୍ରଏଡ୍ ମୋବାଇଲ୍‌, ୩ଟି କିପ୍ୟାଡ୍ ମୋବାଇଲ୍‌, ୨୦.୨୫୦ ଗ୍ରାମର ସୁନା ଅଳଙ୍କାର, ଯାହାର ମୂଲ୍ୟ ୧ଲକ୍ଷ ୧୫ ହଜାର ୭୦୦ଟଙ୍କା ଏବଂ ଆଧାର କାର୍ଡ, ଭିଜିଟିଂ କାର୍ଡ ଆଦି ଜବତ କରାଯାଇଥିବା ଏସ୍‌ପି କେ.ଶିବା ଶୁଭ୍ରମଣି ଆଜି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ଗିରଫ ଅଭିଯୁକ୍ତର ନାମ, ଠିକଣା ଏବଂ ତାକୁ କିପରି କେଉଁ ଅବସ୍ଥାରେ ଧରାଗଲା ସେ ସଂପର୍କରେ ସୂଚନା ଦେବା ପାଇଁ କଟକଣା ଲଗାଯାଇଥିବା ଏସ୍‌ପି ଶ୍ରୀ ଶୁଭ୍ରମଣି କହିଛନ୍ତି। ତେବେ ମୁଖ୍ୟ ଅଭିଯୁକ୍ତର ନାମ ସତ୍ୟବ୍ରତ ନାୟକ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାଯାଇଛି।                            ପାଠ ଅଷ୍ଟମ, ଦିମାକ୍‌ ଇଞ୍ଜିନିୟର                         ମୋଟଙ୍ଗା ଥାନା ନିମବାହାଳି ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ୍‌ ଏଟିଏମ୍‌ରୁ ଯେଉଁ ଦୁଇ ଜଣ ମାଷ୍ଟରମାଇଣ୍ଡ୍‌ ୨୬ଲକ୍ଷ ୫୬ହଜାର ଟଙ୍କା ଲୁଟି ନେଇଥିଲେ ସେମାନଙ୍କ ଶିକ୍ଷାଗତ ଯୋଗ୍ୟତା କହିଲେ ମାତ୍ର ଅଷ୍ଟମ। କିନ୍ତୁ, ଏତିକି ପାଠପଢ଼ାରେ ସେମାନେ ଯେଉଁ ବୁଦ୍ଧି ଏବଂ ସାହସ ଖଟାଇ କେଇଟା ମିନିଟ୍‌ରେ ପୂରା ଏଟିଏମ୍‌କୁ ଖୋଳ କରି ଚାଲିଗଲେ, ତାହା କୌଣସି ଇଞ୍ଜିନିୟରଠାରୁ କମ୍‌ ନୁହେଁ। ଯାହା ସମସ୍ତଙ୍କୁ ଚକିତ କରିଛି। ପୁଲିସ ସୂତ୍ରରୁ ମିଳିଥିବା ତଥ୍ୟ ମୁତାବକ, ବନ୍ଧା ହୋଇଥିବା ମାଷ୍ଟରମାଇଣ୍ଡ୍‌ ଏବଂ ତାଙ୍କ ସହଯୋଗୀଙ୍କ ଘର ବାଲେଶ୍ବର ଇଲାକାରେ। ଦୁହିଁଙ୍କର ଶିକ୍ଷାଗତ ଯୋଗ୍ୟତା ମାତ୍ର ଅଷ୍ଟମ। ପୂର୍ବ ଯୋଜନା ମୁତାବକ, ସିସିଟିଭି କ୍ୟାମେରାର ତାର ଛିଣ୍ଡାଇବାଠାରୁ ଆରମ୍ଭ କରି ଗ୍ୟାସ୍‌ କଟରରେ ଏଟିଏମ୍‌ କାଟିବା ପର୍ଯ୍ୟନ୍ତ ସବୁ ଗୋଟିଏ ପରେ ଗୋଟିଏ କାମ ହୋଇଥିଲା। ସବୁ କୌଶଳ ଖଟାଇ ଏଟିଏମ୍‌ କାଟିବା ପରେ ଏଟିଏମ୍‌ରୁ କ୍ୟାସ୍‌ ଟ୍ରେ ବାହାର କରି ବ୍ୟାଗ୍‌ରେ ମାଷ୍ଟରମାଇଣ୍ଡ୍‌ ଏବଂ ତା’ର ସହଯୋଗୀ ଟଙ୍କା ସବୁ ଭର୍ତ୍ତି କରିଥିଲେ। ଉଭୟ ଟଙ୍କା ନେଇ ଜାତୀୟ ରାଜପଥ ଅଭିମୁଖେ ଚାଲିଚାଲି ଯାଇଥିଲେ। ନିଜ ଭାଗ ନେଇ ସେଠାରୁ ଉଭୟ ଯୁବକ ନିଜ ନିଜ ବାଟରେ ଯାଇଥିଲେ। ମାଷ୍ଟରମାଇଣ୍ଡ୍‌ର ସହଯୋଗୀ ରାଜ୍ୟ ବାହାରକୁ ପଳାଇଥିବା ବେଳେ ମାଷ୍ଟରମାଇଣ୍ଡ୍‌ ନିଜ ଘରକୁ ଯାଇଥିଲା ବୋଲି ପୁଲିସ ସୂତ୍ରରୁ ଜଣାପଡ଼ିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like