-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ଜିଲ୍ଲା

ହରିରାଜପୁର ପଞ୍ଚୁଦୋଳ ମେଳଣ ମହୋତ୍ସଵରେ ରାଜ୍ୟସ୍ତରୀୟ କବିତା ଆସର

23-Mar-2025



ଡେଲାଙ୍ଗ(ଦିଲୀପ କୁମାର ଧାଉଡିଆ): ହରିରାଜପୁର ପଞ୍ଚୁ ଦୋଳ ମେଳଣ  ମହୋତ୍ସବ ପିତାପାଣିଆ ମଂଚରେ  ପଶ୍ଚିମା ଶମ୍ଭୁ ୟୁବ ସଂଗଠନ ଓ ଓଡିଶା ସାହିତ୍ୟ ଏକାଡେମୀ ମିଳିତ ଆନୁକୂଲ୍ୟରେ ବିଶ୍ୱ କବିତା ଦିବସରେ ଏକ ବର୍ଣ୍ଣାଢ୍ୟ ସାରସ୍ବତ ଉତ୍ସବ ସହ ରାଜସ୍ତରୀୟ ଆଧ୍ୟାତ୍ମିକ କବିତା ଆସର ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି ।କାର୍ଯ୍ୟକ୍ରମ ପ୍ରାରମ୍ଭରେ ଅତିଥି ମାନେ ଆନୁଷ୍ଠାନିକ ଭାବେ ଜଗନ୍ନାଥଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ପ୍ରଦାନ କରି ଧୂପ ଦୀପ ପ୍ରଜ୍ଜ୍ୱଳନ ସହ ଆସରକୁ ଶୁଭ ଉଦ୍‌ଘାଟନ କରି ଥିଲେ। ଶିକ୍ଷାବିତ୍ ତଥା କଵି ଭିକାରୀ ଧଳ ଅଧ୍ୟକ୍ଷତାରେ ଅନୁଷ୍ଠିତ ସାହିତ୍ୟ ସଭାରେ ମୁଖ୍ୟ ବକ୍ତା ରୂପେ ଦାଶରଥି ଶତପଥି,ସମ୍ମାନିତ ଅତିଥି ଭାବେ ମଂଚାସିନ ହୋଇଥିଲେ  ପିପିଲି ବାର ଆସୋସେସନ ସଭାପତି ତଥା ସାମ୍ବାଦିକ ରାଜ କିଶୋର ସ୍ୱାଇଁ , ଶିଶୁ ସାହିତ୍ୟିକ ତ୍ରିଲୋଚନ ମହାପାତ୍ର, ବିଶିଷ୍ଟ ସ୍ତମ୍ଭକାର ଅର୍ଜୁନ ଘଡେଇ,ପ୍ରାବନ୍ଧିକ ରଘୁନାଥ ଜେନା, ସମାଜସେବୀ ନିରୁପମା ପାତ୍ର, ପଶ୍ଚିମାଶମ୍ଭୁ ଯୁବ ସଂଗଠନ ସମ୍ପାଦକ  ଶିକ୍ଷାବିତ୍  ବାସୁଦେବ ସାହୁ ପ୍ରମୁଖ ଯୋଗଦେଇ ପଶ୍ଚିମାଶମ୍ଭୁ ସୋମନାଥ ଦେବଙ୍କ ପ୍ରାଚୀନ ମେଳନର ଅୟମାରମ୍ଭ  ସଂମ୍ପର୍କରେ ଉଦ୍‌ବୋଧନ ଦେବା ସହ ଅତିଥି ମାନେ କବିତାର ବିଭିନ୍ନ ଦିଗ ଉପରେ  ଆଲୋକପାତ କରି ଥିଲେ।   ନରେନ୍ଦ୍ର କୁମାର ମୁଦୁଲି ମଞ୍ଚ ପରିଚାଳନା କରିଥିବା ବେଳେ ସମ୍ପାଦକ ବାସୁଦେବ ସାହୁ ବାର୍ଷିକ ବିବରଣୀ ପାଠ କରିଥିଲେ । ଅତିଥିମାନଙ୍କ ଦ୍ୱାରା ସଂଗଠନ ର ବାର୍ଷିକ ସ୍ମରଣୀକା "ପଞ୍ଚୁଦୋଳ ପ୍ରସଙ୍ଗ " ଉନ୍ମୋଚନ କରାଯାଇଥିଲା ! କଵି ବିପିନୀ ବେହେରା, ଡ଼. ରଜନୀ ରଣସିଂହ, ଡ଼. ସରୋଜିନୀ ପଟ୍ଟନାୟକ କବିତା ଆସରକୁ ସଂଯୋଜନା କରିଥିବା ବେଳେ ଅଧ୍ୟାପିକା ସୌଦାମିନୀ ବେହେରା ସ୍ୱାଗତ ଭାଷଣ ଦେଇଥିଲେ !  ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ସାହିତ୍ୟିକ ଡ଼. ରଜନୀ ରଣସିଂହ, ଡ଼. ସରୋଜିନୀ ପଟ୍ଟନାୟକ, ଆଇନ ଜିବୀ ପ୍ରିତିଶ କୁମାର ବେହେରା, ସମାଜସେବୀ ଗୌତମ ମହାରଣା, ମଧୁସୂଦନ ରାୟ ସମେତ ମେଳଣ କମିଟି ର ସଦସ୍ୟ ମାନଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା ! ବରିଷ୍ଠ କଵି ରମେଶ ଚନ୍ଦ୍ର ସ୍ୱାଇଁ, ଅଜୟ ସେଠୀ, ପ୍ରଦୁମ୍ନ ପରିଡା, ଶରତ ରାଉତ, ଦିଲ୍ଲୀପ ଧାଉଡ଼ିଆ, ଦୂତିକୃଷ୍ଣ ମହାନ୍ତି, ରୋହିତ ଚମ୍ପତ୍ତି କବୟିତ୍ରୀ ଜୟଶ୍ରୀ ପଟ୍ଟନାୟକ, ଶିଶୁ କଵି ସତ୍ୟମ୍‌ଜିତ୍‌ ଧାଉଡିଆ ସମେତ ପ୍ରାୟ ୫୦ ଜଣରୁ ଉର୍ଦ୍ଧ କବି କବୟିତ୍ରୀ ସ୍ବରଚିତ ଆଧ୍ୟତ୍ମିକ କବିତା ପାଠ କରିଥିଲେ। ଶେଷରେ କାର୍ଯ୍ୟକ୍ରମର ସଫଳତା ପାଇଁ ପିପିଲି ସମ୍ବାଦ ସାହିତ୍ୟ ଘର ର ସମ୍ପାଦକ ନରେନ୍ଦ୍ର କୁମାର ମୁଦୁଲି ଧନ୍ୟବାଦ ଅର୍ପଣ କରିଥିଲେ !ଉପସ୍ଥିତ ସମସ୍ତ କଵି, କବୟିତ୍ରୀ ମାନଙ୍କୁ ପ୍ରଶଂସା ପତ୍ର ଦିଆଯାଇ ସମ୍ବର୍ଦ୍ଧିତ କରାଯାଇଥିଲା  !


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like