-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ମହାନ କବି ରମାକାନ୍ତ ରଥଙ୍କୁ ଶ୍ରଦ୍ଧାଞ୍ଜଳି

17-Mar-2025



ଡେଲାଙ୍ଗ(ଦିଲୀପ କୁମାର  ଧାଉଡିଆ): ଓଡ଼ିଆ ଭାଷା ସାହିତ୍ୟର ବିଶିଷ୍ଟ  କବି ପଦ୍ମଶ୍ରୀ ରମାକାନ୍ତ ରଥଙ୍କ ପରଲୋକ ଓଡ଼ିଆ ସାହିତ୍ଯ ଜଗତ ପାଇଁ ଅପୂରଣୀୟ କ୍ଷତି।  ଆଧୁନିକ ଓ ଆଧିଭୌତିକ ଚେତନାର  କାବ୍ୟ ସ୍ରଷ୍ଟା ମହାନ କବି ପଦ୍ମଭୂଷଣ ରମାକାନ୍ତ ରଥ ୯୧ ବର୍ଷ ବୟସରେ ତାଙ୍କ ଭୁବନେଶ୍ଵର ସ୍ଥିତ ଖାରବେଳନଗର ଠାରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କ ବିୟୋଗରେ ସମଗ୍ର ସାରସ୍ବତ ଜଗତ ସ୍ତବ୍ଧ ଓ ମ୍ରିୟମାଣ। ତାଙ୍କ ବିୟୋଗରେ ଆଧୁନିକ କାବ୍ୟ ଜଗତରେ ସବୁଦିନ ପାଇଁ ଏକ ବିରାଟ ଶୂନ୍ୟ ସ୍ଥାନ ସୃଷ୍ଟି ହେଲା ଯାହା ଅପୂରଣୀୟ।ଏହି ମହାନ କବି ୧୯୩୪ ମସିହାରେ କଟକ ଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ପୈତୃକ ଗ୍ରାମ ପୁରୀ ସଦର  ଅଞ୍ଚଳର ପ୍ରସିଦ୍ଧ ବ୍ରାହ୍ମଣ ଗ୍ରାମ ଶାସନ ଦାମୋଦରପୁର । ରେଭେନ୍ସା ମହାବିଦ୍ୟାଳୟରୁ ଇଂରାଜୀ ରେ ସ୍ନାତକୋତ୍ତର ଉତ୍ତୀର୍ଣ୍ଣ ହେବାପରେ ସେ ୧୯୫୭ ମସିହାରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେଇ ବହୁ ଗୁରୁତ୍ୱପୁର୍ଣ୍ଣ ବିଭାଗରେ କାର୍ଯ୍ୟ କରିଥିଲେ।୧୯୯୨ ମସିହାରେ ଓଡ଼ିଶାର ମୁଖ୍ୟ ଶାସନ ସଚିବ ଥାଇ ସେ କାର୍ଯ୍ୟ ରୁ ଅବସର ଗ୍ରହଣ କରିଥିଲେ।ସେ ମଧ୍ୟ କେନ୍ଦ୍ର ସାହିତ୍ୟ ଏକାଡେମୀର ଉପ ସଭାପତି ଓ ସଭାପତି ପଦବୀ ମଣ୍ଡନ କରିଥିଲେ।ବହୁ ସମ୍ମାନ ର ଅଧିକାରୀ ଥିଲେ କବି ରମାକାନ୍ତ ରଥ। ୧୯୭୮ ମସିହାରେ *ସପ୍ତମ ଋତୁ* ପୁସ୍ତକ ପାଇଁ ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ।"ସଚିତ୍ର ଅନ୍ଧାର" ପୁସ୍ତକ ନିମନ୍ତେ,୧୯୮୪ ମସିହାରେ ସେ ପାଇଥିଲେ ସାରଳା ପୁରସ୍କାର।୧୯୯୧ ରେ ପ୍ରଜାତନ୍ତ୍ର ବିଷୁବ ପୁରସ୍କାର,୧୯୯୨ ରେ ସମ୍ମାନଜନକ ସରସ୍ଵତୀ ସମ୍ମାନ,୨୦୧୮ ମସିହାରେ ଅତିବଡ଼ି ସମ୍ମାନ,୨୦୦୬ ରେ ସାହିତ୍ୟ ଭାରତୀ ସମ୍ମାନ,୨୦୦୯ ରେ ଫେଲୋସିପ ସମ୍ମାନ ଆଦି ପାଇବା ସହିତ ୨୦୦୬ ରେ ତାଙ୍କୁ ପଦ୍ମଭୂଷଣ ସମ୍ମାନ ରେ ସମ୍ମାନିତ କରିଥିଲେ ରାଷ୍ଟ୍ରପତି ମହୋଦୟ।ଏହି ମହାନ କବିଙ୍କର ଅନେକ ଆଧୁନିକ କାବ୍ୟ ଓ ପ୍ରମୁଖ ସାରସ୍ବତ ସୃଷ୍ଟି ମଧ୍ୟରେ *ଶ୍ରୀରାଧା*,*ପଳାତକ*, *ସପ୍ତମ ଋତୁ*, *ସଚିତ୍ର ଅନ୍ଧାର*, *ଧର୍ମପଦର ଆତ୍ମହତ୍ୟା* ,*ସନ୍ଦିଗ୍ଧ ମୃଗୟା* ଆଦି ଖୁବ୍ ପାଠକୀୟ ଶ୍ରଦ୍ଧା ଓ ସମ୍ମାନ ପାଇଛି। ତାଙ୍କ ସମଗ୍ର ସାରସ୍ବତ ସୃଷ୍ଟି ଆଧୁନିକତା, ଆଧ୍ୟାତ୍ମିକତା ଓ ଆଧିଭୌତିକତାର ତ୍ରିବେଣୀ ସଙ୍ଗମ। ଆଧୁନିକ ଓଡ଼ିଆ କାବ୍ୟ ସାହିତ୍ୟକୁ ରମାକାନ୍ତ ଙ୍କ ଅବଦାନ ଅତୁଳନୀୟ। ଆଗାମୀ ପିଢ଼ିର ସାହିତ୍ୟିକ ମାନଙ୍କ ପାଇଁ ତାଙ୍କ କାବ୍ୟ ସମୁହ ଗୋଟିଏ ଗୋଟିଏ ସାର୍ଥକ ମାର୍ଗଦର୍ଶକ ଭାବେ ଠିଆ ହେବ ଏଥିରେ ସନ୍ଦେହ ନାହିଁ। ରମାକାନ୍ତ ରଥ କେବଳ ଓଡ଼ିଶାର ନୁହନ୍ତି ସମଗ୍ର ଦେଶର ଗର୍ବ ଓ ଗୌରବ।ସେ ମରି ମଧ୍ୟ ଅମର।ଏହି ବରପୁତ୍ରଙ୍କ ଅମର ଆତ୍ମା ପ୍ରତି ଜଳନ୍ଧର ସ୍ମୁତି ସାହିତ୍ୟ ପ୍ରତିଷ୍ଠାନ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି।  ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇବା ସହ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ପ୍ରାର୍ଥନା ଜଣାଉଛି ସମ୍ପାଦକ,ଦିଲ୍ଲୀପ କୁମାର ଧାଉଡ଼ିଆ ,  ଜଳନ୍ଧର ସ୍ମୁତି ସାହିତ୍ୟ ପ୍ରତିଷ୍ଠାନ , ଘୋରଡ଼ିଆ , ଡେଲାଙ୍ଗ ପୁରୀ  !


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like