-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ମାଣିକଚଉଁରା ଓ ଅଇଲପୁର ସ୍କୁଲର ବାର୍ଷିକୋତ୍ସବ

13-Mar-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ବିଜେପୁର ଵ୍ଲକ ମାଣିକଚଉଁରା  ସରକାରୀ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବିଦ୍ୟାଳୟର ପଚାଶ ବର୍ଷ ପୂର୍ତ୍ତି ଉପଲକ୍ଷ୍ୟେ ସ୍କୁଲ ପରିସରରେ ରହିଥିବା ଗ୍ରମର ସମସ୍ତ ମହିଳା ପୁରୁଷ ସମଵେତ ହୋଇ ଏକତ୍ର ଭୋଜନ କରିବା ପରିଵେଶ ଖୁଵ ଭାବପୂର୍ଣ୍ଣ ହୋଇଥିଲା। ବିଦ୍ୟାଳୟ ପ୍ରତିଷ୍ଠା ସମୟର ପ୍ରଥମ ଶିକ୍ଷକ ସନ୍ତୋଷ ପଧାନଙ୍କ ଅଧ୍ୟକ୍ଷତାରେ ଉଦଘାଟନୀ ସମାରୋହ ଅନୁଷ୍ଠିତ ହୋଇଥିଲା। ଜିଲ୍ଲା ପରିଷଦ ସଭ୍ୟ ସୁଶାନ୍ତ ଗଡତିଆ ମୁଖ୍ୟ ଅତିଥି, ସମିତି ସଭ୍ୟ ଜୟକୃଷ୍ଣ ଡନସନା, ସରପଞ୍ଚ ପ୍ରତିନିଧି ସୁରେନ୍ଦ୍ର ସାହୁ,, ସ୍କୁଲ ପ୍ରାକ୍ତନ ଶିକ୍ଷକ କୈଳାସ ରାଜହଂସ, ସୁମନ୍ତ ଗଡତୀୟା, ବରିଷ୍ଠ ନାଗରିକ ନୂପ ସାହୁ, ସ୍କୁଲ ଚେୟାରମେନ ରାମଚନ୍ଦ୍ର ସାହୁ ପ୍ରମୁଖ ସମ୍ମାନୀୟ ଅତିଥି,ଜାରିଂ ସିଆରସିସି ରାଜେଶ୍ଵର ବେହେରା ମୁଖ୍ୟବକ୍ତା ଭାବେ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ। ପୂର୍ବରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର ବିଜେତାଙ୍କୁ ଟ୍ରଫି ଓ ପ୍ରଶଂସାପତ୍ର ଦେଇ ପୁରସ୍କୃତ କରାଯାଇଥିଲା। ସ୍କୁଲର ପ୍ରଧାନଶିକ୍ଷକ ଭୋଜରାଜ ଦୀପ ବିବରଣୀ ପଠନ କରିଥିଲେ।ଜାରିଂ ସ୍କୁଲର ପ୍ରଧାନଶିକ୍ଷକ ଭାଦ୍ରବ ପାଣ୍ଡେ ସଭାକୁ ସଂଯୋଜନା କରିଥିଲେ। ବିଦ୍ୟାଳୟର ଛାତ୍ରୀଗଣ ପ୍ରାରମ୍ଭିକ ସଂଗୀତ ପରିବେଷଣ କରିଥିଲେ। ସହକାରୀ ଶିକ୍ଷକ ଜୟନ୍ତ ଵିଶି ଧନ୍ୟବାଦ ଅର୍ପଣ କରିଥିଲେ।ପରେ ଛାତ୍ରୀ ଝରଣା ସାହୁ ଓ ପପି ସାହୁଙ୍କ ସଂଯୋଜନାରେ ଜାରିଂ ତଥା ସ୍ଥାନୀୟ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ମନୋରମ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ନିରଞ୍ଜନ ସାହୁ,ଵିଜୁ ସାହୁ,କବି ସାହୁ,ତପନ ସାହୁ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।ସେହିପରି ଵଡଵାଉଁଶେନ କ୍ଲଷ୍ଟରର ଅଇଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ସ୍କୁଲ ଚେୟାରମେନ ଯୌତୁକ ଜାଲଙ୍କ ଅଧ୍ୟକ୍ଷତାରେ ଡକ୍ଟର ବିବେକାନନ୍ଦ ପଧାନ ମୁଖ୍ୟ ଅତିଥି,ପରିତୋଷ ସାହୁ ମୁଖ୍ୟବକ୍ତା, ସିଆରସିସି ଦୁର୍ବାଦଳ ବଡଗୋଛିଆ, ସୀତାରାମ ଦୀପ,ରାଜେଶ୍ବର ବେହେରା, ତ୍ରିନାଥ ସେଠ , ଅବସରପ୍ରାପ୍ତ ଶିକ୍ଷକ ୟାକଵ ନନ୍ଦ , ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ଦିବାକର ଵରିହା ପ୍ରମୁଖ ସମ୍ମାନୀୟ ଅତିଥି ଭାବେ ଯୋଗଦେଇ ଥିଲେ। ସ୍ଥାନୀୟ ସ୍କୁଲର ଛାତ୍ରୀମାନେ ସ୍ଵାଗତ ସଂଗୀତ ପରିବେଷଣ କରିଥିଲେ। ପ୍ରଧାନ ଶିକ୍ଷକ ଲକ୍ଷ୍ମୀନାରାୟଣ ରଣା ବାର୍ଷିକ ବିବରଣୀ ଉପସ୍ଥାପନା କରିଥିଲେ। ଶିକ୍ଷକ ପ୍ରେମରାଜ ପଧାନ ସଭାକୁ ପରିଚାଳନା କରିଥିଲେ। ବିଭିନ୍ନ ପ୍ରତିଯୋଗିତାର ସଫଳ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା। ଶିକ୍ଷକ ରାଧାକାନ୍ତ କୁମ୍ଭାର ଧନ୍ୟବାଦ ଅର୍ପଣ କରିଥିଲେ।ପରେ ଛାତ୍ରୀ ଛାତ୍ରମାନଙ୍କ ଦ୍ଵାରା ମନୋରମ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like